ଢେଙ୍କାନାଳ, ମେରାମୁଣ୍ଡଳୀ ଷ୍ଟେଶନର ହେବ ପୁନର୍ବିକାଶ

ଢେଙ୍କାନାଳ, ୮ା୬(ରତନ ନାୟାର): ଅମୃତ ଭାରତ ଷ୍ଟେଶନ ଯୋଜନାରେ ରବିବାର ଭାରତର ୫୦୮ ରେଳଷ୍ଟେଶନ ପୁନର୍ବିକାଶର ଶିଳାନ୍ୟାସ କରାଯାଇଛି । ନୂଆ ଦିଲ୍ଲୀରୁ ଭର୍ଚୁଆଲ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଜନାର ଶିଳାନ୍ୟାସ କରିଥିଲେ। କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଉତ୍ସବରେ ସାମିଲ ହୋଇ ଯୋଜନା ମଧ୍ୟରେ ହେବାକୁ ଥିବା କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ଅମୃତ ଭାରତ ଷ୍ଟେଶନ ପୁନର୍ବିକାଶ ଶିଳାନ୍ୟାସ ଯୋଜନାରେ ୨୫ ହଜାର କୋଟି ଟଙ୍କାରେ ଦେଶର ୫୦୮ ରେଳ ଷ୍ଟେଶନର ବିଶ୍ୱସ୍ତରୀୟ ଉନ୍ନତୀକରଣ ହେବ । ତନ୍ମଧ୍ୟରୁ ଓଡ଼ିଶାରେ ପୂର୍ବତଟ ରେଳବାଇ ଅଧୀନରେ ଖୋର୍ଦ୍ଧାରୋଡ଼ ଡିଭିଜନ ଅଧୀନରେ ଥିବା ୧୧ଟି ରେଳ ଷ୍ଟେଶନର ବିକାଶ କରାଯିବ। ଏଥିରେ ବହୁ ପୁରାତନ ଢେଙ୍କାନାଳ ରେଳଷ୍ଟେଶନ ଓ ଜିଲାର ମେରାମୁଣ୍ଡଳୀ ରେଳ ଷ୍ଟେଶନ ରହିଛି।
ଢେଙ୍କାନାଳ ରେଳଷ୍ଟେଶନ ପାଇଁ ୨୬ କୋଟି ୧୧ ଲକ୍ଷ ଓ ମେରାମୁଣ୍ଡଳୀ ଷ୍ଟେଶନ ପାଇଁ ୨୧ କୋଟି ୯୯ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି । ଏହି ଉପଲକ୍ଷେ ଢେଙ୍କାନାଳ ରେଳଷ୍ଟେଶନ ପରିସରରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଧାୟକ ସୁଧୀର କୁମାର ସାମଲ ଯୋଗଦେଇ ଢେଙ୍କାନାଳ ଓ ମେରାମୁଣ୍ଡଳୀ ରେଳଷ୍ଟେଶନକୁ ଅମୃତ ଭାରତ ଷ୍ଟେଶନ ଯୋଜନାରେ ସାମିଲ କରାଯିବା ଏକ ସ୍ବାଗତଯୋଗ୍ୟ ପଦକ୍ଷେପ ବୋଲି କହିଥିଲେ।
ସମ୍ମାନିତ ଅତିଥି ଭାବେ ପଦ୍ମଶ୍ରୀ ପଣ୍ଡିତ ଅନ୍ତର୍ଯାମୀ ମିଶ୍ର, ପୂର୍ବତନ ରାଜ୍ୟ ସଭା ସଦସ୍ୟ ରୁଦ୍ରନାରାୟଣ ପାଣି, ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ର, ଜିଲାପାଳ ସରୋଜ କୁମାର ସେଠୀ, ଏସ୍‌ପି ଜ୍ଞାନ ରଞ୍ଜନ ମହାପାତ୍ର, ଏମ୍‌ପିଙ୍କ ପ୍ରତିନିଧି ପ୍ରତାପ ଦାସ, ଅତିରିକ୍ତ ଜିଲାପାଳ ରମେଶ ଚନ୍ଦ୍ର ସେଠୀ, ଉଦୟ ନାଥ ମହାପାତ୍ର, ଜିଲା ଭାଜପା ସଭାପତି ନରେଶ ଚନ୍ଦ୍ର ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମକୁ ରେଳବାଇ ବିଭାଗର ଡେପୁଟି ଚିଫ୍‌ ଇଞ୍ଜିନିୟର ଶୈଳେନ୍ଦ୍ର କୁମାର ନାୟକ ଓ ଷ୍ଟେଶନ ମ୍ୟାନେଜର ମନୋଜ କୁମାର ପାଣ୍ଡେ ପରିଚାଳନା କରିଥିଲେ। ଏହି ଅବସରରେ ସ୍କୁଲ ଛାତ୍ରୀଛାତ୍ରଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ

ହାଟଡିହୀ,୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri