ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

ଭୁବନେଶ୍ୱର,୨୩।୯(ବ୍ୟୁରୋ): ଆନ୍ଧ୍ରପ୍ରଦେଶ ଓଡ଼ିଶା ସୀମାବର୍ତ୍ତୀ ଜିଲା କୋରାପୁଟ ଏବଂ ଗଜପତିର ବିଭିନ୍ନ ଗାଁକୁ ନେଇ ସୃଷ୍ଟି ହୋଇଛି ଅନେକ ବିବାଦ। ବିବାଦର ଆପୋସ ସମାଧାନ ପାଇଁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ୍‌. ଜଗନମୋହନ ରେଡ୍ଡୀଙ୍କୁ ଚିଠି ଲେଖିଛନ୍ତି। ଏହାର ସମାଧାନ ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ ଆବଶ୍ୟକ ବୋଲି ସେ ଅନୁରୋଧ କରିଛନ୍ତି।

ଓଡ଼ିଶାବାସୀଙ୍କ ସ୍ବାର୍ଥ ଦୃଷ୍ଟିରୁ ଆନ୍ଧ୍ର ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା, ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବ କିମ୍ବା ଉନ୍ନୟନ କମିଶନରଙ୍କ ସ୍ତରରେ ଯୁଗ୍ମ କାର୍ଯ୍ୟକାରୀ କମିଟି ଗଠନ କରିବା ସହ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ୪ଟି ପ୍ରସ୍ତାବ ଦେଇଛନ୍ତି। ଧର୍ମେନ୍ଦ୍ର ଚିଠିରେ ଉଲ୍ଲେଖ କରିଛନ୍ତି, କୋରାପୁଟ ପଟାଙ୍ଗୀ ବ୍ଲକ କୋଟିଆ ଗ୍ରାମପଞ୍ଚାୟତ ଅନ୍ତର୍ଗତ ୨୦ଟି ଗାଁରୁ ଆରମ୍ଭ ହୋଇଥିବା ବିବାଦ ଏବେ ସୀମାବର୍ତ୍ତୀ ଅଞ୍ଚଳ ଗଜପତି ଜିଲାକୁ ମଧ୍ୟ ବ୍ୟାପିଛି। ଏହା ଦ୍ୱାରା ଆନ୍ତଃରାଜ୍ୟ ସୀମା ବିବାଦ ସୃଷ୍ଟି ହେଉଛି, ଯାହା ଚିନ୍ତାଜନକ। ଏହି ସୀମା ବିବାଦର ସମାଧାନ କରିବା ସମୟ ସାପେକ୍ଷ ଏବଂ ଏହାକୁ ସମାଧାନ କରିବା ପାଇଁ ଉଚ୍ଚ ସ୍ତରରେ ପରିପକ୍ୱ ରାଜନୈତିକ ବ୍ୟକ୍ତିବିଶେଷଙ୍କ ହସ୍ତକ୍ଷେପ, ବୁଝାମଣା ତଥା ସହଯୋଗର ଆବଶ୍ୟକତା ରହିଛି। ଏହି ପୃଷ୍ଠଭୂମିରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଓଡ଼ିଶାର ସ୍ବାର୍ଥ ନିମନ୍ତେ ଦ୍ୱିପାକ୍ଷିକ ଆଲୋଚନା ପାଇଁ ଏହି ଅନୁକୂଳ ବାତାବରଣ ସୃଷ୍ଟି କରିବାକୁ ୪ଟି ପ୍ରସ୍ତାବ ଦେଇଛନ୍ତି। ପ୍ରଥମତଃ ବିବାଦୀୟ ଗ୍ରାମଗୁଡ଼ିକରୁ ସଶସ୍ତ୍ର ସୁରକ୍ଷା ବଳକୁ ଅପସାରଣ କରାଯାଉ। ସ୍ଥାନୀୟ ଜନପ୍ରତିନିଧି ଏବଂ ସରକାରୀ ଅଧିକାରୀଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲା ପ୍ରତ୍ୟାହାର, ଦ୍ୱିତୀୟତଃ ଗ୍ରାମାଞ୍ଚଳର ଭିତ୍ତିିଭୂମି, ସ୍ବାସ୍ଥ୍ୟ, ଶିକ୍ଷା ଏବଂ ମୌଳିକ ସୁବିଧାକୁ ବାଦ୍‌ ଦେଇ ନୂତନ ଢାଞ୍ଚାଗତ ନିର୍ମାଣକୁ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯାଉ। ତୃତୀୟତଃ ଏହି ବିବାଦରେ ଆଗାମୀ ଦିନର ରୋଡ୍‌ମ୍ୟାପ ପାଇଁ ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା କରାଯାଉ। ଶେଷଟି ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବ କିମ୍ବା ଉନ୍ନୟନ କମିଶନରଙ୍କ ସ୍ତରରେ ଯୁଗ୍ମ କାର୍ଯ୍ୟକାରୀ କମିଟି ଗଠନ କରାଯାଉ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?