ବରଗଡ଼ରେ ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ଦିବସ ଯେତିକି ପାଖେଇ ଆସୁଛି, ଅନୁରୂପ ଭାବେ ପ୍ରାର୍ଥୀଙ୍କ ପ୍ରଚାର ମଧ୍ୟ ଜୋର୍‌ ଧରିବାରେ ଲାଗିଛି। ବରଗଡ଼ ଜିଲାରେ ଆସନ୍ତା ୨୦ତାରିଖ ମତଦାନ ଗ୍ରହଣ ହେବ। ଶନିବାର ସନ୍ଧ୍ୟାରୁ ପ୍ରଚାର ଅବଧି ସରିବ। ଫଳରେ ଶୁକ୍ରବାର ଜିଲାର ସବୁ ନିର୍ବାଚନମଣ୍ଡଳୀରେ ପ୍ରାର୍ଥୀଙ୍କ ପ୍ରଚାର ଜୋର୍‌ଦାର ଚାଲିଥିଲା। କେନ୍ଦ୍ରମନ୍ତ୍ରୀ ତଥା ଦଳର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ବରଗଡ଼ ଜିଲାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାରାଥନ ପ୍ରଚାର କରିଥିଲେ। ଭଟଲି ନିର୍ବାଚନମଣ୍ଡଳୀର ବରତୁଣ୍ଡା ଗ୍ରାମରୁ ନିର୍ବାଚନ ପ୍ରଚାର ଆରମ୍ଭ କରି ପଦ୍ମପୁର ନିର୍ବାଚନମଣ୍ଡଳୀର ଝାରବନ୍ଧ ବ୍ଲକ ଅନ୍ତର୍ଗତ ଡୁଙ୍ଗୁରିପାଲି ଏବଂ ବିଜେପୁର ନିର୍ବାଚନମଣ୍ଡଳୀର ଗାଇସିଲେଟରେ ପ୍ରଚାର ସାରିବା ପରେ ସନ୍ଧ୍ୟାରେ ବରଗଡ଼ ସହରରେ ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ’ ହୋଇଥିଲା। ସ୍ଥାନୀୟ ଭଜନାଶ୍ରମରୁ ରୋଡ୍‌ ଶୋ’ରେ ବାହାରି ସେ ଲେଙ୍ଗୁ ମିଶ୍ର ଛକ, ଥାନାଛକ, ଏସ୍‌ପି ଅଫିସ ଛକ ଦେଇ ଗାନ୍ଧୀଛକରେ ପହଞ୍ଚତ୍ଥିଲେ। ତାଙ୍କ ସହିତ ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମାଙ୍କ ସମେତ ଦଳର ବରଗଡ଼ ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପୁରୋହିତ, ବରଗଡ଼ ବିଧାନସଭା ପ୍ରାର୍ଥୀ ଅଶ୍ୱିନୀ ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ରହି ସହରବାସୀଙ୍କୁ ଭୋଟ ନିବେଦନ କରିଥିଲେ। ରୋଡ୍‌ ଶୋ’ ଚାଲିଥିବାବେଳେ ରାସ୍ତାର ଉଭୟ ପାର୍ଶ୍ୱରେ ଜନତାଙ୍କ ଭିଡ଼ ହୋଇଥିବାବେଳେ ଅନେକ ଦଳୀୟ କାର୍ଯ୍ୟକର୍ତ୍ତା, କର୍ମୀମାନେ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ, ଛୁଟି ନମିଳିବାରୁ…

ନୟାଗଡ଼,୫।୨(ଲୋକନାଥ ମିଶ୍ର): ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା…

ଦାରିଙ୍ଗବାଡିରେ ପ୍ରଥମଥର ପାଇଁ ସ୍କାଉଟସ-ଗାଇଡ଼ସ ପ୍ରତିଯୋଗିତା: ପଞ୍ଜିକରଣ ଆରମ୍ଭ

ଦାରିଙ୍ଗବାଡି,୫।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଓଡିଶା ରାଜ୍ୟ ଭାରତ ସ୍କାଉଟସ ଓ ଗାଇଡ଼ସର ପ୍ରଥମଥର ପାଇଁ…

ଅବହେଳିତ ସାମାଜିକ ସୁରକ୍ଷା ଅଧିକାରୀ: ପୁନର୍ଗଠନ, ପଦୋନ୍ନତି ମିଳିବାରେ ବିଳମ୍ବ

ଭବାନୀପାଟଣା,୫ା୨(ଉତ୍ତମ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନାର ସଫଳ ରୂପାୟନ ନିମନ୍ତେ ଗତ କିଛିବର୍ଷ ହେଲା ସମସ୍ତ ବିଭାଗକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ…

ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଭବାନୀପାଟଣା, ୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟର ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିଥିଲା। ଏ…

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri