Posted inଖେଳ

ଶ୍ରୀଲଙ୍କାରେ ପହଞ୍ଚତ୍ଲା ଧାଓ୍ବନଙ୍କ ଦଳ

କଲମ୍ବୋ, ୨୯।୬(ପି.ଟି.)-
ଶିଖର ଧାଓ୍ବନଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ସୋମବାର ଶ୍ରୀଲଙ୍କାରେ ପହଞ୍ଚତ୍ଛି। ସେଠାରେ ଭାରତୀୟ ଦଳ ୬ଟି ସୀମିତ ଓଭର କ୍ରିକେଟ ମ୍ୟାଚ ଖେଳିବ। ଏହା ମଧ୍ୟରେ ୩ଟି ଲେଖାଏ ଦିନିକିଆ ଓ ଟି୨୦ ମ୍ୟାଚ ସାମିଲ। ଜୁଲାଇ ୧୩ରୁ ଏହି ସିରିଜ ଆରମ୍ଭ ହେବ। ନିୟମିତ ଅଧିନାୟକ ବିରାଟ କୋହଲି ଏବଂ ଟେଷ୍ଟ ଦଳର ସଦସ୍ୟ ଏବେ ଇଂଲଣ୍ଡରେ ଥିବାରୁ ଦ୍ରୁତ ବୋଲର ଭୁବନେଶ୍ୱର କୁମାର ଉପଅଧିନାୟକ ମନୋନୀତ ହୋଇଛନ୍ତି। ଶ୍ରୀଲଙ୍କା ଗସ୍ତ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦ ଜଣିଆ ଦଳ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ହାର୍ଦ୍ଦିକ ପାଣ୍ଡ୍ୟା, କୁଲଦୀପ ଯାଦବ, ୟଜବେନ୍ଦ୍ର ଚହଲଙ୍କ ପରି ସିନିୟର ଖେଳାଳି ସାମିଲ ଅଛନ୍ତି। ଏହା ବ୍ୟତୀତ ଦେବଦତ୍ତ ପଡିକାଲ, ପୃଥ୍ବୀ ଶ’, ନୀତୀଶ ରାଣା, ଋତୁରାଜ ଗାଏକ୍ୱାଡ ଓ ପ୍ରତିଭାସମ୍ପନ୍ନ ପେସ୍‌ ବୋଲର ଚେତନ ସାକାରିଆଙ୍କ ପରି ଯୁବ ଖେଳାଳି ମଧ୍ୟ ରହିଛନ୍ତି। ଦୁଇ ଯୁବ ଉଇକେଟ କିପର ଇଶାନ କିଶନ ଏବଂ ସଞ୍ଜୁ ସାମସନ ତାଲିକାରେ ସ୍ଥାନ ପାଇଛନ୍ତି। ଭାରତୀୟ ଦଳ ଯୁବ ଏବଂ ଅଭିଜ୍ଞ ଖେଳାଳିଙ୍କୁ ନେଇ ବେଶ୍‌ ସନ୍ତୁଳିତ ବୋଲି ଅଧିନାୟକ ଧାଓ୍ବନ ପ୍ରକାଶ କରିଛନ୍ତି।
ଶ୍ରୀଲଙ୍କା କ୍ରିକେଟ ଓ୍ବେବସାଇଟ୍‌ ଅନୁସାରେ ଭାରତୀୟ ଦଳ ଜୁନ ୨୯ରୁ ଜୁଲାଇ ୧ ପର୍ଯ୍ୟନ୍ତ ରୁମ୍‌ କ୍ୱାରାଣ୍ଟାଇନ୍‌ରେ ରହିବେ। ଜୁଲାଇ ୨ରୁ ୪ ପର୍ଯ୍ୟନ୍ତ ସେମାନେ ପର୍ଯ୍ୟାୟଭିତ୍ତିକ ଟ୍ରେନିଂ କରିବେ। ୫ ତାରିଖରୁ ପୂରା ଦଳର ଟ୍ରେନିଂ ଆରମ୍ଭ ହେବ। ପରିବେଶ ସହିତ ଅଭ୍ୟସ୍ତ ହେବାପାଇଁ ଇଣ୍ଟ୍ରା ସ୍କ୍ବାଡ୍‌ ମ୍ୟାଚ ମଧ୍ୟ ଖେଳିବେ।
ଭାରତୀୟ ଦଳ: ଶିଖର ଧାଓ୍ବନ(ଅଧିନାୟକ), ପୃଥ୍ବୀ ଶ’, ଦେବଦତ୍ତ ପଡିକାଲ, ଋତୁରାଜ ଗାଏକ୍ୱାଡ, ସୂର୍ଯ୍ୟକୁମାର ଯାଦବ, ମନୀଷ ପାଣ୍ଡେ, ହାର୍ଦ୍ଦିକ ପାଣ୍ଡ୍ୟା, ନୀତୀଶ ରାଣା, ଇଶାନ କିଶନ, ସଞ୍ଜୁ ସାମସନ, ୟୁଜବେନ୍ଦ୍ର ଚହଲ, ରାହୁଲ ଚହର, କ୍ରିଷ୍ଣାପ୍ପା ଗୋଥାମ, କୃନାଲ ପାଣ୍ଡ୍ୟା, କୁଲଦୀପ ଯାଦବ, ବରୁଣ ଚକ୍ରବର୍ତ୍ତୀ, ଭୁବନେଶ୍ୱର କୁମାର, ଦୀପକ ଚହର, ନବଦୀପ ସଇନୀ, ଚେତନ ସାକାରିଆ।
ନେଟ୍‌ ବୋଲର: ଇଶାନ ପୋରେଲ, ସନ୍ଦୀପ ଓ୍ବାରିୟର, ଅର୍ଶଦୀପ ସିଂ, ସାଇ କିଶୋର, ସିମରଜିତ୍‌ ସିଂ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri