ଢେଙ୍କାନାଳ ପ୍ରସିଦ୍ଧ ବରାର ମଜା ନେଲେ ସହରବାସୀ

ଢେଙ୍କାନାଳ ଅଫିସ,୭ା୪: ଢେଙ୍କାନାଳ ବରା ସମଗ୍ର ରାଜ୍ୟରେ ପ୍ରସିଦ୍ଧ। ସ୍ବାଧୀନତା ପୂର୍ବରୁ ଢେଙ୍କାନାଳ ପ୍ରସିଦ୍ଧ ବରା ଆଜି ପର୍ଯ୍ୟନ୍ତ  ସମଗ୍ର ରାଜ୍ୟରେ ନିଜର ସ୍ବତନ୍ତ୍ର ସ୍ଥାନ ବଜାୟ ରଖିଛି। ଢେଙ୍କାନାଳର ପାରମ୍ପରିକ ଖାଦ୍ୟ ବରାକୁ ମଧ୍ୟ ଜିଆଇ ଟ୍ୟାଗ୍‌ ମାନ୍ୟତା ପ୍ରଦାନ ପାଇଁ ବହୁବାର ବିଭିନ୍ନ ସଂଗଠନ ପକ୍ଷରୁ ଦାବି ହୋଇଛି। ସନାତନ କ୍ୟାଲେଣ୍ଡର ଅନୁସାରେ ବୈଶାଖ ଋତୁର ପ୍ରଥମ ଦିନ ତଥା ଶୁକ୍ରବାର ଢେଙ୍କାନାଳ ସଚେତନ ନାଗରିକ ଫୋରମ ପକ୍ଷରୁ ସ୍ଥାନୀୟ ଗୋପବନ୍ଧୁ ଟାଉନ ହଲ୍‌ ପରିସରରେ ପ୍ରଥମ କରି ବରା ଦିବସ ପାଳନ ହୋଇଛି। ଦେଶୀ ବିରି, ଚାଉଳ, ଅଦା, କଞ୍ଚାଲଙ୍କା, ପିଆଜ ଆଦିକୁ ନେଇ ଭଲ ତେଲରେ ବରା ପ୍ରସ୍ତୁତ ହୋଇଥିଲା। ବରା ସାଙ୍ଗକୁ ଆଳୁଦମ୍‌ର ମଜା ନେଇଥିଲେ ସହରବାସୀ।

ଢେଙ୍କାନାଳ ସଚେତନ ନାଗରିକ ଫୋରମର କାର୍ଯ୍ୟକାରୀ ସଭାପତି ବିଶ୍ୱନାଥ ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଏମ୍‌ପି ମହେଶ ସାହୁ ମୁଖ୍ୟଅତିଥି ଓ ନଗରପାଳ ଜୟନ୍ତୀ ପାତ୍ର, ଏସ୍‌ପି ଜ୍ଞାନ ରଞ୍ଜନ ମହାପାତ୍ର ଓ ସମବାୟବିତ୍‌ ଅକ୍ଷୟ ମହାନ୍ତି, ଜିଲା ଓକିଲ ସଂଘ ସଭାପତି ଗୋପାଳ ଚନ୍ଦ୍ର ପାତ୍ର, ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ସମ୍ପାଦକ ଭରତ କୁମାର ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବହୁ ସଂଖ୍ୟାରେ ସହରବାସୀ କାର୍ଯ୍ୟକ୍ରମରେ ଯୋଗ ଦେଇ ବରା ଓ ଆଳୁଦମର ମଜା ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri