ଧଉଳି ଶାନ୍ତିସ୍ତୂପକୁ ପୂରୁଛି ୫୦ ବର୍ଷ

ଭୁବନେଶ୍ୱର, ୯ା୯(ବ୍ୟୁରୋ):ରାଜଧାନୀ ଉପକଣ୍ଠ ଧଉଳି ପାହାଡ଼ରେ ପ୍ରତିଷ୍ଠିତ ବିଶ୍ୱବିଦିତ ଶାନ୍ତିସ୍ତୂପ ଏବଂ ବୌଦ୍ଧପୀଠ ଚଳିତ ବର୍ଷ ଅକ୍ଟୋବରରେ ୫୦ ବର୍ଷ ପୂରଣ କରୁଛି। ଏହାକୁ ସ୍ମରଣୀୟ କରିବା ନିମନ୍ତେ ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ ପାଇଁ ରାଜ୍ୟ ସରକାରଙ୍କ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଆସନ୍ତା ଅକ୍ଟୋବର ୨୮ ତାରିଖରେ ସୁବର୍ଣ୍ଣ ଜୟନ୍ତୀ ମୁଖ୍ୟ ଉତ୍ସବ ପାଳନ କରିବାକୁ ନିଷ୍ପତ୍ତି ହୋଇଛି। ଏଥିରେ ପୃଥିବୀର ବିଭିନ୍ନ ଦେଶରୁ ପ୍ରାୟ ୧୫୦ ବୌଦ୍ଧ ସନ୍ନ୍ୟାସୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟ ଉତ୍ସବ ଦିବସରେ ଭୁବନେଶ୍ୱରରୁ ଧଉଳି ପର୍ଯ୍ୟନ୍ତ ଏକ ଶାନ୍ତି ଶୋଭାଯାତ୍ରା ଆୟୋଜନ ହେବ। ଏହି ଉପଲକ୍ଷେ ଗୁରୁବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଲୋକସେବା ଭବନ ସଭାଗୃହରେ ଅନୁଷ୍ଠିତ ଏହି ବୈଠକରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧୁସୂଦନ ପାଢ଼ୀ ଉତ୍ସବ ପାଳନ ସମ୍ବନ୍ଧିତ କାର୍ଯ୍ୟକ୍ରମ ଏବଂ ପରିଚାଳନା ବିଷୟ ଉପସ୍ଥାପନ କରିଥିଲେ।
ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ପ୍ରସ୍ତୁତିର ଅଗ୍ରଗତି ସମୀକ୍ଷା କରି ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ ଶାନ୍ତିସ୍ତୂପ ଓଡ଼ିଶାର ଅନ୍ୟ ଏକ ପରିଚୟ। ଓଡ଼ିଶା ସରକାର ଏବଂ କଳିଙ୍ଗ ନିପ୍ପୋନ୍‌ ବୁଦ୍ଧ ସଂଘ ସହଭାଗିତାରେ ପ୍ରତିଷ୍ଠିତ ଏହି କୀର୍ତ୍ତିସ୍ତମ୍ଭ ବହୁସଂଖ୍ୟକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରି ଆସୁଛି । ଏହାର ସୁବର୍ଣ୍ଣ ଜୟନ୍ତୀ ପାଳନ ନିମନ୍ତେ ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ପ୍ରକାର ଆର୍ଥିକ ଏବଂ ପ୍ରଶାସନିକ ସହଯୋଗ ଯୋଗାଇ ଦିଆଯିବ। ଶାନ୍ତିସ୍ତୂପ ସଂରକ୍ଷଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ପାଇଁ ରାଜ୍ୟ ସରକାର ୧.୮୭ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହି କାର୍ଯ୍ୟ ଚଳିତ ମାସ ଶେଷ ସୁଦ୍ଧା ସମ୍ପନ୍ନ କରିବା ପାଇଁ ମୁଖ୍ୟ ଶାସନ ସଚିବ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଶାନ୍ତିସ୍ତୂପକୁ ସଂଯୋଗ କରୁଥିବା ରାସ୍ତାର ନବୀକରଣ ଓ ଆଲୋକୀକରଣ କାର୍ଯ୍ୟ ଉତ୍ସବର ବହୁ ଆଗରୁ ଶେଷ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି। ବୈଠକରେ ଉପସ୍ଥିତ ପଦ୍ମ ବିଭୂଷଣ ସୁଦର୍ଶନ ସାହୁ କହିଛନ୍ତି ଯେ ସଂରକ୍ଷଣ କାର୍ଯ୍ୟ ଦେଖିବା ପାଇଁ ଜାପାନରୁ ଆସିଥିବା ବୈଷୟିକ ଯନ୍ତ୍ରୀମାନେ ଓଡ଼ିଶା ସରକାରଙ୍କ ଦ୍ୱାରା କରାଯାଉଥିବା ରକ୍ଷଣାବେକ୍ଷଣ ଗୁଣାତ୍ମକ କାର୍ଯ୍ୟର ପ୍ରଶଂସା କରିଛନ୍ତି । ଧଉଳିର ମୁଖ୍ୟ ସନ୍ନ୍ୟାସୀ ମଧ୍ୟ ଏହି କାର୍ଯ୍ୟର ମାନ ଏବଂ ଅଗ୍ରଗତିକୁ ନେଇ ସନ୍ତୋଷ ପ୍ରକାଶ କରିଛନ୍ତି। ସୁବର୍ଣ୍ଣ ଜୟନ୍ତୀ ପାଳନ ନିମନ୍ତେ ମଞ୍ଚ ପ୍ରସ୍ତୁତି, ସାଜସଜ୍ଜା, ବିଭିନ୍ନ ଦେଶରୁ ଆସୁଥିବା ସନ୍ନ୍ୟାସୀ ଓ ପ୍ରତିନିଧିମାନଙ୍କର ଆଗମନ, ରହଣି, ଉତ୍ସବରେ ଯୋଗଦାନ, ଆତିଥ୍ୟ ଆଦି ବିଷୟରେ ସବିଶେଷ ଯୋଜନା ଏବଂ ଖର୍ଚ୍ଚ ଆକଳନ କରି ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମାଧ୍ୟମରେ ରାଜ୍ୟ ସରକାରଙ୍କ ନିକଟରେ ଦାଖଲ କରିବା ପାଇଁ ମୁଖ୍ୟ ଶାସନ ସଚିବ ସ୍ଥାନୀୟ ଧଉଳି ଉନ୍ନୟନ କମିଟିକୁ ପରାମର୍ଶ ଦେଇଛନ୍ତି। ଏହି କମିଟି ଖୋର୍ଦ୍ଧା ଜିଲାପାଳଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟ କରିବ। ଧଉଳିରେ ସ୍ଥାପନ କରାଯାଇଥିବା ବିଭିନ୍ନ ପ୍ରକାର ପର୍ଯ୍ୟଟକ ସୁବିଧା କେନ୍ଦ୍ର, ରାସ୍ତା ଆଲୋକ ଆଦିର ରକ୍ଷଣାବେକ୍ଷଣ ଓ ପରିସରର ପରିଚ୍ଛନ୍ନତା ଆଦି କାର୍ଯ୍ୟ ନିୟମିତ ଭାବେ କରିବା ପାଇଁ ଏହି ସ୍ଥାନୀୟ କମିଟିକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିପାଇଁ କମିଟି ପ୍ରବେଶ ଟିକେଟ ଓ ପାର୍କିଂ ଟିକେଟ ଆଦିରୁ ସଂଗୃହୀତ ରାଶି ବିନିଯୋଗ କରିବେ। ଶାନ୍ତିସ୍ତୂପ ପାଦଦେଶ ପ୍ଲାଟଫର୍ମର ନବୀକରଣ, ଆଲୋକ ଏବଂ ଶବ୍ଦ ପ୍ରଦର୍ଶନୀର ନବୀକରଣ ଏବଂ ପୁନଃଆରମ୍ଭ, ଦୂରରୁ ସ୍ତୂପର ଦୃଶ୍ୟକୁ ଅବରୋଧ କରୁଥିବା ବୃକ୍ଷଡାଳ ଆଦିର ସଜ୍ଜୀକରଣ, ରାସ୍ତା ଆଲୋକୀକରଣ, ହସ୍ତଶିଳ୍ପ ବଜାର ଏବଂ ଶପିଂ କମ୍ପ୍ଲେକ୍ସକୁ ବ୍ୟବସାୟ ଅନୁକୂଳ ଉପଯୁକ୍ତ ଜାଗାକୁ ସ୍ଥାନାନ୍ତରଣ ଆଦି ବିଷୟରେ ଆଲୋଚନା ହୋଇ ସେସବୁର ସମାଧାନ ପନ୍ଥା ନିର୍ଦ୍ଧାରଣ କରାଯାଇଛି। ବୈଠକରେ ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ, ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ, ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ସଂସ୍କୃତି ନିର୍ଦ୍ଦେଶକ ରଞ୍ଜନ କୁମାର ଦାସଙ୍କ ସମେତ ଧଉଳିର ମୁଖ୍ୟ ସନ୍ନ୍ୟାସୀ ଓ ସମ୍ପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri