ଢିଙ୍କିଆ ପଞ୍ଚାୟତ ନିର୍ବାଚନ: ୮୪% ମତଦାନ: ଆଜି ଗଣତି

କୁଜଙ୍ଗ,୫।୧୦(ମନୋଜ ପ୍ରଧାନ ):ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଅନ୍ତର୍ଗତ ଢିଙ୍କିଆ ପଞ୍ଚାୟତରେ ସରପଞ୍ଚ ଓ ୱାର୍ଡସଭ୍ୟ ପଦ ନିମନ୍ତେ ଶୁକ୍ରବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ପୋଲିସ ଛାଉଣୀ ମଧ୍ୟରେ ଶାନ୍ତିଶୃଙ୍ଖଳା ସହ ଏଠାରେ ମତଦାନ ପ୍ରକ୍ରିୟା ଶେଷ ହୋଇଛି। ସକାଳ ୭ଟାରୁ ଭୋଟ୍‌ଦାନ ଆରମ୍ଭ ହୋଇ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଳିଥିଲା। ୨୩ଟି ୱାର୍ଡକୁ ନେଇ ଗଠିତ ଢିଙ୍କିଆ ପଞ୍ଚାୟତର ସମୁଦାୟ ଭୋଟର ସଂଖ୍ୟା ୭ ହଜାର ୯୬୮ ହୋଇଥିବାବେଳେ ଶୁକ୍ରବାର ୬ ହଜାର ୭୩୧ ଜଣ ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିଛନ୍ତି। ଏହା ସମୁଦାୟ ଭୋଟର ୮୪. ୪୭ ଶତାଂଶ। ଭୋଟରମାନେ ଆଗ୍ରହର ସହ ସକାଳୁ ଲମ୍ବା ଧାଡ଼ିରେ ଠିଆ ହୋଇ ଭୋଟ ଦେଇଥିଲେ। ଏହାପରେ ସରପଞ୍ଚ ପଦବୀ ନିମନ୍ତେ ନିର୍ବାଚନ ଲଢ଼ୁଥିବା ୩ ଜଣ ପ୍ରାର୍ଥତ୍ନୀ ଏବଂ ୱାର୍ଡ ସଭ୍ୟ ପଦରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୬୨ ଜଣ ପ୍ରାର୍ଥତ୍ନୀ ପ୍ରାର୍ଥୀଙ୍କ ଭାଗ୍ୟ ଭୋଟ ବାକ୍ସରେ ସିଲ ହୋଇଯାଇଛି। ପୋଲିସ ସୁରକ୍ଷା ବଳୟ ମଧ୍ୟରେ ଢିଙ୍କିଆରୁ ଭୋଟ୍‌ ବାକ୍ସଗୁଡ଼ିକୁ ଏରସମା ବ୍ଲକ କାର୍ଯ୍ୟାଳୟରେ ସଂରକ୍ଷିତ ରଖାଯାଇଛି। ଶନିବାର ସକାଳ ୮ ଘଣ୍ଟା ସମୟରେ ଏରସମା ବ୍ଲକ କାର୍ଯ୍ୟାଳୟରେ ଗଣତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri