ଦେଶର ୩୩ ତମ ସ୍ଥାନରେ ଢେଙ୍କାନାଳ କଲେଜ

ଡେଙ୍କାନାଳ ଅଫିସ୍‌,୧୮।୪: ଉନ୍ନତ ଭିତ୍ତିଭୂମି, ଶିକ୍ଷାଦାନରେ ଗୁଣବତ୍ତା, କର୍ମଶାଳା, ପାଠଚକ୍ର, ପରୀକ୍ଷାଫଳ, ପରିବେଶ ଆଦିକୁ ନେଇ ଏଜୁକେଶନ ଓ୍ବାଲର୍‌ଡ ପକ୍ଷରୁ ସର୍ବଭାରତୀୟସ୍ତରରେ ସ୍ବୟଂଶାସିତ ମହାବିଦ୍ୟାଳୟଗୁଡ଼ିକର ର଼୍ୟାଙ୍କିଙ୍ଗ କରାଯାଇଥିବାବେଳେ ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟ ଦେଶର ୩୩ ତମ ସ୍ଥାନରେ ରହିଛି। ଏହି ର଼୍ୟାଙ୍କିଙ୍ଗର ୨୨ ତମ ସ୍ଥାନରେ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ବାଲେଶ୍ୱର, ୨୪ତମ ସ୍ଥାନରେ ଶୈଳବାଳା ମହିଳା ମହାବିଦ୍ୟାଳୟ କଟକ, ୨୬ ତମ ସ୍ଥାନରେ ସାମନ୍ତ ଚନ୍ଦ୍ରଶେଖର ସ୍ବୟଂଶାସିତ ମହାବିଦ୍ୟାଳୟ ପୁରୀ, ୩୩ ତମ ସ୍ଥାନରେ ଢେଙ୍କାନାଳ ସ୍ବୟଂ ଶାସିତ ମହାବିଦ୍ୟାଳୟ, ୩୭ ତମ ସ୍ଥାନରେ ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ ଭୁବନେଶ୍ୱର ରହିଥିବା ଜଣାପଡିଛି। ତେବେ ରାଜ୍ୟ ର଼୍ୟାଙ୍କିଙ୍ଗରେ ଢେଙ୍କାନାଳ ସ୍ବୟଂ ଶାସିତ ମହାବିଦ୍ୟାଳୟ ଗୋଟିଏ ସ୍ଥାନ ତଳକୁ ଖସିଛି। ୨୦୨୨-୨୦୨୩ ଶିକ୍ଷାବର୍ଷରେ ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟ ୩ୟ ସ୍ଥାନରେ ରହିଥିବା ବେଳେ୨୦୨୩- ୨୦୨୪ ଶିକ୍ଷାବର୍ଷରେ ଏହି ସ୍ବୟଂଶାସିତ ମହାବିଦ୍ୟାଳୟକୁ ୪ର୍ଥ ସ୍ଥାନ ମିଳିଛି ବୋଲି ମହାବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ଡ. ଦେବାଶିଷ ମହାନ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri