ନିଜ ବଳରେ ଲଢୁଛନ୍ତି ଢେଙ୍କାନାଳ କଂଗ୍ରେସ ପ୍ରାର୍ଥୀ

ଢେଙ୍କାନାଳ,୨୦ା୫(ରତନ ନାୟାର): ଢେଙ୍କାନାଳ ଜିଲାରେ ଆସନ୍ତା ୨୫ ତାରିଖରେ ଭୋଟ ଗ୍ରହଣ ହେବ। ତେବେ ୨୩ ତାରିଖରେ ପ୍ରଚାର ପର୍ବ ଶେଷ ହେବ। ତେଣୁ ପ୍ରାର୍ଥୀମାନଙ୍କ ପାଇଁ ପ୍ରଚାର କରିବାକୁ ବିଭିନ୍ନ ଦଳ ହାତରେ ଆଉ ମାତ୍ର ୪ ଦିନ ରହିଲା। ଏହାକୁ ଦୃଷ୍ଟିରେ ରଖି ବିଜେଡି ଓ ଭାଜପା ପକ୍ଷରୁ ପ୍ରଚାରକୁ ଜୋର୍‌ଦାର କରାଯାଇଛି। ଭାଜପା ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିବାକୁ ଦଳର ହେଭିଓ୍ବେଟ୍‌ ତଥା ଷ୍ଟାର ପ୍ରଚାରକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦ ତାରିଖରେ ଢେଙ୍କାନାଳ ସଂସଦୀୟ କ୍ଷେତ୍ରର ଅନୁଗୋଳ ଜିଲା ନାଲ୍‌କୋ ଆସୁଥିବା ବେଳେ ଆଗାମୀ ଦିନରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅନୁଗୋଳ, କାମାକ୍ଷାନଗର ଓ ପରଜଙ୍ଗ ବିଧାନସଭା ନିର୍ବାଚନମଣ୍ଡଳୀର ମଧ୍ୟସ୍ଥଳ ବାଟଗାଁ ଆସିବାର କାର୍ଯ୍ୟସୂଚୀ ରହିଛି। ସେହିପରି ବିଜେଡି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଢେଙ୍କାନାଳ ଓ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ ଢେଙ୍କାନାଳ ଏବଂ ହିନ୍ଦୋଳ ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିସାରିଛନ୍ତି। କିନ୍ତୁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଜଣେ କହି ଷ୍ଟାର ପ୍ରଚାରକ ବର୍ତ୍ତମାନ ସୁଦ୍ଧା ଆସି ନ ଥିବା ସାଧାରଣରେ ଆଲୋଚନାର ବିଷୟ ହୋଇଛି। ଫଳରେ ଏଠାକାର କଂଗ୍ରେସ ପ୍ରାର୍ଥୀମାନେ ନିଜ ବଳରେ ୨୦୨୪ ନିର୍ବାଚନ ଲଢୁଥିବା ସାଧାରଣରେ ଆଲୋଚନା ହେଉଛି।
ରାଜ୍ୟର ବିଭିନ୍ନ ନିର୍ବାଚନମଣ୍ଡଳୀରେ କଂଗ୍ରେସ ପକ୍ଷରୁ ଷ୍ଟାର ପ୍ରଚାରକ ଭାବେ ବରିଷ୍ଠ ନେତା ରାହୁଲ ଗାନ୍ଧୀ, ମଲ୍ଲିକାର୍ଜୁନ ଖାର୍ଗେ, ସଚିନ ପାଇଲଟ୍‌ ପ୍ରମୁଖ ପ୍ରଚାର କରୁଥିବା ବେଳେ ଢେଙ୍କାନାଳ ଲୋକ ସଭା କ୍ଷେତ୍ରକୁ ଜଣେ ହେଲେ ଷ୍ଟାର ପ୍ରଚାରକ ବର୍ତ୍ତମାନ ସୁଦ୍ଧା ଆସିନାହାନ୍ତି। ଢେଙ୍କାନାଳ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ସସ୍ମିତା ବେହେରା ନିଜ ସମର୍ଥକଙ୍କ ଗହଣରେ ବିଭିନ୍ନ ଅଞ୍ଚଳରେ ପ୍ରଚାର କରୁଥିବା ଦେଖାଯାଇଛି। ସେହିପରି ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ସୁସ୍ମିତା ସିଂହଦେଓ ମଧ୍ୟ ନିଜ ସମର୍ଥକଙ୍କ ଗହଣରେ ପ୍ରଚାର କାର୍ଯ୍ୟ କରୁଥବା ବେଳେ ନିଜ ବ୍ୟାନରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ, ପୂର୍ବତନ କେନ୍ଦ୍ରମନ୍ତ୍ରୀ କାମାକ୍ଷା ପ୍ରସାଦ ସିଂହଦେଓଙ୍କ ଫଟୋ ରଖିଥିବା ଦେଖାଯାଇଛି। ସେହିପରି ହିନ୍ଦୋଳ ବିଧାନସଭା ନିର୍ବାଚନମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ଗୋବର୍ଦ୍ଧନ ଶେଖର ନାଏକ, କାମାକ୍ଷାନଗର ବିଧାନସଭା ନିର୍ବାଚନମଣ୍ଡଳୀ ପ୍ରାର୍ଥୀ ବିପ୍ରବର ସାହୁ, ପରଜଙ୍ଗ ବିଧାନସଭା ନିର୍ବାଚନମଣ୍ଡଳୀ ପ୍ରାର୍ଥୀ ରଣଜିତ ସାହୁ ନିଜ ବଳରେ ସମର୍ଥକମାନଙ୍କୁ ନେଇ ପ୍ରଚାର ଜାରି ରଖିଛନ୍ତି। ଲୋକ ସଭା ପ୍ରାର୍ଥୀଙ୍କ ସହ ବିଭିନ୍ନ ସ୍ଥାନକୁ ଜିଲା କଂଗ୍ରେସ କମିଟିର ନେତୃବୃନ୍ଦ ଯାଉଥିବା ମଧ୍ୟ ଦେଖାଯାଇଛି। ଏ ସଂକ୍ରାନ୍ତରେ ଜିଲା କଂଗ୍ରେସ ସଭାପତି ସୁନୀଲ ଦାଶ କହିଛନ୍ତି, ଷ୍ଟାର ପ୍ରଚାରକ ଆଣିବା ପାଇଁ ଆଲୋଚନା ଚାଲିଛି। ସୋମବାର ସୁଦ୍ଧା ଏ ସମ୍ପର୍କରେ ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri