Posted inଖେଳ

ଧୋନୀ @ ୪୦

ନୂଆଦିଲ୍ଲୀ,୭।୭- ଭାରତୀୟ କ୍ରିକେଟକୁ ସବୁ ଫର୍ମାଟରେ ନଂ୧ରେ ପହଞ୍ଚାଇଥିବା ମହାନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବୁଧବାର ୪୦ ବର୍ଷରେ ପାଦ ଦେଇଛନ୍ତି। ୨୦୦୭ ଆଇସିସି ଦିନିକିଆ ବିଶ୍ୱକପ୍‌ ବିଫଳତାକୁ ଭୁଲି ତାଙ୍କ ନେତୃତ୍ୱରେ ପ୍ରଥମ ଟି୨୦ ବିଶ୍ୱକପ୍‌ରେ ଇତିହାସ ରଚିଥିଲା ଟିମ୍‌ ଇଣ୍ଡିଆ। ଏହାର ୪ ବର୍ଷ ପରେ ପୂରଣ ହୋଇଥିଲା ପ୍ରତ୍ୟେକ ଭାରତୀୟ ପ୍ରଶଂସକଙ୍କ ଆଇସିସି ବିଶ୍ୱକପ୍‌ ଜିତିବାର ଆଶା। ୨୦୧୧ ଜୁଲାଇ ୨ ତାରିଖରେ ଶ୍ରୀଲଙ୍କାକୁ ହରାଇ ୨୯ ବର୍ଷ ପରେ ଭାରତ ଜିତିଥିଲା ଦ୍ୱିତୀୟ ଦିନିକିଆ ବିଶ୍ୱକପ୍‌। ୨୦୧୩ରେ ତାଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ହାତେଇଥିଲେ ଆଇସିସି ଚାମ୍ପିୟନ୍ସ ଟ୍ରଫି। ଏଥିସହ ବିଶ୍ୱର ସବୁଠୁ ସଫଳତମ ଅଧିନାୟକ ହେବାର ଆଖ୍ୟା ପାଇଥିଲେ ଧୋନୀ। ୨୦୧୯ ଆଇସିସି ବିଶ୍ୱକପ୍‌ ସେମିଫାଇନାଲରେ ଭାରତୀୟ ଦଳର ପରାଜୟ ପରଠୁ ଅନ୍ତର୍ଜାତୀୟ କ୍ରିକେଟରେ ସକ୍ରିୟ ନ ଥିଲେ ମଧ୍ୟ ଧୋନୀଙ୍କ କ୍ରେଜ ଏବେ ବି ରହିଛି।

୨୦୦୪ରେ ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ କରିଥିବା ଧୋନୀ ୩୫୦ ଦିନିକିଆରେ ୫୦.୫୩ ହାରରେ ୧୦,୭୭୩ ରନ୍‌ କରିଥିଲେ। ୯୦ ଟେଷ୍ଟରେ ୪,୮୭୬ ରନ୍‌ ଓ ୯୮ ଟି୨୦ ମ୍ୟାଚ୍‌ରେ ୧,୬୧୭ ରନ୍‌ କରିଥିଲେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ। ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରରେ ମୋଟ ଉପରେ ରହିଛି ୧୬ ଶତକ ଓ ୧୦୮ ଅର୍ଦ୍ଧଶତକ।


Enter your email to get our daily news in your inbox.

All Right Reserved By Dharitri.Com

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri