ଦାୟିତ୍ୱ ନେଲେ ଢେଙ୍କାନାଳର ନୂଆ ଏସ୍‌ପି

ଢେଙ୍କାନାଳ ଅଫିସ,୨୩ ।୧୧
ଢେଙ୍କାନାଳ ଜିଲାର ନୂତନ ଏସ୍‌ପି ଭାବେ ଲୋଗା ନାୟାଗୀ ଦିବ୍ୟା ଭି. ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବାହ୍ନରେ ବିଦାୟୀ ଏସ୍‌ପି କେ. ଶିବା ସୁବ୍ରମଣିଙ୍କ ଠାରୁ ସେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହି ଅବସରରେ ଜିଲା ପୋଲିସ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନେ ନୂତନ ଏସ୍‌ପିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଶିଳ୍ପ, ବାଣିଜ୍ୟ ପ୍ରତିଷ୍ଠାନ କର୍ମକର୍ତ୍ତାମାନେ ମଧ୍ୟ ଜିଲା କାର୍ଯ୍ୟାଳୟଠାରେ ନୂତନ ଏସ୍‌ପିଙ୍କୁ ଭେଟି ସ୍ବାଗତ କରିଥିଲେ। ଏହି ଅବସରରେ ଗଣମାଧ୍ୟମକୁ ସୂଚନା ପ୍ରଦାନ କରି ନୂଆ ଏସ୍‌ପି କହିଥିଲେ, ଜିଲାରେ ଆଇନଶୃଙ୍ଖଳା ରକ୍ଷା ଓ ଟ୍ରାଫିକ ନିୟନ୍ତ୍ରଣକୁ ପ୍ରାଥମିକତା ଦିଆଯିବ। ସମସ୍ତ ଥାନା, ଫାଣ୍ଡି ଅଞ୍ଚଳ ପରିଦର୍ଶନ ଏବଂ ଅନୁଧ୍ୟାନ ସରିବା ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ। ଲୋଗା ନାୟାଗୀ ଦିବ୍ୟା ଭି. ୨୦୧୩ ବ୍ୟାଚ୍‌ର ଭାରତୀୟ ପୋଲିସ ସେବା ଅଧିକାରୀ। ସେ ଏଥିପୂର୍ବରୁ କ୍ରାଇମବ୍ରାଞ୍ଚ ଏସ୍‌ପି ରହିଥିଲେ। ତାଙ୍କୁ ମିଶାଇ ଜିଲା ଏଯାଏ ୩ ଜଣ ମହିଳା ଏସ୍‌ପିଙ୍କୁ ପାଇଛି। ବିଦାୟୀ ଏସ୍‌ପି ସୁବ୍ରମଣିଙ୍କ କେନ୍ଦ୍ରୀୟ ଡେପୁଟେଶନରେ ସିବିଆଇକୁ ବଦଳି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

ଜମିରେ କୀଟନାଶକ ସିଞ୍ଚନ କରି ଶୋଇ ଆଉ ଉଠିଲେନି କୃଷିଶ୍ରମିକ, ତାପରେ….

ଗଜପତି,୪।୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଥାନା ଅନ୍ତର୍ଗତ ତାଟିପାଟି ଗ୍ରାମରେ ଅଭାବନୀୟ ଘଟଣା । ଜଣେ କୃଷିଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତି…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri