ଢେଙ୍କାନାଳକୁ ସମ୍ମାନଜନକ ରାଜ୍ୟ ପୁରସ୍କାର

ଢେଙ୍କାନାଳ ଅଫିସ, ୧୯।୮ – ଭାରତ ସ୍କାଉଟ୍ସ ଆଣ୍ଡ୍‌ ଗାଇଡ୍ସ ଜାତୀୟ ସଂହତି ଶିବିର-୨୦୧୯ର ସଫଳ ଆୟୋଜନ ପାଇଁ ରାଜ୍ୟସ୍ତରରେ ଶ୍ରେଷ୍ଠ ବିବେଚିତ ହୋଇଛି ଢେଙ୍କାନାଳ ଜିଲା। ରାଜ୍ୟପାଳ ତଥା ଭାରତ ସ୍କାଉଟ୍ସ ଏବଂ ଗାଇଡ୍ସର ପାଟ୍ରନ ପ୍ରଫେସର ଗଣେଶୀ ଲାଲ ଏବଂ ରାଜ୍ୟ ମୁଖ୍ୟ କମିଶନର ଡ. କାଳୀପ୍ରସାଦ ମିଶ୍ରଙ୍କ ଦ୍ୱାରା ଏହି ସମ୍ମାନଜନକ ପୁରସ୍କାର ସମ୍ପର୍କିତ ପ୍ରମାଣପତ୍ର ପ୍ରଦାନ କରାଯାଇଛି ।
ଏ ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀ ତଥା ଭାରତ ସ୍କାଉଟ୍ସ ଆଣ୍ଡ୍‌ ଗାଇଡ୍ସ ମୁଖ୍ୟ କମିଶନର ନିବେଦିତା ପାଣି ମଙ୍ଗଳବାର ସୂଚନା ଦେଇଛନ୍ତି। କାମାକ୍ଷାନଗର ଉପଖଣ୍ଡ କାନପୁର ପଞ୍ଚାୟତିରାଜ ହାଇସ୍କୁଲରେ ଜାନୁୟାରୀ ୨ରୁ ୬ ତାରିଖ ଯାଏ ଆୟୋଜିତ ହୋଇଥିଲା ୩୪ତମ ଜିଲାସ୍ତରୀୟ ଜାତୀୟ ସଂହତି ଶିବିର। ଏହାର ନେତୃତ୍ୱ ନେଇଥିଲେ ତତ୍କାଳୀନ ଜିଲା ଶିକ୍ଷାଧିକାରୀ ସୁଧାନନ୍ଦ ପରିଡ଼ା ଏବଂ ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀରାମ ରାଉତ। ଜିଲା ଶାରୀରିକ ଶିକ୍ଷା ନିରୀକ୍ଷକ ସୌଦାମିନୀ ଦାସ, ସ୍କାଉଟ୍ସ କମିଶନର ଗଗନ ବିହାରୀ ନାୟକ, ଗାଇଡ୍ସ କମିଶନର ପୁଷ୍ପାଞ୍ଜଳି ଦଳେଇ, ପ୍ରଶିକ୍ଷକ ନରେଶ ମହାରଣା, ରାଜ୍ୟ ମୁଖ୍ୟ ପ୍ରଶିକ୍ଷକ ସୁରଜିତ ସେନ୍‌ ପ୍ରମୁଖ ଏହାର ସଫଳ ପରିଚାଳନା କରିଥିଲେ। ପୁରସ୍କାର ମିଳିବା ପରେ ଆଗାମୀ ଦିନରେ ରାଜ୍ୟସ୍ତରୀୟ ଶିବିର ଆୟୋଜନ କରିବାକୁ ବାଟ ଫିଟିଛି। ଏହି ସଫଳତା ପାଇଁ ସ୍କୁଲ କର୍ତ୍ତୃପକ୍ଷ, ଶିକ୍ଷା ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ଏମ୍‌ପି ମହେଶ ସାହୁ ଧନ୍ୟବାଦ ଜଣାଇଛନ୍ତି।
ଏ ସମ୍ପର୍କରେ ପ୍ରଧାନ ଶିକ୍ଷକ ଶ୍ରୀରାମ ରାଉତ କୁହନ୍ତି, ଶିକ୍ଷା ବିଭାଗ ପକ୍ଷରୁ ଯେତେବେଳେ ଯାହା ଦାୟିତ୍ୱ ଦିଆଯାଇଛି ସେସବୁକୁ ସଫଳତାର ସହ ଆୟୋଜନ କରିଛୁ। ଆଗାମୀ ଦିନରେ ମଧ୍ୟ ଏହା ଜାରି ରହିବ। ଏହି ସଫଳତା କେବଳ ବିଦ୍ୟାଳୟର ନୁହେଁ, ବରଂ ଶିବିରକୁ ସଫଳ କରିଥିବା ପ୍ରତି କାର୍ଯ୍ୟକର୍ତ୍ତାଙ୍କର। ଜିଲା ଶିକ୍ଷାଧିକାରୀ ଏହାକୁ ଗୌରବର ବିଷୟ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri