Posted inଖେଳ

୪୨ ବର୍ଷ ବୟସରେ ଏମିତି କାରନାମା କଲେ ଧୋନୀ

ଧର୍ମଶାଳା,୫।୫: ଯଦିଓ ଚେନ୍ନାଇ ସୁପର କିଙ୍ଗ୍ସର ପୂର୍ବତନ ଖେଳାଳି ମହେନ୍ଦ୍ର ସିଂ ଧୋନୀ ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ଶୂନ୍ୟରେ ଆଉଟ୍‌ ହୋଇଥିଲେ ମଧ୍ୟ ଏହି ୪୨ ବର୍ଷୀୟ ଭେଟେରାନ ଇତିହାସ ସୃଷ୍ଟି କରିଛନ୍ତି। ଆଇପିଏଲରେ ମହେନ୍ଦ୍ର ସିଂ ଧୋନୀ ପ୍ରଥମ ଉଇକେଟକିପର ଭାବରେ ୧୫୦ କ୍ୟାଚ ନେବାରେ ସଫଳତା ହାସଲ କରିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ଉଇକେଟ କିପର ଆଇପିଏଲ ଇତିହାସରେ ୧୫୦ କ୍ୟାଚ ନେଇ ନାହାଁନ୍ତି, କିନ୍ତୁ ଚେନ୍ନାଇ ସୁପର କିଙ୍ଗ୍ସର ପୂର୍ବତନ ଅଧିନାୟକ ୪୨ ବର୍ଷ ବୟସରେ ଏହି ସଫଳତା ହାସଲ କରିଛନ୍ତି।
ମହେନ୍ଦ୍ର ସିଂ ଧୋନୀ ଆଇପିଏଲର ପ୍ରଥମ ସଂସ୍କରଣରୁ ଖେଳୁଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସ ବ୍ୟତୀତ ଏହି ଖେଳାଳି ରାଇଜିଂ ପୁଣେ ସୁପର ଜାଏଣ୍ଟସର ଏକ ଅଂଶ ହୋଇସାରିଛନ୍ତି। ଏପର୍ଯ୍ୟନ୍ତ ଆଇପିଏଲର ୨୬୧ ମ୍ୟାଚରେ କ୍ୟାପଟେନ କୁଲ ଉଇକେଟକିପର ଭାବରେ ୧୫୦ କ୍ୟାଚ ନେଇଛନ୍ତି ଏବଂ ୪୨ ବ୍ୟାଟ୍ସମ୍ୟାନଙ୍କୁ ମଧ୍ୟ ଷ୍ଟମ୍ପ ଆଉଟ୍‌ କରିଛନ୍ତି। ଏହି ପରି ଭାବରେ ଉଇକେଟ କିପର ଭାବରେ ମହେନ୍ଦ୍ର ସିଂ ଧୋନର ୧୯୨ ଜଣ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରିଛନ୍ତି। ଏଥି ସହିତ ଦୀନେଶ କାର୍ତ୍ତିକ ଏହି ତାଲିକାରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଏପର୍ଯ୍ୟନ୍ତ ଦୀନେଶ କାର୍ତ୍ତିକ ୨୪୫ ଆଇପିଏଲ ମ୍ୟାଚରେ ୧୪୧ଟି କ୍ୟାଚ ନେଇଥିବାବେଳେ ୩୬ ଜଣ ବ୍ୟାଟ୍ସମ୍ୟାନଙ୍କୁ ଷ୍ଟମ୍ପ ଆଉଟ୍‌ କରିଛନ୍ତି।
ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ସିମରଜିତ ସିଂଙ୍କ ବଲରୁ ଜିତେଶ ଶର୍ମାଙ୍କ କ୍ୟାଚ ନେଇ ମହେନ୍ଦ୍ର ସିଂ ଧୋନୀ ନିଜର ୧୫୦ତମ କ୍ୟାଚ ଶେଷ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ନିରାଶ ହେଲେ ପ୍ରଶଂସକ, ଖେଳିବେନି ବୈଭବ

ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି। ଏହା…

ଆଫଗାନିସ୍ତାନ ମାଡ଼ରେ ଉଡ଼ିଲା ପାକିସ୍ତାନର ହୋଶ! ଭାରତ ବିରୋଧରେ ଖ୍ବାଜା ଆସିଫ ଆଣିଲେ…

ଇସଲାମାବାଦ,୨୬।୬: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଆଫଗାନିସ୍ତାନରୁ ହୋଇଥିବା ଡ୍ରୋନ ଆକ୍ରମଣ ପାଇଁ ଭାରତକୁ ଦାୟୀ କରିଛନ୍ତି। ଗତ ସପ୍ତାହରେ, ଆଫଗାନ ତାଲିବାନ ବାହିନୀ ଦୁଇଟି…

ରାସନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ; ଆପଣଙ୍କ ପାଇଁ ଲାଭ ନା କ୍ଷତି?

ନୂଆଦିଲ୍ଲୀ,୨୬।୬: ଦେଶର ସବୁଠାରୁ ଗରିବ ପରିବାରଗୁଡ଼ିକୁ ମିଳୁଥିବା ରାସନ ବ୍ୟବସ୍ଥାରେ କେନ୍ଦ୍ର ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏପର୍ଯ୍ୟନ୍ତ ଅନ୍ତ୍ୟୋଦୟ ଅନ୍ନ ଯୋଜନା (AAY)…

ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌, ୨ ଗୁରୁତର

ଛତ୍ରପୁର,୨୬ା୬(ଦିଲ୍ଲୀପ ସାମଲ): ଛତ୍ରପୁର ଅଗସ୍ତି ନୂଆଗାଁ ଛକ ନିକଟ ଜାତୀୟ ରାଜପଥରେ ଶୁକ୍ରବାର ଟ୍ରକ୍‌ ପଛରେ ଏକ ପିକ୍‌ଅପ୍‌ ପିଟି ହେବାରୁ ୨ ଗୁରୁତର ହୋଇଛନ୍ତି। ଫଳରେ…

ବଜ୍ରପାତରେ ଚାଲିଗଲା ୨ ଜୀବନ

ବୌଦ୍ଧ,୨୬।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଏପରିକି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ…

ବଢିବ ସିୟାଙ୍କ ସମସ୍ୟା! କସାବକୁ ମୃତ୍ୟୁଦଣ୍ଡ ଦେଇଥିବା ଓକିଲ ଲଢ଼ିବେ କେତନଙ୍କ ହତ୍ୟା ମାମଲା

ପୁଣେ,୨୬।୬: ପୁଣେର ପ୍ରସିଦ୍ଧ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଏହି ହାଇପ୍ରୋଫାଇଲ ହତ୍ୟାକାଣ୍ଡକୁ ନେଇ ସାରା ମହାରାଷ୍ଟ୍ରରେ…

ଅନଶନକାରୀଙ୍କ ସହ ଜିଲାପାଳ-ଏସ୍‌ପିଙ୍କ ରୁଦ୍ଧଦ୍ୱାର ବୈଠକ, ଫଳାଫଳ ଉପରେ ସମସ୍ତଙ୍କ ନଜର

ପଟ୍ଟାମୁଣ୍ଡାଇ,୨୬ା୬(କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଳଭା-୨ ଅଧୀନ ୧୬ନଂ କେନାଲ ରାସ୍ତା କାର୍ଯ୍ୟ ପାଇଁ ଆସିଥିବା ଅର୍ଥ ଆଦୌ ବିନିଯୋଗ ନ ହୋଇ ମିଥ୍ୟା ବିଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri