Posted inଖେଳ

ବୋଲରଙ୍କୁ ପ୍ରଥମେ ନିୟନ୍ତ୍ରଣ କରୁୁଥିଲେ ଧୋନୀ

ନୂଆଦିଲ୍ଲୀ, ୨୯ା୬ (ପି.ଟି.)-ଭାରତର ପୂର୍ବତନ ପେସ୍‌ ବୋଲର ଇର୍ଫାନ ପଠାନ ବିଶ୍ୱକପ୍‌ ବିଜୟୀ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଉପରେ ଏକ ନୂଆ କଥା କହିଛନ୍ତି। ସେ କହିଛନ୍ତି ୨୦୦୭ରେ ଧୋନୀ ଅଧିନାୟକ ଦାୟିତ୍ୱ ଗ୍ରହଣ କରିବା ପରେ ସେ ତାଙ୍କ ବୋଲରଙ୍କୁ ନିଜ ନିୟନ୍ତ୍ରଣରେ ରଖିଥିଲେ। କିନ୍ତୁ ପରେ ୨୦୧୩ ବେଳକୁ ସେମାନଙ୍କ ଉପରେ ଭରସା ରଖିବା ଆରମ୍ଭ କରିଥିଲେ। ୩୫ ବର୍ଷୀୟ ପଠାନ ଧୋନୀଙ୍କ ଅଧୀନରେ ୨୦୦୭ ବିଶ୍ୱକପ୍‌ ବିଜୟୀ ଏବଂ ୨୦୧୩ ଚାମ୍ପିୟନ୍ସ ଟ୍ରଫି ଜିତିଥିବା ଦଳର ଅନ୍ୟତମ ସଦସ୍ୟ ଥିଲେ। ଏହି ଦୁଇଟି ଟୁର୍ନାମେଣ୍ଟରେ ଟିମ୍‌ର ବୈଠକ ମାତ୍ର ୫ ମିନିଟ ସମୟରେ ସୀମିତ ରହିଥିଲା ବୋଲି ଚଳିତ ବର୍ଷ ଆରମ୍ଭରେ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଥିବା ଏହି ବୋଲର ଏକ ସାକ୍ଷାତ୍‌କାରରେ ପ୍ରକାଶ କରିଛନ୍ତି। ଧୋନୀଙ୍କ ମଧ୍ୟରେ କ’ଣ ଏକ ପରିବର୍ତ୍ତନ ସେ ଦେଖିବାକୁ ପାଇଛନ୍ତି ବୋଲି ପଚରାଯିବାରେ ପଠାନ କହିଥିଲେ, ଯୁବ ମହେନ୍ଦ୍ର ସିଂ ଧୋନୀ ୨୦୦୭ରେ ଅଧିନାୟକ ଦାୟିତ୍ୱ ଗ୍ରହଣ କରିଥିଲେ। ସେତେବେଳେ ଉଇକେଟ-କିପିଂ ଏଣ୍ଡ୍‌ରୁ ଉତ୍ସାହ ଓ ଉଦ୍ଦୀପନାର ସହ ଦୌଡ଼ି ଆସି ବୋଲରମାନଙ୍କୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଥିଲେ। ମାତ୍ର ୨୦୧୩ ବେଳକୁ ସେ ବୋଲରମାନଙ୍କୁ ନିୟନ୍ତ୍ରଣ ନ କରି ସେମାନଙ୍କ ସାମର୍ଥ୍ୟ ଉପରେ ଭରସା ରଖିବା ଆରମ୍ଭ କରିଥିଲେ। ସେ ନିଜେ ମଧ୍ୟ ଧୀରସ୍ଥିର ଏବଂ ଶାନ୍ତ ସ୍ବଭାବର ହୋଇଯାଇଥିଲେ। ମ୍ୟାଚ ଜିତିବା ଲାଗି ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତରେ ସେ ସ୍ପିନରମାନଙ୍କୁ ବୋଲିଂରେ ଲଗାଉଥିଲେ। ସୂଚନାଯୋଗ୍ୟ, ଗତବର୍ଷ ଅନ୍ତର୍ଜାତୀୟ ଦିନିକିଆ ବିଶ୍ୱକପ୍‌ ସେମିଫାଇନାଲରୁ ଭାରତର ବିଦାୟ ପରେ ଧୋନୀ କ୍ରିକେଟରୁ ଦୂରେଇ ରହିଛନ୍ତି। ତାଙ୍କୁ ବର୍ତ୍ତମାନ ୩୮ବର୍ଷ ବୟସ। ଆଇସିସିର ସମସ୍ତ ଟ୍ରଫି ଜିତିବାରେ ସେ ହେଉଛନ୍ତି ଏକ ମାତ୍ର ଅଧିନାୟକ।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?