ଦାୟିତ୍ୱ ନେଲେ ଢେଙ୍କାନାଳର ନୂଆ ଏସ୍‌ପି

ଢେଙ୍କାନାଳ ଅଫିସ,୨୩ ।୧୧
ଢେଙ୍କାନାଳ ଜିଲାର ନୂତନ ଏସ୍‌ପି ଭାବେ ଲୋଗା ନାୟାଗୀ ଦିବ୍ୟା ଭି. ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବାହ୍ନରେ ବିଦାୟୀ ଏସ୍‌ପି କେ. ଶିବା ସୁବ୍ରମଣିଙ୍କ ଠାରୁ ସେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହି ଅବସରରେ ଜିଲା ପୋଲିସ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନେ ନୂତନ ଏସ୍‌ପିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଶିଳ୍ପ, ବାଣିଜ୍ୟ ପ୍ରତିଷ୍ଠାନ କର୍ମକର୍ତ୍ତାମାନେ ମଧ୍ୟ ଜିଲା କାର୍ଯ୍ୟାଳୟଠାରେ ନୂତନ ଏସ୍‌ପିଙ୍କୁ ଭେଟି ସ୍ବାଗତ କରିଥିଲେ। ଏହି ଅବସରରେ ଗଣମାଧ୍ୟମକୁ ସୂଚନା ପ୍ରଦାନ କରି ନୂଆ ଏସ୍‌ପି କହିଥିଲେ, ଜିଲାରେ ଆଇନଶୃଙ୍ଖଳା ରକ୍ଷା ଓ ଟ୍ରାଫିକ ନିୟନ୍ତ୍ରଣକୁ ପ୍ରାଥମିକତା ଦିଆଯିବ। ସମସ୍ତ ଥାନା, ଫାଣ୍ଡି ଅଞ୍ଚଳ ପରିଦର୍ଶନ ଏବଂ ଅନୁଧ୍ୟାନ ସରିବା ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ। ଲୋଗା ନାୟାଗୀ ଦିବ୍ୟା ଭି. ୨୦୧୩ ବ୍ୟାଚ୍‌ର ଭାରତୀୟ ପୋଲିସ ସେବା ଅଧିକାରୀ। ସେ ଏଥିପୂର୍ବରୁ କ୍ରାଇମବ୍ରାଞ୍ଚ ଏସ୍‌ପି ରହିଥିଲେ। ତାଙ୍କୁ ମିଶାଇ ଜିଲା ଏଯାଏ ୩ ଜଣ ମହିଳା ଏସ୍‌ପିଙ୍କୁ ପାଇଛି। ବିଦାୟୀ ଏସ୍‌ପି ସୁବ୍ରମଣିଙ୍କ କେନ୍ଦ୍ରୀୟ ଡେପୁଟେଶନରେ ସିବିଆଇକୁ ବଦଳି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ...

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...

ରାଜ୍ୟରେ ବଢ଼ିଚାଲିଛି ପ୍ରଦୂଷଣ ମାତ୍ରା, ଲୋକେ ଅଣନିଃଶ୍ୱାସୀ

ଭୁବନେଶ୍ୱର,୨୯ା୧୨(ରବିନାରାୟଣ ଜେନା): ରାଜ୍ୟରେ ପ୍ରଦୂଷଣ ମାତ୍ରା ଦିନକୁ ଦିନ ବଢ଼ିଚାଲିଛି। ଏହାକୁ ନେଇ ଜନସାଧାରଣ ଏବେ ବହୁବିଧ ସମସ୍ୟାରେ ପଡ଼ିଲେଣି। କେଉଁଠି ଯକ୍ଷ୍ମା ଭଳି ରୋଗ...

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri