ଲକ୍ଷ୍ମୀପୂଜା ଦେଖି ଫେରିବା ବେଳେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ୨ଜୀବନ

ପରଜଙ୍ଗ,୨୭।୧୦(ନିଗମାନନ୍ଦ ଦଳବେହେରା): ଲକ୍ଷ୍ମୀପୂଜା ଦେଖି ଘରକୁ ଫେରୁଥିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ଏଭଳି ଏକ ଦୁଃଖଦ ଘଟଣା ଢେଙ୍କାନାଳ ଜିଲାର ପରଜଙ୍ଗ ବ୍ଲକ ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ମୁକ୍ତାପଶି ମେଡିକାଲ ଛକ ନିକଟରେ । ଏକ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ଦ୍ୱୟ ହେଲେ ପରଜଙ୍ଗ ବ୍ଲକ ପଥରଖମ୍ବ ଗ୍ରାମର ଅଜିତ ନାଏକ ଓ ଅନିଲ ନାଏକ। ସେହି ଗ୍ରାମର ସୁମନ୍ତ ନାଏକ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇଛନ୍ତି।

ସୂଚନା ଅନୁଯାୟୀ, ତିନି ଜଣ ଗୋଟିଏ ବାଇକ୍‌ରେ ଲକ୍ଷ୍ମୀପୂଜା ଦେଖି ଘରକୁ ଫେରୁଥିଲେ। ଏହି ସମୟରେ ମୁକ୍ତାପଶି ମେଡିକାଲ ଛକ ନିକଟରେ ଏକ ଅଜଣା ଗାଡ଼ି ସେମାନଙ୍କ ବାଇକ୍‌କୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଅଜିତ ଓ ଅନିଲଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା। ଅନ୍ୟପକ୍ଷରେ ଗୁରୁତର ଆହତ ସୁମନ୍ତଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ପ୍ରଥମେ କାମାକ୍ଷାନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସା ପାଇଁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଘଟଣାର ଖବର ପାଇ କାମାକ୍ଷାନଗର ଥାନାର ସହକାରୀ ଉପନିରୀକ୍ଷକ (ଏଏସ୍‌ଆଇ) ଟିକି ଗଡ଼ନାୟକ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛନ୍ତି । ଦୁର୍ଘଟଣା ଘଟାଇଥିବା ଅଜଣା ଗାଡ଼ି ସମ୍ପର୍କରେ ଅଧିକ ତଥ୍ୟ ଜଣାପଡ଼ିନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

WPL Auction: ମୁମ୍ବାଇ ଇଣ୍ଡିଆନ୍ସ କାଙ୍ଗାଳ, ନିଲାମ ପୂର୍ବରୁ ଜାଣନ୍ତୁ, କେଉଁ ଦଳ ପାଖରେ କେତେ ଟଙ୍କା ରହିଛି

ନୂଆଦିଲ୍ଲୀ,୨୭।୧୦: WPL 2027 ନିଲାମ ଅକ୍ଟୋବର ୨୮ରେ କୋଚିରେ ଅନୁଷ୍ଠିତ ହେବ। ପଞ୍ଚମ ସିଜିନ ପୂର୍ବରୁ ୧୪୬ ଜଣ ଖେଳାଳି ନିଲାମ ପ୍ରକ୍ରିୟାରେ ସାମିଲ ହେବେ ଏବଂ…

କମ ବ୍ୟାକ କରିବେ ପନ୍ତ-ବୁମରାହ; ଜାଣନ୍ତୁ କେବେ

ନୂଆଦିଲ୍ଲୀ,୨୭।୧୦: ଭାରତୀୟ କ୍ରିକେଟର ଦୁଇଜଣ ପ୍ରମୁଖ ତାରକାଙ୍କୁ ପୁଣିଥରେ ପଡ଼ିଆରେ ଦେଖିବା ପାଇଁ ଚାଲିଥିବା ଅପେକ୍ଷା ଶୀଘ୍ର ଶେଷ ହୋଇପାରେ। ଦ୍ରୁତ ବୋଲର ଜସପ୍ରୀତ ବୁମରାହ ଏବଂ…

ମୋଦିଙ୍କ ପରିବାରକୁ ନେଇ ଖାର୍ଗେଙ୍କ ମନ୍ତବ୍ୟରେ ବିବାଦ, କଂଗ୍ରେସକୁ ଘେରିଲେ ମନମୋହନ ସାମଲ

ଭୁବନେଶ୍ୱର,୨୭।୧୦(ସୁନିତ୍‌ ମିଶ୍ର): ରାଜନୀତିରେ ଆଦର୍ଶ, ବିଚାରଧାରା ଓ ମର୍ଯ୍ୟାଦାର ଏକ ସ୍ବତନ୍ତ୍ର ସ୍ଥାନ ରହିଛି । ରାଜନୀତି ଆଦର୍ଶବାଦ ତଥା ବିଚାରଧାରା ଉପରେ ପର୍ଯ୍ୟବସିତ। ଗଣତନ୍ତ୍ରରେ ମତଭେଦ…

ଋଷିଆ ଓ ୟୁକ୍ରେନ ମଧ୍ୟରେ ହୋଇଛି ଯୁଦ୍ଧବିରତି; ମେଲାନିଆ ଟ୍ରମ୍ପ କରିଥିଲେ ମଧ୍ୟସ୍ଥତା

ଓ୍ବାଶିଂଟନ,୨୭।୧୦: ମଙ୍ଗଳବାର (ଅକ୍ଟୋବର ୨୭) ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଏକ ସ୍ଥାନୀୟ ଯୁଦ୍ଧବିରତି କାର୍ଯ୍ୟକାରୀ ହୋଇଛି। ଉଲ୍ଲେଖନୀୟ ଯେ, ଆମେରିକାର ପ୍ରଥମ ମହିଳା (ଫାଷ୍ଟ ଲେଡି)…

ଦିଗପହଣ୍ଡିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଲୁଟ୍‌ ମାମଲା: ୨ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମର ସନ୍ତୋଷ ସେଠୀ ଓରଫ କେଳା(୩୪) ଏବଂ ଜିତେନ୍ଦ୍ର ଗୌଡ଼ ଓରଫ ଜିତୁ (୩୭)ଙ୍କୁ…

ଏଇ ଭାରତରେ

ସାମୂହିକ ପ୍ରୟାସରେ ଲକ୍ଷ୍ୟସ୍ଥଳରେ ପହଞ୍ଚତ୍ବା ସହଜ ହୁଏ ଓ ନୂତନତ୍ୱର ଆଶା ସଞ୍ଚାର ହୋଇପାରେ। ଏଭଳି ଏକ ନୂଆ ସଫଳତା ଆଣିପାରିଛନ୍ତି ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲା ମଚ୍ଛଲିପଟନମ୍‌…

ଜଳବାୟୁ ପରିବର୍ତ୍ତନ ସଙ୍କଟରେ ନଳବଣ

ଶୀତଋତୁର ଆଗମନରେ ଚିଲିକା ହ୍ରଦର ଆକାଶ ଦୂରଦେଶରୁ ଆସୁଥିବା ପ୍ରବାସୀ ପକ୍ଷୀମାନଙ୍କ ସମାଗମରେ ଜୀବନ୍ତ ହୋଇଉଠେ। ମଧ୍ୟଏସିଆ ଓ ଉତ୍ତର-ଏସିଆର ଅନ୍ୟାନ୍ୟ ଅଞ୍ଚଳରୁ ଅନେକ ହଜାର କିଲୋମିଟର…

ଗ୍ରାମସଭାର ଅଧିକାର ଉପରେ ଆକ୍ରମଣ

ଭାରତୀୟ ଗଣତନ୍ତ୍ର ଓ ସମ୍ବିଧାନର ମୂଳ ଆତ୍ମା ହେଉଛି କ୍ଷମତାର ବିକେନ୍ଦ୍ରୀକରଣ ଏବଂ ସମାଜର ଶେଷଧାଡ଼ିର ମଣିଷକୁ ଶାସନ ପ୍ରକ୍ରିୟାରେ ପ୍ରତ୍ୟକ୍ଷ ଭାଗୀଦାର କରାଇବା। ବିଶେଷକରି ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?