ବାତ୍ୟା ପୂର୍ବରୁ ସତର୍କ ସୂଚନା ମାନିବାକୁ ଧର୍ମେନ୍ଦ୍ରଙ୍କ ଅନୁରୋଧ

ଭୁବନେଶ୍ୱର, ୪।୧୨(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ଜୱାଦ୍‌’ ପାଇଁ ପ୍ରଶାସନ ଦ୍ୱାରା ଜାରି ହୋଇଥିବା ସତର୍କ ସୂଚନା ପାଳନ କରିବା ସହ ଧୈର୍ଯ୍ୟ ଓ ସାହସର ସହ ବାତ୍ୟାର ମୁକାବିଲା କରିବା ପାଇଁ ପ୍ରଭାବିତ ଜିଲାବାସୀଙ୍କୁ ଟୁଇଟ୍‌ ଜରିଆରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଟୁଇଟ୍‌ କରି ଧର୍ମେନ୍ଦ୍ର କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ସମ୍ଭାବ୍ୟ ବାତ୍ୟା ‘ଜୱାଦ’ର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବାତ୍ୟା ପାଇଁ ଅନୁଷ୍ଠିତ ପ୍ରସ୍ତୁତି ସମୀକ୍ଷା ବୈଠକରେ ଓଡ଼ିଶା ସମେତ ପ୍ରଭାବିତ ଅଞ୍ଚଳର ନାଗରିକଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ବାତ୍ୟା ମୁକାବିଲା ପାଇଁ ସମସ୍ତ ମନ୍ତ୍ରଣାଳୟ ଏବଂ ସଂସ୍ଥାଗୁଡ଼ିକ ମିଳିତ ଭାବେ କାମ କରିବା ପାଇଁ ପ୍ରସ୍ତୁତ ଅଛନ୍ତି। ‘ଜୱାଦ୍‌’ ପ୍ରଭାବରେ କାହାର କୌଣସି କ୍ଷତି ନ ହେଉ, ଏହା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri