Posted inଖେଳ

ଭାଇରାଲ ହେଉଛି ଧାଓ୍ବନଙ୍କ ଭିଡିଓ: ପନ୍ତଙ୍କୁ କହିଥିଲେ ‘ଗାଡ଼ି ଧିରେ ଚଳାଅ’

ନୂଆଦିଲ୍ଲୀ,୩୧।୧୨: ନିଜେ ଗାଡ଼ି ଚଳାଇ ଆସୁଥିବା ବେଳେ ରୁର୍‌କି ନିକଟରେ ଦୁର୍ଘଟଣାର ଶିକାର ହୋଇଛନ୍ତି ଭାରତୀୟ ଦଳର ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ। ଏଥିରେ ସେ ଗୁରୁତର ହୋଇଥିବା ବେଳେ ତାଙ୍କର ଚିକିତ୍ସା ଚାଲିଛି। ପ୍ରଶଂସକଙ୍କ ସହ ସାଥୀ କ୍ରିକେଟର ତାଙ୍କର ଶୀଘ୍ର ଆରୋଗ୍ୟର କାମନା କରୁଛନ୍ତି। ଏସବୁ ମଧ୍ୟରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଶିଖର ଧାଓ୍ବନଙ୍କ ଏକ ପୁରୁଣା ଭିଡିଓ ଭାଇରାଲ ହେଉଛି। ଉକ୍ତ ଭିଡିଓରେ ସେ ପନ୍ତଙ୍କୁ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଥିବା ଦେଖାଯାଇଛି।

ପନ୍ତଙ୍କ ଦୁର୍ଘଟଣାରେ ସୋସିଆଲ ମିଡିଆରେ କିଛି ଲୋକ ଧାଓ୍ବନଙ୍କ ସହ ତାଙ୍କର ଏକ ପୁରୁଣା ଭିଡିଓ ଭାଇରାଲ କରିଛନ୍ତି। ଭିଡିଓରେ ଦୁହେଁ ଦିଲ୍ଲୀ କ୍ୟାପିଟାଲ୍ସ ଆଇପିଏଲ୍‌ ଟିମ୍‌ ଜର୍ସି ପିନ୍ଧିଥିବା ଦେଖାଯାଇଛି। ପନ୍ତ ପ୍ରଥମେ ତାଙ୍କୁ କିଛି ପରାମର୍ଶ ଦେବାକୁ ଧାଓ୍ବନଙ୍କୁ କହିଛନ୍ତି। ଜବାବରେ ଧାଓ୍ବନ ପନ୍ତଙ୍କୁ ଗାଡ଼ି ଧିରେ ଚଳାନ୍ତୁ ବୋଲି କହୁଛନ୍ତି। ଏହାଶୁଣି ପନ୍ତ ହସୁଥିବା ନଜର ଆସିଛି।

ଭିଡିଓଟି ୩ ବର୍ଷ ପୁରୁଣା। ସେତେବେଳେ ଦୁହେଁ ଦିଲ୍ଲୀ ଟିମ୍‌ ପାଇଁ ଖେଳୁଥିଲେ। ଏବେ ପନ୍ତଙ୍କ ଦୁର୍ଘଟଣା ପରେ ସେ ଏହି ପରାମର୍ଶ ମାନି ନେବାର ଥିଲା। ଏପରିକି ଦ୍ରୁତ ଗତି ବାସ୍ତବରେ ଜୀବନ ନେଇପାରେ ବୋଲି ମଧ୍ୟ ଅନେକ କହୁଛନ୍ତି।

ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri