୧୦ରୁ ଧଉଳି-କଳିଙ୍ଗ ମହୋତ୍ସବ

ଭୁବନେଶ୍ୱର,୮।୨ (ବ୍ୟୁରୋ): ବିଶ୍ୱ ପ୍ରସିଦ୍ଧ ଧଉଳି ପାହାଡ଼ର ପାଦଦେଶରେ ଫେବୃୟାରୀ ୧୦ରୁ ଧଉଳି କଳିଙ୍ଗ ମହୋତ୍ସବ ଆରମ୍ଭ ହେବ। ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଏବଂ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ହେବାକୁ ଥିବା ଏହି ଉତ୍ସବ ୧୨ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ଚଳିତ ବର୍ଷ ଓଡ଼ିିଶୀ କଣ୍ଠଶିଳ୍ପୀ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଶ୍ୟାମାମଣି ଦେବୀଙ୍କୁ ବୁଦ୍ଧ ସମ୍ମାନ ପ୍ରଦାନ କରାଯିବ। ଏହି ସମ୍ମାନ ସ୍ବରୂପ ୧ ଲକ୍ଷ ଟଙ୍କା ପୁରସ୍କାର ରାଶି, ମାନପତ୍ର ଓ ଅଙ୍ଗବସ୍ତ୍ର ପ୍ରଦାନ କରାଯିବ। ଓଡ଼ିିଶା ଡ୍ୟାନ୍ସ ଏକାଡେମୀ ପ୍ରତିଷ୍ଠାତା ଗୁରୁ ଗଙ୍ଗାଧର ପ୍ରଧାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ଗୁରୁ ଗଙ୍ଗାଧର ସ୍ମୃତି ସମ୍ମାନ ଏକାଡେମୀ ପକ୍ଷରୁ ୨୦୧୬ ମସିହାରୁ ଏହି ସମ୍ମାନ ପ୍ରଦାନ କରାଯାଉଛି। ସେହିପରି ଓଡ଼ିିଶୀ କଣ୍ଠଶିଳ୍ପୀ ଓ ସଂଯୋଜକ ଗୁରୁ ବଙ୍କିମ ସେଠୀ, ଓଡ଼ିିଶୀ ନୃତ୍ୟଗୁରୁ ନିରଞ୍ଜନ ରାଉତ, ବିଶିଷ୍ଟ ମର୍ଦ୍ଦଳ ଗୁରୁ ସଚ୍ଚିଦାନନ୍ଦ ଦାସ, ଛଉ ନୃତ୍ୟଗୁରୁ ଓ ଗବେଷକ ସଦାଶିବ ପ୍ରଧାନଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯିବ। ଏହି ପୁରସ୍କାର ସ୍ବରୂପ ପ୍ରତ୍ୟେକଙ୍କୁ ୨୫ ହଜାର ଟଙ୍କା, ମାନପତ୍ର ଓ ଅଙ୍ଗବସ୍ତ୍ର ପ୍ରଦାନ କରାଯିବ। ଏନେଇ ମଙ୍ଗଳବାର ଓଡ଼ିଶା ଡ୍ୟାନ୍ସ ଏକାଡେମୀରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି।
ଦେଶ ବିଦେଶରୁ ଖ୍ୟାତି ସମ୍ପନ୍ନ କଳାକାରମାନେ ନୃତ୍ୟ ଓ ସଙ୍ଗୀତ ମାଧ୍ୟମରେ ଏଠାରେ ଅବସ୍ଥିତ ଶାନ୍ତିସ୍ତୂପକୁ ସାକ୍ଷୀ କରି ଶାନ୍ତି ଓ ମୈତ୍ରୀର ବାର୍ତ୍ତା ପ୍ରଦାନ କରିବେ। ଧଉଳି- କଳିଙ୍ଗ ମହୋତ୍ସବରେ ନୃତ୍ୟ ଶିଳ୍ପୀମାନେ ଭାରତୀୟ ଶାସ୍ତ୍ରୀୟ ନୃତ୍ୟ, ସଙ୍ଗୀତ, ଲୋକ ନୃତ୍ୟ ଏବଂ ଦେଶ ବିଦେଶର ସମର କଳା ପ୍ରଦର୍ଶିତ କରିବେ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସଚିବ ପ୍ରବୋଧ ରଥ, ଓଡ଼ିଶା ଡ୍ୟାନ୍ସ ଏକାଡେମୀର ସଚିବ ଅରୁଣା ମହାନ୍ତି ଏବଂ ଆର୍ଟ ଭିଜନର ନିର୍ଦ୍ଦେଶିକା ଇଲିୟାନା ଚିିତାରିସ୍ତି ପ୍ରମୁଖ ଏହି ଖବରଦାତା ସମ୍ମିଳନୀରେ ଉପସ୍ଥିତ ରହି ଉତ୍ସବର ଆଭିମୁଖ୍ୟ ସମ୍ପର୍କରେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri