ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ବିଜେଡି ପକ୍ଷରୁ ନୂଆ ମୁହଁ ଭାବେ ଯୁବ ସମାଜସେବୀ ଡା. ଅବିନାଶ ସାମଲ ଓ କଂଗ୍ରେସ ପକ୍ଷରୁ ନୂଆ ମୁହଁ ଭାବେ ଅଖିଳ ଭାରତ କଂଗ୍ରେସ କମିଟି ସମ୍ପାଦିକା ସସ୍ମିତା ବେହେରାଙ୍କୁ ପ୍ରାର୍ଥୀ କରାଯାଇଛି। ତେବେ ଭାଜପା ପୁରୁଣା ମୁହଁ ତଥା ବରିଷ୍ଠ ନେତା ରୁଦ୍ର ନାରାୟଣ ପାଣିଙ୍କ ଉପରେ ପୁଣି ଭରସା କରିଛି। ୩ ପ୍ରମୁଖ ଦଳ ପକ୍ଷରୁ ଏମ୍‌ପି ପ୍ରାର୍ଥୀ ଘୋଷଣା ଶେଷ ହୋଇଥିବାରୁ ଢେଙ୍କାନାଳ ସଂସଦୀୟ କ୍ଷେତ୍ରର ରାଜନୈତିକ ବାତାବରଣରେ ଉଷ୍ମତା ପ୍ରକାଶ ପାଇଛି।

ରାଜନୀତି କ୍ଷେତ୍ରକୁ ନୂଆ କରି ଓହ୍ଲାଇବା ସହ ବିଜେଡି ଲୋକ ସଭା ପ୍ରାର୍ଥୀ ହୋଇଥିବା ଡା. ଅବିନାଶ ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ଲୋକମାନଙ୍କ ସେବା ଓ ବିକାଶକୁ ନିର୍ବାଚନୀ ପ୍ରସଙ୍ଗରେ ଗୁରୁତ୍ୱ ଦେଉଛନ୍ତି। ଦାଦା ଢେଙ୍କାନାଳ ବିଧାୟକ ସୁଧୀର କୁମାର ସାମଲ ଚଳିତ ନିର୍ବାଚନରେ ବିଜେଡି ପକ୍ଷରୁ ଢେଙ୍କାନାଳ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ହୋଇଥିବାରୁ ଏହା ଏମ୍‌ପି ପ୍ରାର୍ଥୀ ଅବିନାଶଙ୍କ ପାଇଁ ଏକ ଭଲ ସୁଯୋଗ ସୃଷ୍ଟି କରିଛି।

ସେହିପରି ଲୋକ ସଭା ନିର୍ବାଚନରେ ନୂଆ ହୋଇଥିଲେ ମଧ୍ୟ କଂଗ୍ରେସ ପ୍ରାର୍ଥୀ ସସ୍ମିତା ଦୀର୍ଘ ବର୍ଷ ଧରି ଦଳୀୟ ରାଜନୀତିରେ ରହି ଆସିଛନ୍ତି। ସେ ୨୦୦୨ରେ ତାଳଚେର ବ୍ଲକ ଅଧ୍ୟକ୍ଷା, ୨୦୦୭ରେ ଅନୁଗୋଳ ଜିଲା ପରିଷଦ ସଭାପତି ଦାୟିତ୍ୱ ତୁଲାଇଥିଲେ। ୨୦୧୪ରେ ତାଳଚେର ଓ ୨୦୧୯ରେ ଛେଣ୍ଡିପଦା ବିଧାନସଭା ଆସନରୁ ଦଳୀୟ ପ୍ରାର୍ଥୀ ହୋଇଥିଲେ। ତେଣୁ ଏକାଧିକ ଥର ନିର୍ବାଚନ ଲଢ଼ିବାର ଅଭିଜ୍ଞତା ତାଙ୍କ ନିକଟରେ ଥିବାବେଳେ ଅବହେଳିତ ୫୫ନଂ. ଜାତୀୟ ରାଜପଥ ଓ ପାନୀୟଜଳ ସଙ୍କଟ ଆଦିକୁ ମୁଖ୍ୟ ପ୍ରସଙ୍ଗ କରିବେ ବୋଲି ସୂଚନା ଦେଇଛନ୍ତି। ଭାଜପା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ରାଜନୀତି କ୍ଷେତ୍ରରେ ବେଶ୍‌ ଅଭିଜ୍ଞ।

୨୦୦୪ରୁ ୨୦୧୨ ପର୍ଯ୍ୟନ୍ତ ସେ ରାଜ୍ୟ ସଭା ସଦସ୍ୟ ଥିଲେ। ୧୯୯୧, ୧୯୯୬, ୨୦୦୯, ୨୦୧୪ ଓ ୨୦୧୯ ନିର୍ବାଚନରେ ଦଳୀୟ ଟିକେଟ୍‌ରେ ସେ ଲୋକ ସଭା ନିର୍ବାଚନରେ ପ୍ରାର୍ଥୀ ହୋଇ ପରାଜିତ ହୋଇଥିଲେ। ଏଥର ମଧ୍ୟ ଭାଜପା ତାଙ୍କୁ ପ୍ରାର୍ଥୀ କରିଛି। ଇତିମଧ୍ୟରେ ପ୍ରଚାର ଆରମ୍ଭ କରିଦେଇଥିବା ରୁଦ୍ର ନାରାୟଣ ରାଜ୍ୟ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ଟାର୍ଗେଟ କରୁଥିବା ଦେଖାଯାଉଛି। ୨୦୦୪ରୁ ୨୦୧୯ ପର୍ଯ୍ୟନ୍ତ ଢେଙ୍କାନାଳ ଲୋକ ସଭା ଆସନକୁ ବିଜେଡି ନିଜ ଅକ୍ତିଆରରେ ରଖି ଆସିଥିବା ବେଳେ ଏଥର ମଧ୍ୟ ଏହାକୁ କବ୍‌ଜା କରିବାକୁ ଯୋଜନା କରିଛି। ହେଲେ ଚଳିତ ନିର୍ବାଚନରେ ଭାଜପା ଏହାକୁ ଛଡ଼ାଇ ନେବା ସହ ଢେଙ୍କାନାଳରେ ଖାତା ଖୋଲିବା ଲକ୍ଷ୍ୟରେ ରହିଛି।

ତେବେ କଂଗ୍ରେସ ପାଇଁ ଏହି ନିର୍ବାଚନ ଅଧିକ ଗୁରୁତ୍ୱ ବହନ କରୁଛି। କାରଣ ଏକଦା କଂଗ୍ରେସ ପକ୍ଷରୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ନେତା କାମାକ୍ଷା ପ୍ରସାଦ ସିଂହଦେଓ ଏଠାରୁ ୬ଥର ବିଜୟୀ ହୋଇ କେନ୍ଦ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ ସମ୍ଭାଳିଥିଲେ। ସେହିପରି ବର୍ତ୍ତମାନର କଂଗ୍ରେସ ପ୍ରାର୍ଥୀ ସସ୍ମିତାଙ୍କ ପିତା ଭଜମନ ବେହେରା ମଧ୍ୟ ୧୯୮୯ ମସିହାରେ ଜନତା ଦଳରୁ ଏହି ଆସନରୁ ପ୍ରାର୍ଥୀହୋଇ ବିଜୟୀ ହେବା ସହ କେନ୍ଦ୍ରରେ ମନ୍ତ୍ରୀ ରହିଥିଲେ। ତେଣୁ ଢେଙ୍କାନାଳ ଲୋକ ସଭା ଆସନ ୩ ପ୍ରମୁଖ ଦଳ ପାଇଁ ସମ୍ମାନର ପ୍ରଶ୍ନ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri