Posted inଖେଳ

ସମାଲୋଚନାକୁ ବ୍ୟାଟ୍‌ରେ ଜବାବ ଦେଲେ ଗବ୍ବର: ଏହି ମାମଲାରେ ହେଲେ ସେହଓ୍ବାଗଙ୍କ ସମକକ୍ଷ

ପୁଣେ,୨୩।୩: ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଗବ୍ବର ତଥା ଶିଖର ଧଓ୍ବନଙ୍କ ଧୂଆଁଧାର ବ୍ୟାଟିଂ ଦେଖିବାକୁ ମିଳିପାରେ ବୋଲି ଆଶା କରାଯାଉଥିଲା। ଶେଷରେ ତାହା ହିଁ ହୋଇଛି। ଶତକ ମାରିବାରୁ ବଞ୍ଚିତ ହୋଇଥିଲେ ହେଁ ଧଓ୍ବନ ବିଦେଶୀ ବୋଲରଙ୍କୁ ଅଡ଼ୁଆରେ ପକାଇଦେଇଥିଲେ। ମ୍ୟାଚ୍‌ରେ ସେ ୯୮ରନ୍‌ କରିଥିବା ବେଳେ ଇଂଲଣ୍ଡ ବିପକ୍ଷରେ ଏହା ତାଙ୍କର ସର୍ବଶ୍ରେଷ୍ଠ ସ୍କୋର।

ଟସ୍‌ ଜିତିବା ପରେ ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରିବା ଲାଗି ଭାରତକୁ ଆମନ୍ତ୍ରିତ କରିଥିଲା। ଧଓ୍ବନ ରୋହିତ ଶର୍ମାଙ୍କ ସହ ଓପନିଂ ପାଇଁ ଆସିଥିବା ବେଳେ ପ୍ରଥମ ଉଇକେଟ ପାଇଁ ୬୪ ରନ୍‌ର ଭାଗିଦାରୀ କରିଥିଲେ। ପରେ ରୋହିତ ୨୮ ରନ୍‌ କରି ଆଉଟ୍‌ ହୋଇଥିଲେ। ପରେ ଧଓ୍ବନ ୬୮ ବଲ୍‌ରେ ନିଜର ଅର୍ଦ୍ଧଶତକ ପୂରଣ କରିଥିବା ବେଳେ ୧୦୬ ବଲ୍‌ରେ ୧୧ ଚୌକା ଏବଂ ଦୁଇ ଛକା ସହାୟତାରେ ୯୮ ରନ୍‌ କରିଥିଲେ। ସେ ଅଧିନାୟକ ବିରାଟ କୋହଲିଙ୍କ ସହ ଦ୍ୱିତୀୟ ଉଇକେଟ ପାଇଁ ୧୦୫ ରନ୍‌ର ଭାଗିଦାରୀ ମଧ୍ୟ କରିଥିଲେ।

ତେବେ ୩୫ ବର୍ଷୀୟ ଏହି କ୍ରିକେଟର ଓପନର ଭାବେ ଦିନିକିଆରେ ୪୮ଥର ୫୦ରନ୍‌ରୁ ଅଧିକ ପାଳି ଖେଳିଛନ୍ତି। ପୂର୍ବରୁ ବିରେନ୍ଦ୍ର ସେହଓ୍ବାଗ ମଧ୍ୟ ଓପନର ଭାବେ ସମାନ ଥର ଏଭଳି କରିଥିଲେ। ଏହି ମାମଲାରେ ସର୍ବାଗ୍ରେ ରହିଛନ୍ତି ସଚିନ ତେନ୍ଦୁଲକର। ସେ ୧୨୦ ଥର ୫୦ରୁ ଅଧିକ ରନ୍‌ କରିଥିଲେ। ସେହିଭଳି ସୌରଭ ଗାଙ୍ଗୁଲୀ ୭୭ ଥର ଏବଂ ରୋହିତ ଶର୍ମା ୫୮ଥର ଏଭଳି କରିଛନ୍ତି। ଏବେ ଧଓ୍ବନ ପୁଣିଥରେ ଫର୍ମକୁ ଫେରି ଆଲୋଚକଙ୍କ ମୁହଁ ବନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri