୧୦ରୁ ଧଉଳି-କଳିଙ୍ଗ ମହୋତ୍ସବ

ଭୁବନେଶ୍ୱର,୮।୨ (ବ୍ୟୁରୋ): ବିଶ୍ୱ ପ୍ରସିଦ୍ଧ ଧଉଳି ପାହାଡ଼ର ପାଦଦେଶରେ ଫେବୃୟାରୀ ୧୦ରୁ ଧଉଳି କଳିଙ୍ଗ ମହୋତ୍ସବ ଆରମ୍ଭ ହେବ। ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଏବଂ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ହେବାକୁ ଥିବା ଏହି ଉତ୍ସବ ୧୨ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ଚଳିତ ବର୍ଷ ଓଡ଼ିିଶୀ କଣ୍ଠଶିଳ୍ପୀ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଶ୍ୟାମାମଣି ଦେବୀଙ୍କୁ ବୁଦ୍ଧ ସମ୍ମାନ ପ୍ରଦାନ କରାଯିବ। ଏହି ସମ୍ମାନ ସ୍ବରୂପ ୧ ଲକ୍ଷ ଟଙ୍କା ପୁରସ୍କାର ରାଶି, ମାନପତ୍ର ଓ ଅଙ୍ଗବସ୍ତ୍ର ପ୍ରଦାନ କରାଯିବ। ଓଡ଼ିିଶା ଡ୍ୟାନ୍ସ ଏକାଡେମୀ ପ୍ରତିଷ୍ଠାତା ଗୁରୁ ଗଙ୍ଗାଧର ପ୍ରଧାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ଗୁରୁ ଗଙ୍ଗାଧର ସ୍ମୃତି ସମ୍ମାନ ଏକାଡେମୀ ପକ୍ଷରୁ ୨୦୧୬ ମସିହାରୁ ଏହି ସମ୍ମାନ ପ୍ରଦାନ କରାଯାଉଛି। ସେହିପରି ଓଡ଼ିିଶୀ କଣ୍ଠଶିଳ୍ପୀ ଓ ସଂଯୋଜକ ଗୁରୁ ବଙ୍କିମ ସେଠୀ, ଓଡ଼ିିଶୀ ନୃତ୍ୟଗୁରୁ ନିରଞ୍ଜନ ରାଉତ, ବିଶିଷ୍ଟ ମର୍ଦ୍ଦଳ ଗୁରୁ ସଚ୍ଚିଦାନନ୍ଦ ଦାସ, ଛଉ ନୃତ୍ୟଗୁରୁ ଓ ଗବେଷକ ସଦାଶିବ ପ୍ରଧାନଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯିବ। ଏହି ପୁରସ୍କାର ସ୍ବରୂପ ପ୍ରତ୍ୟେକଙ୍କୁ ୨୫ ହଜାର ଟଙ୍କା, ମାନପତ୍ର ଓ ଅଙ୍ଗବସ୍ତ୍ର ପ୍ରଦାନ କରାଯିବ। ଏନେଇ ମଙ୍ଗଳବାର ଓଡ଼ିଶା ଡ୍ୟାନ୍ସ ଏକାଡେମୀରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି।
ଦେଶ ବିଦେଶରୁ ଖ୍ୟାତି ସମ୍ପନ୍ନ କଳାକାରମାନେ ନୃତ୍ୟ ଓ ସଙ୍ଗୀତ ମାଧ୍ୟମରେ ଏଠାରେ ଅବସ୍ଥିତ ଶାନ୍ତିସ୍ତୂପକୁ ସାକ୍ଷୀ କରି ଶାନ୍ତି ଓ ମୈତ୍ରୀର ବାର୍ତ୍ତା ପ୍ରଦାନ କରିବେ। ଧଉଳି- କଳିଙ୍ଗ ମହୋତ୍ସବରେ ନୃତ୍ୟ ଶିଳ୍ପୀମାନେ ଭାରତୀୟ ଶାସ୍ତ୍ରୀୟ ନୃତ୍ୟ, ସଙ୍ଗୀତ, ଲୋକ ନୃତ୍ୟ ଏବଂ ଦେଶ ବିଦେଶର ସମର କଳା ପ୍ରଦର୍ଶିତ କରିବେ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସଚିବ ପ୍ରବୋଧ ରଥ, ଓଡ଼ିଶା ଡ୍ୟାନ୍ସ ଏକାଡେମୀର ସଚିବ ଅରୁଣା ମହାନ୍ତି ଏବଂ ଆର୍ଟ ଭିଜନର ନିର୍ଦ୍ଦେଶିକା ଇଲିୟାନା ଚିିତାରିସ୍ତି ପ୍ରମୁଖ ଏହି ଖବରଦାତା ସମ୍ମିଳନୀରେ ଉପସ୍ଥିତ ରହି ଉତ୍ସବର ଆଭିମୁଖ୍ୟ ସମ୍ପର୍କରେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri