ଢେଙ୍କାନାନ ପୋଲିସ -ଅପରାଧି ଗୁଳି ବିନିମୟ , କିଙ୍ଗ ଅଫ ଫରେଷ୍ଟ ଗ୍ୟାଙ୍ଗ ସଦସ୍ୟ ଆହତ

ଢ଼େଙ୍କାନାଳ,୨୪।୪(ରତନ ନାୟାର): ଢେଙ୍କାନାଳ ପୋଲିସ ଓ ଜଣେ ଦୂର୍ଦ୍ଧଷ ଅପରାଧି ମଧ୍ୟରେ ବୁଧବାର ବିଳମ୍ବିତ ରାତିରେ ଗୁଳି ବିନିମୟ ହୋଇଛି । ଏହି ଘଟଣାରେ ଜିଲାର କାମାକ୍ଷାନଗର ଅଞ୍ଚଳ ରେ ଅପରାଧ କରି ଆତଙ୍କ ସୃଷ୍ଟି କରିଥିବା କିଙ୍ଗ ଅଫ ଫରେଷ୍ଟ ଗ୍ୟାଙ୍ଗର ଜଣେ ଫେରାର ସଦସ୍ୟ ହୁଣ୍ଡ ଓରଫ ଦେବାଶିଶ ବେହେରା (୨୯) ଆହତ ହୋଇଛନ୍ତି। ତାଙ୍କର ଡାହାଣ ଗୋଡ଼ରେ ଗୁଳି ଲାଗିଛି। ତାଙ୍କୁ ଆହତ ଅବସ୍ଥାରେ ପୋଲିସ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଦେବାଶିଷ ନିଜର ସହଯୋଗୀ ଲିପୁନଙ୍କ ସହ ଜଣେ ବ୍ୟକ୍ତିଙ୍କୁ ଆକ୍ରମଣ କରି ଅପରାଧ କରିବା ପାଇଁ ଯୋଜନା ପ୍ରସ୍ତୁତ କରୁଥିବା ଖବରପାଇ ସଦର ଥାନା ପୋଲିସ ତାଙ୍କୁ କାଙ୍କଡ଼ ପାଳରୁ ମଙ୍ଗଳପୁର ପର୍ଯ୍ୟନ୍ତ ଗୋଡ଼ାଇଥିଲେ । ଢ଼େଙ୍କାନାଳ- ଭାପୁର ରାସ୍ତାର ମଙ୍ଗଳପୁର ଗ୍ରାମର ରାସ୍ତାକଡ଼ରେ ଥିବା ବଣ ବୁଦା ମଧ୍ୟରେ ଦେବାଶିଷ ପୋଲିସ ଉପରକୁ ଦୁଇ ରାଉଣ୍ଡ ଗୁଳି ମାଡ଼ କରିଥିଲେ । ପୋଲିସ ପକ୍ଷରୁ ପାଇଟା ଗୁଳି ଚାଳନା ହେବାରୁ ଦେବାଶିଷ ବାଇକରୁ ଖସି ପଡ଼ିଥିଲେ । ଏହାପରେ ପୋଲିସ ଏନକାଉଣ୍ଟର କରିଥିଲେ । ଦେବାଶିଷଙ୍କ ସହଯୋଗୀ ଲିପୁନ ବାଇକ ସହ ଫେରାର ହୋଇଯାଇଛି । ଘଟଣା ସ୍ଥଳରୁ ଏକ ବନ୍ଧୁକକୁ ପୋଲିସ ଜବତ କରିଛି । ଦେବାଶିଷଙ୍କ ନାମରେ ଜିଲାର ବିଭିନ୍ନ ଥାନାରେ ପ୍ରାୟ ୧୮ ଟି ଅପହରଣ, ଲୁଟ, ଦାଦାବାଟି ଆଦାୟ, ଗୁଳିମାଡ଼ କରିବା ଭଳି ଅପରାଧ ରହିଛି । ଭାପୁର ଫାଣ୍ଡି ଅଧିକାରୀ ପ୍ରଦିପ ପାତ୍ର ଏନକାଉଣ୍ଟର କରିଥିବା ଜଣାପଡ଼ିଛି । ଘଟଣା ସଂପର୍କ ରେ ଅତିରିକ୍ତ ଏସପି ସୂର୍ଯ୍ୟମଣି ପ୍ରଧାନ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?