ଅଧିନାୟକ ଭାବେ ଆଇପିଏଲ୍‌ରେ ସର୍ବାଧିକ ମ୍ୟାଚ୍‌ ଜିତିଛନ୍ତି ଧୋନୀ

ନୂଆଦିଲ୍ଲୀ, ୧୫।୯: ଆଇପିଏଲ୍‌ର ୧୩ତମ ସଂସ୍କରଣ ସେପ୍ଟେମ୍ବର ୧୯ରୁ ନଭେମ୍ବର ୧୦ ପର୍ଯ୍ୟନ୍ତ ୟୁଏଇରେ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ ଚେନ୍ନାଇ ସୁପର୍‌କିଙ୍ଗ୍ସ ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ୍‌ ଖେଳାଯିବ। ଆଇପିଏଲ୍‌ରେ ବର୍ତ୍ତମାନ ସୁଦ୍ଧା ଅନେକ ଅଧିନାୟକ ବିଭିନ୍ନ ଦଳର ନେତୃତ୍ୱ ନେଇସାରିଛନ୍ତି। ସେମାନଙ୍କ ମଧ୍ୟରୁ କିଛି ସଫଳ ହୋଇଥିବାବେଳେ କିଛି ଅଧିନାୟକଙ୍କୁ ନିରାଶ ହେବାକୁ ପଡ଼ିଛି। ଆଇପିଏଲ୍‌ ଇତିହାସରେ ଅଧିନାୟକ ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର କୀର୍ତ୍ତିମାନ ଚେନ୍ନାଇ ସୁପର କିଙ୍ଗ୍ସ ମହେନ୍ଦ୍ର ସିଂ ଧୋନୀଙ୍କ ନାମରେ ରହିଛି। ଧୋନୀ ଅଧିନାୟକ ଭାବେ ୧୭୪ ମ୍ୟାଚ୍‌ ଖେଳିଥିବାବେଳେ ସେଥିମଧ୍ୟରୁ ୧୦୪ଟି ବିଜୟ ଲାଭ କରିଛନ୍ତି। ୬୯ ମ୍ୟାଚ୍‌ରେ ତାଙ୍କୁ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଅଧିନାୟକ ଭାବେ ଧୋନୀଙ୍କ ବିଜୟ ପ୍ରତିଶତ ୬୦.୧୧ ରହିଛି।


ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଅଧିନାୟକ ବିରାଟ କୋହଲି ୧୧୦ ମ୍ୟାଚ୍‌ରେ ନେତୃତ୍ୱ ନେଇଥିବାବେଳେ ଯଥାକ୍ରମେ ୪୯ ଓ ୫୫ ମ୍ୟାଚ୍‌ ବିଜୟ ଓ ପରାଜୟବରଣ କରିଛନ୍ତି। ତାଙ୍କର ବିଜୟ ପ୍ରତିଶତ ୪୭.୧୬ ରହିଛି। ମୁମ୍ବାଇ ଇଣ୍ଡିଆନ୍ସର ରୋହିତ୍‌ ଶର୍ମାଙ୍କ ନାମରେ ୬୦ ବିଜୟ ରହିଛି। ସେ ୧୦୪ ମ୍ୟାଚ୍‌ରେ ନେତୃତ୍ୱ ନେଇଥିବାବେଳେ ସେଥିମଧ୍ୟରୁ ୪୨ ମ୍ୟାଚ୍‌ ହାରିଛନ୍ତି। କୋଲକାତା ନାଇଟ୍‌ ରାଇଡର୍ସର ଦୀନେଶ କାର୍ତ୍ତିକ ଅଧିନାୟକ ଭାବେ ୩୬ ମ୍ୟାଚ୍‌ ଖେଳି ୧୭ ବିଜୟ ଓ ୧୮ ମ୍ୟାଚ୍‌ରେ ପରାଜିତ ହୋଇଛନ୍ତି। ସନ୍‌ରାଇଜର୍ସ ହାଇଦ୍ରାବାଦର ଡେଭିଡ୍‌ ଓ୍ବାର୍ନର (୪୭ ମ୍ୟାଚ୍‌, ୨୬ ବିଜୟ), ରାଜସ୍ଥାନ ରୟାଲ୍ସର ଷ୍ଟିଭ ସ୍ମିଥ୍‌ (୨୯ ମ୍ୟାଚ୍‌, ୧୯ ବିଜୟ) ଓ ଶ୍ରେୟାସ ଆୟାର (୨୪ ମ୍ୟାଚ୍‌, ୧୩ ବିଜୟ) ମଧ୍ୟ ଅନେକ ମ୍ୟାଚ୍‌ରେ ନେତୃତ୍ୱ ନେବାର ସୁଯୋଗ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri