୫୦ବର୍ଷରେ ଶାନ୍ତିସ୍ତୂପ ଧଉଳି

ଭୁବନେଶ୍ୱର,୨୪।୧୦(ବ୍ୟୁରୋ):ଦେଶର ଅନ୍ୟତମ ବୌଦ୍ଧ ଐତିହ୍ୟ ଶାନ୍ତିସ୍ତୂପ ଧଉଳିକୁ ଆସନ୍ତା ୨୮ ତାରିଖରେ ୫୦ବର୍ଷ ପୂରୁଛି। ତେଣୁ ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ପାଳନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଉତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ଏଥିରେ ବିଭିନ୍ନ ଦେଶରୁ ପ୍ରାୟ ୧୫୦ ବୌଦ୍ଧ ସନ୍ନ୍ୟାସୀ ଯୋଗଦେବେ। ଉଦ୍‌ଘାଟନୀ ଦିନ ଭୁବନେଶ୍ୱରରୁ ଧଉଳି ପର୍ଯ୍ୟନ୍ତ ଏକ ଶାନ୍ତି ଶୋଭାଯାତ୍ରା ଆୟୋଜିତ ହେବା ସହ ପୂଜା ଆରମ୍ଭ ହେବ। ତେଣୁ ରବିବାର ଭିନ୍ନକ୍ଷମ ଓ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧୁସୂଦନ ପାଢ଼ୀ ପରିଦର୍ଶରେ ଯାଇ ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଥିଲେ। ୨ଦିନ ମଧ୍ୟରେ କାର୍ଯ୍ୟ ସାରିବାକୁ ମୁଖ୍ୟ ଶାସନ ସଚିବ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଲାଇଟ୍‌, ସାଉଣ୍ଡ୍‌ ବ୍ୟବସ୍ଥା ସହ ସମସ୍ତ କାର୍ଯ୍ୟକ୍ରମ ନିର୍ଦ୍ଧାରିତ ସମୟ ପୂର୍ବରୁ କିଭଳି ସରିବ ସେ ନେଇ ଗୁରୁତ୍ୱ ଦିଆଯାଇଛି। ବିଧାୟକ ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ଓ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ୧ କୋଟି ଟଙ୍କା ଖର୍ଚ୍ଚ ହେଉଥିବା ନେଇ ମନ୍ତ୍ରୀ ପଣ୍ଡା ସୂଚନା ଦେଇଛନ୍ତି। ଏହି ସମୟରେ ସ୍ଥାନୀୟ ସରପଞ୍ଚ ଚନ୍ଦନ ମଲିକ, ଭଗବାନ ସାହୁ, ସୁବାସ ସୁନ୍ଦରାୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଥିଲେ ପ୍ରେମିକ, ୨୬ ଦିନ ପରେ…

କେନ୍ଦୁଝର/ବଡ଼ବିଲ୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ/ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଝାଡ଼ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରେମିକାଙ୍କୁ ଗଳାକାଟି ହତ୍ୟା ପରେ ପ୍ରେମିକ ଜଙ୍ଗଲରେ…

କ୍ରଶରରେ ବିସ୍ଫୋରଣ: ଜଣେ ମୃତ, ଏକାଧିକ ଆହତ ଚର୍ଚ୍ଚା

ଢେଙ୍କାନାଳ,୭ା୬(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ଥାନା କଷ୍ଟିପାଳ ଅଞ୍ଚଳରେ ଥିବା ଏକ କ୍ରଶରରେ ରବିବାର ଅପରାହ୍ନରେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

NEET-UG ୨୦୨୬, ପରୀକ୍ଷା ପାଇଁ ସହର ଆଲର୍ଟମେଣ୍ଟ କଲା NTA

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପରୀକ୍ଷା ଆସନ୍ତା ୨୧ରେ ହେବାକୁ ଯାଉଛି । ଏଥିପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପରୀକ୍ଷା ସହର ଆଲର୍ଟମେଣ୍ଟ କରିଛି । ପରୀକ୍ଷାର୍ଥୀ କେଉଁ…

ଗୁପ୍ତେଶ୍ୱର ଶୈବପୀଠରେ ଏକାଠି ହେଲେ ୧୯୮୨ ମାଟ୍ରିକ ବ୍ୟାଚର ଛାତ୍ର, ସରକାରୀ ସ୍କୁଲର ଅଭାବ….

ଦିଗପହଣ୍ଡି,୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ୧୯୮୨ ମାଟ୍ରିକ ବ୍ୟାଚ ପୁରାତନ ଛାତ୍ରସଂଘର ଆଲୋଚନା ସଭା ରବିବାର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଶ୍ରୀ…

ସରିଲା ମା’ ଫୁଲସୁନ୍ଦରୀଙ୍କ ଠାକୁରାଣୀ ଯାତ୍ରା, ମନ୍ଦିରକୁ ଫେରିଲେ ଫୁଲସୁନ୍ଦରୀ-ବରାହୀ ଠାକୁରାଣୀ

ପୁରୁଷୋତ୍ତମପୁର,୭।୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଚାଲିଥିବା ମା’ ଫୁଲସୁନ୍ଦରୀଙ୍କ ଦ୍ବିବାର୍ଷିକ ଯାତ୍ରା ରବିବାର ଉଦଯାପନ ହୋଇଛି । ରାତିରେ ମା’ ଫୁଲସୁନ୍ଦରୀ ଓ ମା’ ବରାହୀ…

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ…

ଇସ୍ରାଏଲର ପାଲଟା ଆକ୍ରମଣ; ହିଜବୋଲାର କମାଣ୍ଡ ସେଣ୍ଟର ଧ୍ବସଂ, ନେତାନ୍ୟାହୁ…

ଜେରୁଜେଲମ, ୭।୬: ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବଂ ଉତ୍ତେଜନା ମଧ୍ୟରେ, ରବିବାର ଏକ ନୂତନ ଘଟଣା ସାମ୍ନାକୁ ଆସିଛି । ଇସ୍ରାଏଲୀ ସେନା…

ଏୟାରଫୋର୍ସ Y ଗ୍ରୁପ ପରୀକ୍ଷା, ଓଡ଼ିଶାରେ ପ୍ରଥମ ସ୍ଥାନ ହାସଲ କଲେ ଆସୁରାଳୀର ସୌରଜ୍ୟୋତି ଦାସ

ତିହିଡ଼ି,୭ା୬(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକର ଆସୁରାଳୀ ଅଞ୍ଚଳ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି ଅସୁରାଳିର ଯୁବ ପ୍ରତିଭା ସୌରଜ୍ୟୋତି ଦାସ । ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri