Posted inଖେଳ

ସମାଲୋଚନାକୁ ବ୍ୟାଟ୍‌ରେ ଜବାବ ଦେଲେ ଗବ୍ବର: ଏହି ମାମଲାରେ ହେଲେ ସେହଓ୍ବାଗଙ୍କ ସମକକ୍ଷ

ପୁଣେ,୨୩।୩: ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଗବ୍ବର ତଥା ଶିଖର ଧଓ୍ବନଙ୍କ ଧୂଆଁଧାର ବ୍ୟାଟିଂ ଦେଖିବାକୁ ମିଳିପାରେ ବୋଲି ଆଶା କରାଯାଉଥିଲା। ଶେଷରେ ତାହା ହିଁ ହୋଇଛି। ଶତକ ମାରିବାରୁ ବଞ୍ଚିତ ହୋଇଥିଲେ ହେଁ ଧଓ୍ବନ ବିଦେଶୀ ବୋଲରଙ୍କୁ ଅଡ଼ୁଆରେ ପକାଇଦେଇଥିଲେ। ମ୍ୟାଚ୍‌ରେ ସେ ୯୮ରନ୍‌ କରିଥିବା ବେଳେ ଇଂଲଣ୍ଡ ବିପକ୍ଷରେ ଏହା ତାଙ୍କର ସର୍ବଶ୍ରେଷ୍ଠ ସ୍କୋର।

ଟସ୍‌ ଜିତିବା ପରେ ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରିବା ଲାଗି ଭାରତକୁ ଆମନ୍ତ୍ରିତ କରିଥିଲା। ଧଓ୍ବନ ରୋହିତ ଶର୍ମାଙ୍କ ସହ ଓପନିଂ ପାଇଁ ଆସିଥିବା ବେଳେ ପ୍ରଥମ ଉଇକେଟ ପାଇଁ ୬୪ ରନ୍‌ର ଭାଗିଦାରୀ କରିଥିଲେ। ପରେ ରୋହିତ ୨୮ ରନ୍‌ କରି ଆଉଟ୍‌ ହୋଇଥିଲେ। ପରେ ଧଓ୍ବନ ୬୮ ବଲ୍‌ରେ ନିଜର ଅର୍ଦ୍ଧଶତକ ପୂରଣ କରିଥିବା ବେଳେ ୧୦୬ ବଲ୍‌ରେ ୧୧ ଚୌକା ଏବଂ ଦୁଇ ଛକା ସହାୟତାରେ ୯୮ ରନ୍‌ କରିଥିଲେ। ସେ ଅଧିନାୟକ ବିରାଟ କୋହଲିଙ୍କ ସହ ଦ୍ୱିତୀୟ ଉଇକେଟ ପାଇଁ ୧୦୫ ରନ୍‌ର ଭାଗିଦାରୀ ମଧ୍ୟ କରିଥିଲେ।

ତେବେ ୩୫ ବର୍ଷୀୟ ଏହି କ୍ରିକେଟର ଓପନର ଭାବେ ଦିନିକିଆରେ ୪୮ଥର ୫୦ରନ୍‌ରୁ ଅଧିକ ପାଳି ଖେଳିଛନ୍ତି। ପୂର୍ବରୁ ବିରେନ୍ଦ୍ର ସେହଓ୍ବାଗ ମଧ୍ୟ ଓପନର ଭାବେ ସମାନ ଥର ଏଭଳି କରିଥିଲେ। ଏହି ମାମଲାରେ ସର୍ବାଗ୍ରେ ରହିଛନ୍ତି ସଚିନ ତେନ୍ଦୁଲକର। ସେ ୧୨୦ ଥର ୫୦ରୁ ଅଧିକ ରନ୍‌ କରିଥିଲେ। ସେହିଭଳି ସୌରଭ ଗାଙ୍ଗୁଲୀ ୭୭ ଥର ଏବଂ ରୋହିତ ଶର୍ମା ୫୮ଥର ଏଭଳି କରିଛନ୍ତି। ଏବେ ଧଓ୍ବନ ପୁଣିଥରେ ଫର୍ମକୁ ଫେରି ଆଲୋଚକଙ୍କ ମୁହଁ ବନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri