ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ନ୍ୟାସ ନେଲେ ଧୋନୀ

ଚେନ୍ନାଇ, ୧୫।୮: ଭାରତୀୟ କ୍ରିକେଟର ଅନ୍ୟତମ ଶ୍ରେଷ୍ଠ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଶନିବାର ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ସୋସିଆଲ ମିଡିଆ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରି ଧୋନୀ ଅବସର ନେଇ ସୂଚନା ଦେଇଛନ୍ତି। ଏହି ଅବସରରେ ସେ ଭଲପାଇବା ଓ ସମର୍ଥନ ଯୋଗୁ ପ୍ରଶଂସକଙ୍କୁ ଧନ୍ୟବାଦ ଦେଇଛନ୍ତି। ପୂର୍ବରୁ ଧୋନୀ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା କରିସାରିଥିଲେ। ଶେଷଥର ପାଇଁ ଧୋନୀ ଇଂଲଣ୍ଡରେ ଅନୁଷ୍ଠିତ ୨୦୧୯ ବିଶ୍ୱକପ୍‌ରେ ଭାରତ ପକ୍ଷରୁ ଖେଳିଥିଲେ। ନ୍ୟୁଜିଲାଣ୍ଡ ବିପକ୍ଷ ସେମିଫାଇନାଲ ମ୍ୟାଚ୍‌ ତାଙ୍କର ଥିଲା ଅନ୍ତିମ ଅନ୍ତର୍ଜାତୀୟ ମ୍ୟାଚ୍‌। ଅବସର ଘୋଷଣା ସତ୍ତ୍ୱେ ଧୋନୀ ଆଗାମୀ ଆଇପିଏଲ୍‌-୧୩ରେ ଚେନ୍ନାଇ ସୁପର କିଙ୍ଗ୍ସ ପକ୍ଷରୁ ପ୍ରତିନିଧିତ୍ୱ କରିବେ। ଏଠାରେ ଉଲ୍ଲେଖଯୋଗ୍ୟ, ୨୦୦୪ରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିବା ଧୋନୀ ଭାରତ ପକ୍ଷରୁ ୯୦ ଟେଷ୍ଟ, ୩୫୦ ଦିନିକିଆ ଓ ୯୮ ଟି୨୦ ମ୍ୟାଚ୍‌ ଖେଳିଛନ୍ତି। ଟେଷ୍ଟରେ ସେ ୪,୮୭୬, ଦିନିକିଆରେ ୧୦,୭୭୩ ଓ ଟି୨୦ରେ ୧,୬୧୭ ରନ ସଂଗ୍ରହ କରିଛନ୍ତି। ମୋଟ୍‌ ଉପରେ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ସେ ୧୭ ହଜାରରୁ ଊର୍ଦ୍ଧ୍ୱ ରନ୍‌ ତାଙ୍କ ନାମରେ ରହିଛି। ସେହିଭଳି ସେ ଟେଷ୍ଟରେ ୬ ଶତକ ଓ ୩୩ ଅର୍ଦ୍ଧଶତକ ଏବଂ ଦିନିକିଆରେ ୧୦ ଶତକ ଓ ୭୩ ଅର୍ଦ୍ଧଶତକ ହାସଲ କରିଛନ୍ତି। ଟି୨୦ରେ ତାଙ୍କ ନାମରେ ୨ଟି ଅର୍ଦ୍ଧଶତକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ଦମ୍ପତିଙ୍କ ସହ ଚାଲିଗଲା ୪ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୪ା୯: ମଣିପୁରର ତାମେଙ୍ଗଲୋଙ୍ଗ ଜିଲାରେ ରବିବାର ୨ଟି ଘଟଣାରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ୬ ବର୍ଷର ବାଳକ ଆହତ…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?