Posted inଜାତୀୟ

ଧୋଲାଭିରା ୟୁନେସ୍କୋ ଐତିହ୍ୟ ତାଲିକାରେ…

ନୂଆଦିଲ୍ଲୀ,୨୮।୭: ଗୁଜରାଟର କଚ୍ଛଠାରେ ଥିବା ହରପ୍ପାନ୍‌ ସଭ୍ୟତା ସମୟର ପୁରାତନ ସହର ଧୋଲାଭିରାକୁ ଜାତିସଂଘର ଶିକ୍ଷା, ବୈଜ୍ଞାନିକ ଏବଂ ସାଂସ୍କୃତିକ ସଂଗଠନ (ୟୁନେସ୍କୋ)ର ବିଶ୍ୱ ଐତିହ୍ୟ ତାଲିକାରେ ସ୍ଥାନୀତ କରାଯାଇଛି। ଏନେଇ ବୁଧବାର ରାଜ୍ୟ ସଭା ଅଧ୍ୟକ୍ଷ ଭେଙ୍କେୟା ନାଇଡୁ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇବା ସହ ଏହା ଦ୍ୱାରା ଅନ୍ତର୍ଜାତୀୟସ୍ତରରେ ଭାରତର ଗୌରବ ବୃଦ୍ଧି ହୋଇଛି ବୋଲି କହିଛନ୍ତି। ତେଲେଙ୍ଗାନାର ୱାରଙ୍ଗାଲର ପାଲାମପେଟରେ ଥିବା ରାମପ୍ପା ମନ୍ଦିରକୁ ଚଳିତ ମାସରେ ୟୁନେସ୍କୋ ବିଶ୍ୱ ଐତିହ୍ୟ ତାଲିକାରେ ସ୍ଥାନ ପାଇବା ପରେ ଏବେ ଧୋଲାଭିରା ଏହି ତାଲିକାରେ ସାମିଲ ହୋଇଛି। ସମ୍ପ୍ରତି ୟୁନେସ୍କୋର ଏହି ତାଲିକାରେ ଭାରତର ୪୦ ସ୍ଥାନ ରହିଛି। ହରପ୍ପାନ ସଭ୍ୟତାର ଏକ ଐତିହାସିକ ସହରାଞ୍ଚଳର ଭାବେ ଧୋଲାଭିରା ଏକ କ୍ଲାସିକ ଉଦାହରଣ ବୋଲି ସେକହିଛନ୍ତି। ଯାହା ସେହି ସମୟର ସ୍ଥାପତ୍ୟ, ଜଳ ପରିଚାଳନା ବ୍ୟବସ୍ଥା ଏବଂ ସାଂସ୍କୃତିକ-ସାମାଜିକ ବ୍ୟବସ୍ଥା ସମ୍ପର୍କରେ ବର୍ଣ୍ଣନା କରିଥାଏ। ସେ କହିଛନ୍ତି ଯେ ଖ୍ରୀଷ୍ଟପୂର୍ବ ୩୦୦୦ ତଥା ୨୦୦୦ ମଧ୍ୟରେ ଏଠାରେ ବାସ କରୁଥିବା ସଭ୍ୟ ଲୋକଙ୍କ ଜୀବନର ପ୍ରମାଣ ରହିଛି।
ସୂଚନାଯୋଗୃ, ଧୋଲାଭିରା ସଭ୍ୟତାର ଖନନ କାର୍ଯ୍ୟ ୧୦୦ ହେକ୍ଟରରୁ ଅଧିକ ଜମିରେ ଜାରି ରହିଛି। ସିନ୍ଧୁ ଉପତ୍ୟକା ସଭ୍ୟତାର ପାଞ୍ଚଟି ପ୍ରମୁଖ ସହର ମଧ୍ୟରୁ ଧୋଲାଭିରା ଭୁଜଠାରୁ ୨୫୦ କିଲୋମିଟର ଦୂରରେ ଅବସ୍ଥିତ। ଗୁଜୁରାଟର ଏହା ହେଉଛି ଚତୁର୍ଥ ସ୍ଥାନ ଯାହାକି ଏହାକୁ ୟୁନେସ୍କୋ ବିଶ୍ୱ ଐତିହ୍ୟ ତାଲିକାଭୁକ୍ତ ହୋଇଛି। ୧୯୬୮ରେ ପ୍ରତ୍ନତତ୍ତ୍ୱବିତ୍‌ ଜଗତ ପତି ଯୋଶୀଙ୍କ ଦ୍ୱାରା ଏହା ଆବିଷ୍କୃତ ହୋଇଥିଲା।
ପ୍ରତ୍ନତତ୍ତ୍ୱବିତ୍‌ ରବିନ୍ଦ୍ର ସିଂ ବିଷ୍ଟଙ୍କ ତତ୍ତ୍ୱାବଧାନରେ ୧୯୯୦ରୁ ୨୦୦୫ ମଧ୍ୟରେ ଏହି ସ୍ଥାନ ଖନନ କରାଯାଇଥିଲା। ଧୋଲାଭିରା ୩୦୦୦ ଖ୍ରୀଷ୍ଟପୂର୍ବରୁ ୧୮୦୦ ଖ୍ରୀଷ୍ଟପୂର୍ବ ମଧ୍ୟରେ ଏହା ବାଣିଜ୍ୟ ଏବଂ ଉତ୍ପାଦନର ଏକ ହବ୍‌ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?