Posted inଖେଳ

ସଙ୍କଟରେ ‘ଦାଦା’ଙ୍କ ରେକର୍ଡ

କଲମ୍ବୋ,୧୭।୭: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଆରମ୍ଭ ହେବାକୁ ଯାଉଥିବା ଦିନିକିଆ ସିରିଜ୍‌ରେ ଭାରତୀୟ ଦଳର ନେତୃତ୍ୱ ଭାର ସମ୍ଭାଳିବେ ଶିଖର ଧାଓ୍ବନ। କ୍ୟାରିୟରରେ ପ୍ରଥମ ଥର ପାଇଁ ଗୁରୁ ଦାୟିତ୍ୱ ବହନ କରିବାକୁ ଯାଉଥିବା ଧାଓ୍ବନଙ୍କ ନିକଟରେ ରହିଛି ଏକ ବଡ଼ ସୁଯୋଗ। ଦିନିକିଆ କ୍ୟାରିୟରରେ ୬ ହଜାର ରନ୍‌ ପୂରଣ କରିବା ପାଇଁ ତାଙ୍କୁ ମାତ୍ର ୨୩ ରନ୍‌ ଦରକାର। ଯଦି ପ୍ରଥମ ଦିନିକିଆରେ ସେ ଆବଶ୍ୟକୀୟ ରନ୍‌ ସଂଗ୍ରହ କରିବାକୁ ସକ୍ଷମ ହୁଅନ୍ତି, ତେବେ ସେ ବିରାଟ କୋହଲିଙ୍କ ପରେ ଦେଶର ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ୬୦୦୦ ରନ୍‌ ପୂରଣ କରିବେ। ଏହି ଧାରାରେ ସେ ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ପଛରେ ପକାଇ ପାରନ୍ତି।

ଭାରତୀୟଙ୍କ ମଧ୍ୟରେ ଖୁବ୍‌ କମ୍‌ ଇନିଂସ ଖେଳି ଦିନିକଆରେ ୬୦୦୦ ରନ୍‌ ପୂରଣ କରିବାର ରେକର୍ଡ କୋହଲିଙ୍କ ନାମରେ ଅଛି। ସେ ୧୩୬ତମ ଇନିଂସରେ ଏହି ମାଇଲଷ୍ଟୋନ ସ୍ପର୍ଶ କରିଥିଲେ। ତାଙ୍କ ପଛକୁ ରହିଛନ୍ତି ‘ଦାଦା’ ଭାବେ ପରିଚିତ ଗାଙ୍ଗୁଲି (୧୪୭)। କ୍ୟାରିୟରର ୧୪୦ତମ ଇନିଂସରେ ୬ ହଜାର ରନ୍‌ ପୂରଣ କରିପାରନ୍ତି ଧାଓ୍ବନ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜାବର ପଞ୍ଚମ ବିଜୟ

ମୁଲାନପୁର,୧୯ା୪: ପ୍ରିୟାଂଶ ଆର୍ଯ୍ୟ ଓ କୁପର କନୋଲୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ରବିବାର ରାତିରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ…

କାର୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ

ବେଲଗୁଣ୍ଠା,୧୯।୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ ଗଙ୍ଗପୁର ଥାନା ଅଧୀନ ଇନ୍ଦନପୁର ଗ୍ରାମରେ ଏକ କାର ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ…

ରୋଷେଇ ବେଳେ ବିସ୍ଫୋରଣ ହେଲା ଗ୍ଯାସ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ୩…

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଦଳିତ ସାହିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ରବିବାର  ସନ୍ଧ୍ୟାରେ ରୋଷେଇ ଗ୍ଯାସ ସିଲିଣ୍ଡର ଲିକ୍ ହୋଇ…

ସାଙ୍ଗ ଗୁଳିରେ ଚାଲିଗଲା ସାଙ୍ଗର ଜୀବନ

ଫୁଲବାଣୀ/ଚକାପାଦ/ବାଲିଗୁଡା,୧୯ା୪(ରାକେଶ କୁମାର ରାଉତ/ପ୍ରତାପ କିଶୋର ବେହେରା/ ସଞ୍ଜୟ କୁମାର ପାଣିଗ୍ରାହୀ): ଜଙ୍ଗଲକୁ ଶିକାର କରିବାକୁ ୩ ସାଙ୍ଗ ଯାଇଥିଲେ। ହେଲେ ଶିକାର କଲାବେଳେ ବନ୍ଧୁକ ଧରିଥିବା ଯୁବକଙ୍କ…

ପ୍ରେମିକାକୁ ମାଡ଼ ମାରିଲେ ପ୍ରେମିକ, ନିର୍ଯାତନା ସହି ନପାରି ଆତ୍ମହତ୍ୟା କଲେ

କୋରାପୁଟ,୧୯ା୪(ଅମିତାଭ ବେହେରା ): ପ୍ରେମିକର ନିର୍ଯ୍ୟାତନା ସହି ନପାରି ବେକରେ ରସି ଲଗାଇ ଆତ୍ମହତ୍ୟା କଲେ ଛାତ୍ରୀ । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଚକା ଫାଟି ଗଛରେ ପିଟିହେଲା କାର: ପରିବାରର ୬ଗୁରୁତର

ବଘିଆପଡ଼ା,୧୯।୪(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଗାୟତ୍ରୀ ପ୍ରଜ୍ଞାପୀଠ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ର ଆଗ…

ଥୁଆମୂଳ ରାମପୁରରେ ଅବକାରୀ ବିଭାଗର ଚଢ଼ାଉ: ୨୫ କୁଇଣ୍ଟାଲ ମହୁଲ ସହ ପିକଅପ୍ ଭ୍ୟାନ ଜବତ

ଥୁଆମୂଳ ରାମପୁର,୧୯ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଅବୈଧ ମହୁଲ ଚାଲାଣ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଭାଗ…

ପାରିବାରିକ ହିଂସା, ଟାଙ୍ଗିଆ ଚୋଟରେ ମହିଳା ଗୁରୁତର

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ବାଘମରା ସାହିରେ ରବିବାର ଅପରାହ୍ନରେ ପାରିବାରିକ ହିଂସା ଦେଖିବାକୁ ମିଳିଛି । ଜଣେ ମହିଳାଙ୍କୁ ଟାଙ୍ଗିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri