ଢେଙ୍କାନାଳ ପୌରସଂସ୍ଥା ରୋଲ୍‌ ମଡେଲ

ଢେଙ୍କାନାଳ ଅଫିସ, ୩୦।୯ – ମଳପଙ୍କ ପରିଚାଳନାରେ ଢେଙ୍କାନାଳ ପୌରସଂସ୍ଥା ସମଗ୍ର ଦେଶରେ ରୋଲ୍‌ ମଡେଲ। ଏପରି ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ସମସ୍ତ ତଥ୍ୟାବଳୀ ଗ୍ରାମାଞ୍ଚଳରେ ପହଞ୍ଚାଇବା ମୂଳ ଉଦ୍ଦେଶ୍ୟ। ଏହି ଯୋଜନାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା ଲାଗି ପ୍ରଶାସନ ବଦ୍ଧପରିକର ବୋଲି କହିଛନ୍ତି ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସଭାଗୃହରେ ମଙ୍ଗଳବାର କଠିନ ଏବଂ ତରଳ ବର୍ଜ୍ୟବସ୍ତୁ ପରିଚାଳନା ପ୍ରକଳ୍ପର ଶୁଭାରମ୍ଭ କରି ସେ ଏହା କହିଛନ୍ତି।
ୟୁନିସେଫ୍‌ ଓଡ଼ିଶା ମୁଖ୍ୟ ମୋନିକା ଓ. ନିଏଲସନ କହିଲେ, କଠିନ ଓ ତରଳ ବର୍ଜ୍ୟବସ୍ତୁ ପରିଚାଳନା କାର୍ଯ୍ୟକ୍ରମ ଏକ ପାଇଲଟ୍‌ ପ୍ରୋଜେକ୍ଟ। ଜିଲା ପ୍ରଶାସନ ଓ ସିପିଆଇଆର୍‌ ମିଳିତ ସହଯୋଗରେ ଏହା ଆରମ୍ଭ ହୋଇଛି। ୟୁନିସେଫ୍‌ ୱାଚ୍‌ ସ୍ପେସିଆଲିଷ୍ଟ ସୁଜୟୋ ମଜୁମଦାର କହିଲେ, ଭାରତ ସରକାର ସୁରକ୍ଷିତ ଓ ସହଜସାଧ୍ୟ ଜଳପରିମଳ ସାଧନ ଯୋଗାଉଛନ୍ତି। ଏହାକୁ ଆଧାର କରି ୟୁନିସେଫ୍‌ ପ୍ରଥମ କରି ଢେଙ୍କାନାଳ ଜିଲାରେ କଠିନ, ତରଳ ବର୍ଜ୍ୟବସ୍ତୁ ପରିଚାଳନା ପ୍ରକଳ୍ପ ଆରମ୍ଭ କରିଛି। ଏହା ଅନ୍ୟ ଜିଲା ଓ ରାଜ୍ୟକୁ ମାର୍ଗଦର୍ଶନ ଦେବ। ପ୍ରୋଜେକ୍ଟ ଡାଇରେକ୍ଟର ସୁଭାଗତୋ ଦାସଗୁପ୍ତା କହିଲେ, ସ୍ବଚ୍ଛ ଭାରତ ମିଶନ-୨ ନିର୍ଦ୍ଦେଶାବଳୀ ଅନୁଯାୟୀ ମୁକ୍ତ ଶୌଚ ନିଷିଦ୍ଧାଞ୍ଚଳର ଶୌଚାଳୟଗୁଡ଼ିକୁ ଚିରସ୍ଥାୟୀ କରିବା ନିମନ୍ତେ ଏହା ଉଦ୍ଦିଷ୍ଟ। ସେଣ୍ଟର ଫର ପଲିସୀ ରିସର୍ଚ୍ଚ ଅଞ୍ଜୁ ଦ୍ୱିବେଦୀ ଦିଲ୍ଲୀରୁ ଭିଡିଓ କନଫରେନ୍ସ ମାଧ୍ୟମରେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏ ସମ୍ପର୍କରେ ସୂଚନା ଦେଇ ପୌର ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ, କୁହନ୍ତି, ରାଜ୍ୟରେ ଏକକାଳୀନ ୬ଟି ସ୍ଥାନରେ ଲିକ୍ୟୁଡ୍‌ ଓ୍ବେଷ୍ଟ ମ୍ୟାନେଜମେଣ୍ଟ ପ୍ରୋଜେକ୍ଟ ଆରମ୍ଭ ହୋଇଥିଲା। ହେଲେ ଏହାର ସଫଳ ପରିଚାଳନା କରିବାରେ ଢେଙ୍କାନାଳ ଆଦର୍ଶ ହୋଇଛି। ଏଥିପାଇଁ ପୌରସଂସ୍ଥା ଜାତୀୟ ଏବଂ ରାଜ୍ୟସ୍ତରରେ ପୁରସ୍କୃତ ହୋଇଥିବା ସେ ସୂଚନା ଦେଇଛନ୍ତି।
ପିଡି ଡିଆରଡିଏ ନରୋତ୍ତମ ବେହେରା, ସିଡିଏମ୍‌ଓ ଡା. ସୁଜାତାରାଣୀ ମିଶ୍ର, ସିପିଆଇଆର ପ୍ରକଳ୍ପ ସଂଯୋଜକ ସୁନୀଲ କୁମାର ମିଶ୍ର, ପୌର ଯନ୍ତ୍ରୀ ରଶ୍ମିତା ମିଶ୍ର, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ (ପ୍ରଶାସନ) ବିଜନ କୁମାର ଥମ୍ବ ପ୍ରମୁଖ ବହୁ ପ୍ରଶାସନିକ ଅଧିକାରୀ ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri