Posted inଖେଳ

ଜନ୍ମଦିନରେ ରାହୁଲଙ୍କୁ ନିରାଶ କଲେ ଧାଓ୍ବନ, ଖରାପ ବୋଲିଂ

ମୁମ୍ବାଇ,୧୮।୪: ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୧୯୬ ରନ୍‌ର ବଡ଼ ଟାର୍ଗେଟ୍‌ ଛିଡ଼ା କରିଥିଲା କିଙ୍ଗ୍ସ ପଞ୍ଜାବ। କିନ୍ତୁ ଶିଖର ଧାଓ୍ବନଙ୍କ ବିସ୍ଫୋରକ ୯୨ ରନ୍‌ର ଇନିଂସ ଓ ଖରାପ ବୋଲିଂ ପଞ୍ଜାବ ପାଇଁ ସାଜିଥିଲା କାଳ। ଫଳରେ ବାର୍ଥଡେ ବୟ ଲୋକେଶ ରାହୁଲଙ୍କୁ ଦେଖିବାକୁ ପଡ଼ିଛି ପରାଜୟର ମୁହଁ। ଦିଲ୍ଲୀ ୧୮.୨ ଓଭରରେ ୪ ଉଇକେଟ ହରାଇ ହାସଲ କରି ନେଇଥିଲା ବିଜୟ ଲକ୍ଷ୍ୟ। ଅଳ୍ପକେ ଶତକରୁ ବଞ୍ଚିତ ହୋଇଥିବା ଧାଓ୍ବନଙ୍କୁ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ କରାଯାଇଛି। ଏହି ବିଜୟ ସହ ଦିଲ୍ଲୀ ପଏଣ୍ଟ ଟେବୁଲର ଦ୍ୱିତୀୟ ସ୍ଥାନକୁ ଉନ୍ନୀତ ହୋଇଛି।

ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ପଞ୍ଜାବ ପାଇଁ ରାହୁଲ ଓ ଅଗ୍ରଓ୍ବାଲଙ୍କ ଓପନିଂ ଯୋଡ଼ି ୧୨୨ ରନ୍‌ କରିଥିଲେ। ମୟଙ୍କ ୬୯ (୭ ଚୌକା ଓ ୪ ଛକା) ଓ ରାହୁଲ ୬୧ (୭ ଚୌକା ଓ ୨ ଛକା) ରନ୍‌ର ଇନିଂସ ଖେଳିଥିଲେ। ତାଙ୍କ ପରେ ଦୀପକ ହୁଡ଼ା ୨୨* ଓ ଶାହାରୁଖ ଖାନ (୧୫*)ଙ୍କ ଯୋଗୁ ପଞ୍ଜାବ ୨୦ ଓଭରରେ ୪ ଉଇକେଟ ହରାଇ ୧୯୫ ରନ୍‌ କରିଥିଲା। ଜବାବରେ ଦିଲ୍ଲୀକୁ ଭଲ ଆରମ୍ଭ ଦେଇଥିଲେ ପୃଥ୍ବୀ ଶ’ ଓ ଧାଓ୍ବନ। ଦୁହେଁ ୫.୨ ଓଭରରେ ଯୋଡ଼ିଥିଲେ ୫୯ ରନ୍‌। ପୃଥ୍ବୀ (୩୨ ରନ୍‌, ୩ ଚୌକା ଓ ୨ ଛକା) ଆଉଟ୍‌ ହେବା ପରେ ଦଳକୁ ସମ୍ଭାଳି ଥିଲେ ଧାଓ୍ବନ। ସେ ୪୯ ବଲରେ ଖେଳିଥିଲେ ୯୨ ରନ୍‌ର ଇନିଂସ। ତାଙ୍କ ପାଳିରେ ସାମିଲ ଥିଲା ୧୩ ଚୌକା ଓ ୨ ଛକା। ଧାଓ୍ବନଙ୍କ ଉଇକେଟ ପଡ଼ିବା ପରେ ମାର୍କସ ଷ୍ଟୋଇନିସ (୨୭ ରନ୍‌, ୩ ଚୌକା ଓ ଗୋଟିଏ ଛକା ) ଦଳକୁ ଜିତାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୁକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୁକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୁକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୁକ ଯୁବତୀ(୨୧)ଙ୍କୁ…

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri