ଢେଙ୍କାନାଳ ପ୍ରସିଦ୍ଧ ବରାର ମଜା ନେଲେ ସହରବାସୀ

ଢେଙ୍କାନାଳ ଅଫିସ,୭ା୪: ଢେଙ୍କାନାଳ ବରା ସମଗ୍ର ରାଜ୍ୟରେ ପ୍ରସିଦ୍ଧ। ସ୍ବାଧୀନତା ପୂର୍ବରୁ ଢେଙ୍କାନାଳ ପ୍ରସିଦ୍ଧ ବରା ଆଜି ପର୍ଯ୍ୟନ୍ତ  ସମଗ୍ର ରାଜ୍ୟରେ ନିଜର ସ୍ବତନ୍ତ୍ର ସ୍ଥାନ ବଜାୟ ରଖିଛି। ଢେଙ୍କାନାଳର ପାରମ୍ପରିକ ଖାଦ୍ୟ ବରାକୁ ମଧ୍ୟ ଜିଆଇ ଟ୍ୟାଗ୍‌ ମାନ୍ୟତା ପ୍ରଦାନ ପାଇଁ ବହୁବାର ବିଭିନ୍ନ ସଂଗଠନ ପକ୍ଷରୁ ଦାବି ହୋଇଛି। ସନାତନ କ୍ୟାଲେଣ୍ଡର ଅନୁସାରେ ବୈଶାଖ ଋତୁର ପ୍ରଥମ ଦିନ ତଥା ଶୁକ୍ରବାର ଢେଙ୍କାନାଳ ସଚେତନ ନାଗରିକ ଫୋରମ ପକ୍ଷରୁ ସ୍ଥାନୀୟ ଗୋପବନ୍ଧୁ ଟାଉନ ହଲ୍‌ ପରିସରରେ ପ୍ରଥମ କରି ବରା ଦିବସ ପାଳନ ହୋଇଛି। ଦେଶୀ ବିରି, ଚାଉଳ, ଅଦା, କଞ୍ଚାଲଙ୍କା, ପିଆଜ ଆଦିକୁ ନେଇ ଭଲ ତେଲରେ ବରା ପ୍ରସ୍ତୁତ ହୋଇଥିଲା। ବରା ସାଙ୍ଗକୁ ଆଳୁଦମ୍‌ର ମଜା ନେଇଥିଲେ ସହରବାସୀ।

ଢେଙ୍କାନାଳ ସଚେତନ ନାଗରିକ ଫୋରମର କାର୍ଯ୍ୟକାରୀ ସଭାପତି ବିଶ୍ୱନାଥ ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଏମ୍‌ପି ମହେଶ ସାହୁ ମୁଖ୍ୟଅତିଥି ଓ ନଗରପାଳ ଜୟନ୍ତୀ ପାତ୍ର, ଏସ୍‌ପି ଜ୍ଞାନ ରଞ୍ଜନ ମହାପାତ୍ର ଓ ସମବାୟବିତ୍‌ ଅକ୍ଷୟ ମହାନ୍ତି, ଜିଲା ଓକିଲ ସଂଘ ସଭାପତି ଗୋପାଳ ଚନ୍ଦ୍ର ପାତ୍ର, ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ସମ୍ପାଦକ ଭରତ କୁମାର ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବହୁ ସଂଖ୍ୟାରେ ସହରବାସୀ କାର୍ଯ୍ୟକ୍ରମରେ ଯୋଗ ଦେଇ ବରା ଓ ଆଳୁଦମର ମଜା ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri