ଧର୍ମଶାଳା ଗଣ୍ଡଗୋଳ: ରାଜନୀତି ଛକାପଞ୍ଝାରେ ୨ ଗୋଷ୍ଠୀ, ଗାଁରେ  କୋକୁଆ ଭୟ   

ଧର୍ମଶାଳା,୧୫।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ଗଣ୍ଡଗୋଳକୁ ନେଇ ଧାରଣା, ରାଜନୀତି ଛକାପଞ୍ଝା ଦେଖିବାକୁ ମିଳିଛି। ଭୁବନେଶ୍ବରରେ ବିଜେଡି ଓ ଯାଜପୁରରେ ଭାଜପାର ଧାରଣା। ବିଧାୟକ ହିମାଂଶୁ ସାହୁ ଓ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ସମର୍ଥକ ଧାରଣାରେ ବସିଛନ୍ତି। କାଲି ରାତିରୁ ଧାରଣାରେ ବସିଛନ୍ତି ଉଭୟ ଦଳର କର୍ମୀ।
ଅନ୍ୟପକ୍ଷେ,ଜେନାପୁର ଥାନା ଘେରିଲେ ବିଧାୟକ ହିମାଂଶୁ ସାହୁଙ୍କ ସମର୍ଥକ। ଭୁବନେଶ୍ବର ଡିଜି କ୍ୟାମ୍ପ ଅଫିସ ଆଗରେ ଧାରଣାରେ ବସିଲେ  ବିଜେଡି ନେତା ଆକ୍ରମଣକାରୀଙ୍କୁ ଗିରଫ ଦାବିରେ ଉଭୟ ପକ୍ଷଙ୍କ ଧାରଣା ।
ସୂଚନାଯୋଗ୍ୟ,  ଯାଜପୁର ଜିଲା  ଜେନାପୁର ଥାନା ଗଡମଧୁପୁର ପଞ୍ଚାୟତର ଏକ ଫାର୍ମ ହାଉସ ନିକଟରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏହି ଗଣ୍ଡଗୋଳରେ ଉଭୟ ଗୋଷ୍ଠୀର ୨୪ ଜଣ ଆହାତ ହୋଇଥିବା ଜଣା ପଡ଼ିଛି। ଦୁଇ ଗୋଷ୍ଠୀଙ୍କ ମଧ୍ୟରୁ ଅନେକ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିବା ବେଳେ ତିନି ଜଣଙ୍କୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ଏହି ଗଣ୍ଡଗୋଳକୁ ନେଇ ଏକ ପକ୍ଷ ଗୋଷ୍ଠୀ ମଧ୍ୟରୁ ଆହତ ହୋଇ କଟକ ମେଡିକାଲ ସ୍ଥାନାନ୍ତର ହୋଇ ଚିକିତ୍ସିତ ହୋଇଥିବା ସୁନିଲ ପଣ୍ଡାଙ୍କ ଭାଇ ସୁମନ୍ତ ପଣ୍ଡା ଜେନାପୁର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ମୁତାବକ ସୁନିଲ ପଣ୍ଡା ତାଙ୍କ ଗାଡ଼ି ନେଇ କୌଣସି କାମସାରି ଚଢ଼େଇଧରାରୁ ଘର ଅଭିମୁଖେ ଫେରୁଥିଲେ ଏହି ସମୟରେ ପନ୍ତୁରି ନିକଟରେ କିଛି ଯୁବକ ସେମାନଙ୍କୁ ଅଟକାଇ ମାଡ଼ ମାରିବା ସହ ଗାଡ଼ି ଭଙ୍ଗାରୁଜା କରିଥିଲେ। ଅପରପକ୍ଷରେ ଅନ୍ୟ ଗୋଷ୍ଠୀ କର୍ମୀଙ୍କ ସୋସିଆଲ ମିଡିଆରେରେ ଅନେକ ଭିଡିଓ ପୋଷ୍ଟ ଦେଖିବାକୁ ମିଳୁଛି। ସେମାନେ ଏକ ଫାର୍ମ ହାଉସ ରେଭୋଜି କରୁଥିବା ବେଳେ ତାଙ୍କ ଉପରେ ରାଜନୈତିକ ଆକ୍ରୋଶରୁ ଆକ୍ରମଣ ହୋଇଥିବା ସେମାନେ ଅଭିଯୋଗ କରିଛନ୍ତି। ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?