ଝରକା ଭାଙ୍ଗି ଲୁଟ୍‌ କଲେ; ଯିବା ବେଳେ ମୁଣ୍ଡିଆ ମାରିଲେ

ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଘରେ ପଶି ଡକାୟତି କରିବା ପରେ ମୁଣ୍ଡିଆ ମାରି ଚର୍ଚ୍ଚାରେ ଲୁଟେରା। ଧଉଳି ଥାନା ନୂଆଗାଁର ବଳରାମ ବିହାରରେ ଦୁଇ ଦିନ ତଳେ ଏକ ଡକାୟତି ହୋଇଥିଲା। ଝରକା ତାଡି ଘର ଭିତରକୁ ପଶିଥିଲେ ଲୁଟେରା। ପରେ ବୃଦ୍ଧା ମହିଳାଙ୍କୁ ଛୁରୀ ଦେଖାଇ ଭୟଭୀତ କରାଇଥିଲେ। ଡରରେ ବୃଦ୍ଧା ଜଣଙ୍କ ସୁନାଗହଣା ଦେଇ ଦେଇଥିଲେ। ହେଲେ ୧୫ ଲକ୍ଷ ଟଙ୍କାର ସୁନାଗହଣା ଡକାୟତି ପରେ ଲୁଟେରା ବୃଦ୍ଧାଙ୍କୁ ମୁଣ୍ଡିଆ ମାରି ଫେରାର ହୋଇଯାଇଥିଲେ। ଏହାର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ତେବେ ଘଟଣାରେ ଧଉଳି ଥାନା ପୋଲିସ ତଦନ୍ତ ଜାରି ରଖିଛି । ୫ ଜଣ ହିନ୍ଦୀ ଭାଷାଭାଷୀ ଲୋକ ଆସି ଲୁଟ୍‌ କରିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିଛି। ସିସିଟିଭି ଯାଞ୍ଚ କରାଯାଇ ତଦନ୍ତ କରାଯାଉଛି ବୋଲି ଭୁବନେଶ୍ବର ଡିସିପି ପ୍ରତୀକ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri