‘ଢେଙ୍କାନାଳ ହେଉଛି ଶିକ୍ଷାର ପୁଞ୍ଜି’

ଢେଙ୍କାନାଳ ଅଫିସ,୩୧ା୭: ଢେଙ୍କାନାଳ ସହର ପୁରୁଣା ଜିଲା ପରିଷଦ ସମ୍ମିଳନୀ ହଲ୍‌ରେ ରବିବାର ପୂର୍ବାହ୍ନରେ ପ୍ରଧାନମନ୍ତ୍ରୀଙ୍କ ମନ କି ବାତ୍‌ କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଥିଲେ। ଏହାପରେ ସେ ଜିଲା ଶିକ୍ଷା ଓ ପ୍ରଶିକ୍ଷଣ କେନ୍ଦ୍ର ପରିଦର୍ଶନରେ ଯାଇ ଶିକ୍ଷା ପ୍ରଶିକ୍ଷଣ ବ୍ୟବସ୍ଥା ସମ୍ପର୍କରେ ପ୍ରିନିସିପାଲ ମାନସ ଚନ୍ଦ୍ର ରାଉତ ଓ ଅଧ୍ୟାପିକା ଏବଂ ଅଧ୍ୟାପକମାନଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ ସେ କହିଥିଲେ, ଢେଙ୍କାନାଳ ହେଉଛି ଶିକ୍ଷାର ପୁଞ୍ଜି । ପ୍ରଶିକ୍ଷଣ ସମୟରେ ଓଡ଼ିଆ ଭାଷା ବ୍ୟବହାର ଉପରେ ଅଧିକ ଗୁରୁତ୍ୱ ଦେବାକୁ କହିଥିଲେ। ଏଥି ପୂର୍ବରୁ କେନ୍ଦ୍ର ମନ୍ତ୍ରୀ ଭୁବନରେ ପହଞ୍ଚି କାଳୀବଜାର ଠାରେ ସହିଦ ବାଜି ରାଉତଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ସେଠାରେ ଚଳିତ ବର୍ଷ ମାଟିକ ପରୀକ୍ଷା ଜିଲା ଟପର ହୋଇଥିବା ଓମପ୍ରକାଶ ସାହୁଙ୍କ ସମେତ ଭୁବନ ଅଞ୍ଚଳର ଯୁକ୍ତ ୨ ବାଣିଜ୍ୟ ଓ ବିଜ୍ଞାନ ବିଭାଗରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀଛାତ୍ରଙ୍କୁ ସମର୍ଦ୍ଧିତ କରିଥିଲେ। ଢେଙ୍କାନାଳ ସହରରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲା ଭାଜପା ସଭାପତି ନରେଶ ଚନ୍ଦ୍ର ମହାପାତ୍ର, ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ର, ରାଜ୍ୟ ଉପସଭାପତି ପ୍ରଭାତି ପରିଡ଼ା, ରାଜ୍ୟ କୃଷକ ମୋର୍ଚ୍ଚା ଉପସଭାପତି ରାମଚନ୍ଦ୍ର ପାତ୍ର, ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ର, ବିଭୂତି ପ୍ରଧାନ, ସୁନୀଲ ଶର୍ମ ଓ ଶତ୍ରୁଘ୍ନ ଭୁଡ଼ିଆ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri