ଢେମ୍‌ସା, ଡଙ୍ଗରିଆ ନାଚର ମଜା ନେଲେ ଦର୍ଶକ

ରାୟଗଡ଼ା,୭।୧(ସ୍ବ.ପ୍ର.): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକରେ ଶୁକ୍ରବାର ଲୋକ ମହୋତ୍ସବ ଚଇତି ଉଦ୍‌ଘାଟନ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷା ଅମ୍ବ୍ରିତା କାଡ୍ରାକା ମୁଖ୍ୟ ଅତିଥି ଏବଂ ବି. ସୂର୍ଯ୍ୟ ପ୍ରକାଶ ରାଓ ମୁଖ୍ୟ ବକ୍ତାଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ଡମ୍ବରୁ କଞ୍ଜାକା, ବିଡିଓ ତାପସ କୁମାର ଭୋଇ ମଞ୍ଚାସୀନ ଥିଲେ। ନାଗାବଳୀ ଓ କଲ୍ୟାଣୀ ନଦୀ ସଙ୍ଗମଘାଟରୁ ଗଙ୍ଗାଙ୍କୁ ଆବାହନ କରି କଳସ ଶୋଭାଯାତ୍ରା ବାହାରିଥିଲା। ଏହି କଳସ ଶୋଭାଯାତ୍ରାରେ ସକାଳୁ ବ୍ଲକ ପ୍ରଶାସନ, ସ୍ବୟଂ ସହାୟିକା ଗୋଷ୍ଠୀ, ଗ୍ରାମବାସୀ, ବୁଦ୍ଧିଜୀବୀ, ଛାତ୍ରୀଛାତ୍ର ସାମିଲ ହୋଇଥିଲେ। ଶୋଭାଯାତ୍ରା ଗ୍ରାମ ପରିକ୍ରମା କରିସାରିବା ପରେ ତାହାକୁ ଚଇତି ମଣ୍ଡପରେ ସ୍ଥାପନ କରାଯାଇଥିଲା। ଏହାପରେ ଉପସ୍ଥିତ ଅତିଥିମାନେ ପ୍ରଦୀପ ପ୍ରଜ୍ୱଳନ କରି ପଲ୍ଲିଶ୍ରୀ ମେଳା ଉଦ୍‌ଘାଟନ କରିଥିଲେ। ଏଥିରେ ପ୍ରାଣୀ ସମ୍ପଦ, ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ଉନ୍ନୟନ, ଉଦ୍ୟାନ କୃଷି ବିଭାଗ, ଡଙ୍ଗରିଆ କନ୍ଧ ସମ୍ପ୍ରଦାୟ, ବିଦ୍ୟାଳୟ, ମିଶନ ଶକ୍ତି, ପଞ୍ଚାୟତିରାଜ ଓ ପାନୀୟଜଳ, କୃଷି ଓ କୃଷକ ବିଭାଗ, ପୁଷ୍ଟି ଶସ୍ୟମେଳା, ଶିଶୁ ବିକାଶ ଯୋଜନା ଷ୍ଟଲ୍‌ ରହିଥିଲା। ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା ଆଧାର ହେଉଛି ଚଇତି ବୋଲି ଅତିଥିମାନେ କହିଥିଲେ। ଏହି ମଞ୍ଚରେ ୧୪ଟି ପଞ୍ଚାୟତରୁ ଆସିଥିବା ସାଂସ୍କୃତିକ ଦଳର କଳାକାରମାନେ ନୃତ୍ୟ ପରିବେଷଣ କରିଥିଲେ। ଦର୍ଶକ ଢେମ୍‌ସା ଓ ଡଙ୍ଗରିଆ ନୃତ୍ୟର ଖୁବ୍‌ ମଜା ଉଠାଇଥିଲେ। ମାଁ ମଝିଘରିଆଣୀ ଏଣ୍ଟରଟେନ୍‌ମେଣ୍ଟ ପକ୍ଷରୁ ‘ବୁଲି ଆସ ଆମ କଲ୍ୟାଣସିଂହପୁର’ କ୍ୟାସେଟ୍‌କୁ ଅତିଥି ଲୋକାର୍ପଣ କରିଛନ୍ତି। ଜିଲା ସାଂସ୍କୃତିକ ସଂଘ ଉପସଭାପତି ସନ୍ତୋଷ କୁମାର ବଚ୍ଚା ଗୀତ ଗାଇଥିଲେ। ଏଥିରେ ସମସ୍ତ ନୃତ୍ୟ ଓ କ୍ରୀଡ଼ା ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଛି। ଏଥିରେ ପ୍ରଥମ ଓ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ଜିଲାସ୍ତରୀୟ ଚିଇତିରେ ଭାଗନେବେ ବୋଲି ବିଡିଓ କହିଛନ୍ତି। କାର୍ଯ୍ୟକ୍ରମକୁ ବିଡିଓ ତାପସ କୁମାର ଭୋଇ, ସହକାରୀ ଯନ୍ତ୍ରୀ ସବ୍ୟସାଚୀ ନାୟକ, ବନାଞ୍ଚଳ ଅଧିକାରୀ ଚନ୍ଦନ ଗମାଙ୍ଗ, ପାରଶାଲି ସ୍ବତନ୍ତ୍ର ଅଧିକାରୀ ସଲମନ ରାଇକା, ଜିପିଓ ମାନସ ରଞ୍ଜନ ପ୍ରଧାନ, ଡବ୍ଲ୍ୟୁଇଓ ଚନ୍ଦନ ଦାସ ବାଙ୍ଗାରୀ, ବିପିଏମ୍‌ କଳ୍ପତରୁ ବେହେରାଙ୍କ ସମେତ ବ୍ଲକର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri