ଢେଙ୍କାନାଳ ଲୋକ ସଭା ନିର୍ବାଚନମଣ୍ଡଳୀ: ବିଜେଡିରୁ ଅବିନାଶ ସାମଲ, ଭାଜପାରୁ ରୁଦ୍ର ପାଣି ପ୍ରାର୍ଥୀ

ଢେଙ୍କାନାଳ,୨୮ା୩(ରତନ ନାୟାର)ଚଳିତ ସାଧାରଣ ନିର୍ବାଚନ ପାଇଁ ଢେଙ୍କାନାଳ ଲୋକ ସଭା ଆସନ ନିମନ୍ତେ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା ଶେଷ ହୋଇଛି। ବିଜେଡିରୁ ଚଳିତ ନିର୍ବାଚନରେ ନୂତନ ଭାବେ ଯୁବ ଶିଳ୍ପୋଦ୍ୟୋଗୀ ଡା. ଅବିନାଶ ସାମଲଙ୍କୁ ପ୍ରାର୍ଥୀ କରାଯାଇଛି। ସେ ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବିଧାୟକ ସୁଧୀର କୁମାର ସାମଲଙ୍କ ପୁତୁରା। ସେହିପରି ଗତ ୨ଦିନ ତଳେ ଭାଜପା ପକ୍ଷରୁ ପୁଣିଥରେ ରୁଦ୍ର ନାରାୟଣ ପାଣିଙ୍କୁ ଦଳୀୟ ପ୍ରାର୍ଥୀ ଘୋଷଣା କରାଯାଇଛି। କଂଗ୍ରେସ ପକ୍ଷରୁ ଲୋକ ସଭା ପ୍ରାର୍ଥୀ ଏବଂ ବିଧାନସଭା ପ୍ରାର୍ଥୀ ସମ୍ପର୍କରେ କୌଣସି ଘୋଷଣା ବର୍ତ୍ତମାନ ସୁଦ୍ଧା ହୋଇନାହିଁ। ପ୍ରକାଶ ଯେ, କିଛିଦିନ ତଳେ ଡା. ଅବିନାଶ ବିଜେଡିରେ ଯୋଗ ଦେଇଥିଲେ। ନିଜ ପ୍ରତିକ୍ରିୟାରେ ଅବିନାଶ କହିଛନ୍ତି, ତାଙ୍କ ଉପରେ ଭରସା କରିଥିବାରୁ ପ୍ରଥମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଉଛି। ସମସ୍ତଙ୍କ ଆଶୀର୍ବାଦରେ ନିର୍ବାଚନ ଲଢିବାକୁ ଯାଉଛି। ସେହିପରି ଭାଜପା ପ୍ରାର୍ଥୀ ପାଣି ପ୍ରାଥମେ ୨୦୦୪ରୁ ୨୦୦୬ ଓ ୨୦୦୬ରୁ ୨୦୧୨ ପର୍ଯ୍ୟନ୍ତ ରାଜ୍ୟ ସଭା ସଦସ୍ୟ ରହିଥିଲେ। ଏଥିସହିତ ସେ ୧୯୯୧, ୧୯୯୬, ୨୦୦୯, ୨୦୧୪, ୨୦୧୯ରେ ଭାଜପାରୁ ପ୍ରାର୍ଥୀ ହୋଇଥିଲେ। ପୁଣିଥରେ ଦଳ ତାଙ୍କୁ ଭରସା କରିଥିବାରୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦଳର ଜାତୀୟ ସଭାପତି ଜେ.ପି. ନଡ୍ଡା, କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ସାହା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ କୃତଜ୍ଞତା ଜଣାଇଛନ୍ତି। ସେହିପରି ୨୦୧୯ରେ ବିଜେଡି ପ୍ରାର୍ଥୀ ହୋଇ ବିଜୟୀ ହୋଇଥିବା ଏମ୍‌ପି ମହେଶ ସାହୁ ଚଳିତ ନିର୍ବାଚନରେ ଲୋକ ସଭା ପ୍ରାର୍ଥୀ ନ ହେବା ଘଟଣା ସାଧାରଣରେ ଆଲୋଚନାର ବିଷୟ ହୋଇଛି। ଏହାକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ତାଙ୍କ ସମର୍ଥକମାନେ। ତେବେ ୨ ଦଳର ପ୍ରାର୍ଥୀ ଘୋଷଣା ପରେ ସମସ୍ତଙ୍କ ନଜର କଂଗ୍ରେସ ପ୍ରାର୍ଥୀ ଉପରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଣା ନଦୀରେ ଗୋଡ଼ ଖସି ଛାତ୍ରୀ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ମହାକାଳପଡ଼ା,୨୭।୪( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମରେ ଏକ ଅଘଟଣ ଘଟିଛି। ଦୁଇ ସାଙ୍ଗ ନିକଟ...

ଏଯାଏ ଛିଣ୍ଡୁନି ଅଙ୍କ, ଚିନ୍ତାରେ ଆଶାୟୀ; ଆଉ ୬-୧୫-୯ ଆସନ ବାକି

ଭୁବନେଶ୍ୱର,୨୭।୪: ନିର୍ବାଚନ ତାରିଖ ପାଖେଇ ଆସିଲେ ହେଁ ରାଜ୍ୟର ୩ ପ୍ରମୁଖ ଦଳ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ଏଯାବତ ବିଜେଡି ୬, ଭାଜପା...

ରାଜଧାନୀ ତାତି ଟପିଲା ୪୧

ଭୁବନେଶ୍ୱର,୨୭।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହି କ୍ରମରେ ଦିନ ସାଢ଼େ ୧୧ରେ ଭୁବନେଶ୍ବର ତାପମାତ୍ରା ୪୧.୨ ଡିଗ୍ରୀ ପାର କରିଛି। ସେହିପରି...

ଟିକେଟ୍‌ କଟିବା ପରେ କଂଗ୍ରେସରୁ ଇସ୍ତଫା ଦେଲେ ମୋହନ ହେମ୍ବ୍ରମ, କହିଲେ ୪୮ ଘଣ୍ଟାରେ ୭ ଲକ୍ଷ ନ ଦେଲେ…

ଭୁବନେଶ୍ୱର,୨୭।୪: ଟିକେଟ୍‌ କଟିବା ପରେ କଂଗ୍ରେସ ଛାଡିଲେ ମୋହନ ହେମ୍ବ୍ରମ ଏବଂ ତାଙ୍କ ପତ୍ନୀ। କଂଗ୍ରେସ ଉପରେ ବର୍ଷିବା ସହ ଶନିବାର ଦଳର ସଦସ୍ୟ ପଦରୁ...

ରବିବାର ଦୁଲୁକିବ ଓଡ଼ିଶା, କଂଗ୍ରେସ ପାଇଁ ରାହୁଲ ଭାଜପା ପାଇଁ ନଡ୍ଡା କରିବେ ପ୍ରଚାର

ଭୁବନେଶ୍ୱର,୨୭।୪: ରବିବାର ମୁହାଁମୁହିଁ ହେବେ ହାଇପ୍ରୋଫାଇଲ ନେତା। କାରଣ ରବିବାର ଓଡ଼ିଶା ଆସୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ...

ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ

ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ...

ହାର୍ଡ ମଦର ଜାଗା ନେଲା ବିଅର, ଓଡ଼ିଶାରେ ଏଥର ବିକ୍ରିରେ ଭାଙ୍ଗିଲା ସର୍ବକାଳୀନ ରେକର୍ଡ

ଭୁବନେଶ୍ୱର,୨୭।୪: ତାପମାତ୍ରା ବଢିବା ସହ ଦେଶରେ ବିଅର ବିକ୍ରି ମଧ୍ୟ ବଢୁଛି। ଏହି କ୍ରମରେ ଏଥର ଓଡିଶା ବିଅର ବିକ୍ରିରେ ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଅବକାରୀ...

ପ୍ରଶାନ୍ତ ୫୦ ହଜାରରୁ ଅଧିକ ଭୋଟରେ ଜିତିବେ: ଚିରଞ୍ଜୀବ

ଜଗତ୍‌ସିଂହପୁର,୨୭ା୪(ପ୍ରମୋଦ କୁମାର ନାୟକ): ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଉପରେ ଆସ୍ଥା ପ୍ରକଟ କରି ଚିରଞ୍ଜୀବ ବିଶ୍ୱାଳ ବିନା ସର୍ତ୍ତରେ ବିଜେଡିରେ ମିଶିଛନ୍ତି। ୨୦୧୯ ସାଧାରଣ ନିର୍ବାଚନରେ ଜଗତ୍‌ସିଂହପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri