‘ଢେଙ୍କାନାଳ ହେଉଛି ଶିକ୍ଷାର ପୁଞ୍ଜି’

ଢେଙ୍କାନାଳ ଅଫିସ,୩୧ା୭: ଢେଙ୍କାନାଳ ସହର ପୁରୁଣା ଜିଲା ପରିଷଦ ସମ୍ମିଳନୀ ହଲ୍‌ରେ ରବିବାର ପୂର୍ବାହ୍ନରେ ପ୍ରଧାନମନ୍ତ୍ରୀଙ୍କ ମନ କି ବାତ୍‌ କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଥିଲେ। ଏହାପରେ ସେ ଜିଲା ଶିକ୍ଷା ଓ ପ୍ରଶିକ୍ଷଣ କେନ୍ଦ୍ର ପରିଦର୍ଶନରେ ଯାଇ ଶିକ୍ଷା ପ୍ରଶିକ୍ଷଣ ବ୍ୟବସ୍ଥା ସମ୍ପର୍କରେ ପ୍ରିନିସିପାଲ ମାନସ ଚନ୍ଦ୍ର ରାଉତ ଓ ଅଧ୍ୟାପିକା ଏବଂ ଅଧ୍ୟାପକମାନଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ ସେ କହିଥିଲେ, ଢେଙ୍କାନାଳ ହେଉଛି ଶିକ୍ଷାର ପୁଞ୍ଜି । ପ୍ରଶିକ୍ଷଣ ସମୟରେ ଓଡ଼ିଆ ଭାଷା ବ୍ୟବହାର ଉପରେ ଅଧିକ ଗୁରୁତ୍ୱ ଦେବାକୁ କହିଥିଲେ। ଏଥି ପୂର୍ବରୁ କେନ୍ଦ୍ର ମନ୍ତ୍ରୀ ଭୁବନରେ ପହଞ୍ଚି କାଳୀବଜାର ଠାରେ ସହିଦ ବାଜି ରାଉତଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ସେଠାରେ ଚଳିତ ବର୍ଷ ମାଟିକ ପରୀକ୍ଷା ଜିଲା ଟପର ହୋଇଥିବା ଓମପ୍ରକାଶ ସାହୁଙ୍କ ସମେତ ଭୁବନ ଅଞ୍ଚଳର ଯୁକ୍ତ ୨ ବାଣିଜ୍ୟ ଓ ବିଜ୍ଞାନ ବିଭାଗରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀଛାତ୍ରଙ୍କୁ ସମର୍ଦ୍ଧିତ କରିଥିଲେ। ଢେଙ୍କାନାଳ ସହରରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲା ଭାଜପା ସଭାପତି ନରେଶ ଚନ୍ଦ୍ର ମହାପାତ୍ର, ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ର, ରାଜ୍ୟ ଉପସଭାପତି ପ୍ରଭାତି ପରିଡ଼ା, ରାଜ୍ୟ କୃଷକ ମୋର୍ଚ୍ଚା ଉପସଭାପତି ରାମଚନ୍ଦ୍ର ପାତ୍ର, ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ର, ବିଭୂତି ପ୍ରଧାନ, ସୁନୀଲ ଶର୍ମ ଓ ଶତ୍ରୁଘ୍ନ ଭୁଡ଼ିଆ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

ଏଣିକି ଟ୍ରାଫିକ୍‌ ପୋଲିସ ପିନ୍ଧିବେ AC ହେଲ୍‌ମେଟ୍‌

ଭୁବନେଶ୍ୱର,୨୦ା୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍‌ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍‌ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍‌ମେଟ୍‌ ପିନ୍ଧିବେ।...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri