Posted inଖେଳ

ମାତାଙ୍କ ଶରଣରେ ଧୋନୀ

ରାଞ୍ଚି,୧।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜନ ଆରମ୍ଭ ହେବାକୁ ଆଉ କିଛି ସପ୍ତାହ ବାକି ଅଛି। ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଏମ.ଏସ ଧୋନୀଙ୍କ ଦଳର ଭାଗ୍ୟ ପରିବର୍ତ୍ତନ ପାଇଁ ପ୍ରାର୍ଥନା କରିବା ଆରମ୍ଭ କରିଛନ୍ତି। ଆଇପିଏଲ ୨୦୨୦ରେ ଚେନ୍ନାଇର ଖରାପ ପ୍ରଦର୍ଶନ ପରେ, ଧୋନୀ ନୂତନ ସିଜିନ୍‌ ପୂର୍ବରୁ ଦେଓଡୀ ମାତାଙ୍କ ମନ୍ଦିରରେ ପହଞ୍ଚିଥିଲେ। ଧୋନୀଙ୍କର ଏହି ମନ୍ଦିର ଉପରେ ବହୁତ ବିଶ୍ୱାସ ଅଛି ଏବଂ ସେ ନିଶ୍ଚିତ ଭାବରେ ପ୍ରତ୍ୟେକ ବଡ଼ ସିରିଜ କିମ୍ବା ଟୁର୍ନାମେଣ୍ଟ ପୂର୍ବରୁ ଦୁର୍ଗାଙ୍କ ଦର୍ଶନ ପାଇଁ ପହଞ୍ଚିଛନ୍ତି। ଧୋନୀ, ତାଙ୍କ ପିଲାଦିନର ବନ୍ଧୁ ସିମତ୍‌ ଲୋହାନି ଓରଫ୍‌ ଚିତୁଙ୍କ ସହ ଦେଓଡୀ ମାତା ମନ୍ଦିରରେ ପହଞ୍ଚିଥିଲେ। ଧୋନୀଙ୍କ ଗସ୍ତ ଦୃଷ୍ଟିରୁ ମନ୍ଦିର ଚାରିପାଖରେ ପ୍ରବଳ ସୁରକ୍ଷା ରହିଥିଲା। ଧୋନୀଙ୍କ ଗସ୍ତ ବିଷୟରେ ପୁରୋହିତ ଜାଣିଥିଲେ। ଆସିବାର ଏକ ଘଣ୍ଟା ପୂର୍ବରୁ ମନ୍ଦିରରେ ଏକ ବିରାଟ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା।
ଆଇପିଏଲ ୨୦୨୦ ପରେ ଧୋନୀ ପଡିଆକୁ ଓହ୍ଲାଇନାହାନ୍ତି। ଧୋନୀ ସୟଦ ମୁସ୍ତାକ ଅଲି ଟ୍ରଫି ଏବଂ ବିଜୟ ହଜାରେ ଟ୍ରଫିରେ ମଧ୍ୟ ଭାଗ ନେଇ ନ ଥିଲେ। ଏବେ ଧୋନୀ ଚେନ୍ନାଇ ସୁପର କିଙ୍ଗ୍ସର କ୍ୟାମ୍ପରେ ଅଭ୍ୟାସ କରୁଥିବା ଦେଖିବାକୁ ମିଳିବ। ଆଇପିଏଲ ୨୦୨୦ରେ ବହୁତ ଖରାପ ପ୍ରଦର୍ଶନ କରିଥିଲେ। ସେ ୧୪ଟି ମ୍ୟାଚରେ ମାତ୍ର ୨୦୦ ରନ ସ୍କୋର କରିପାରିଥିଲେ। ଏଥିସହ ଚେନ୍ନାଇ ସୁପର କିଙ୍ଗ୍ସ ପ୍ରଥମ ଥର ପାଇଁ ପ୍ଲେ ଅଫରେ ପହଞ୍ଚିବାରେ ବିଫଳ ହୋଇଥିଲା। ଚେନ୍ନାଇ ପଏଣ୍ଟ ଟେବୁଲରେ ୭ ନମ୍ବରରେ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri