Posted inଖେଳ

ଚେନ୍ନାଇରେ ଧୋନୀ: ଆଇପିଏଲ୍‌ ପାଇଁ ସିଏସ୍‌କେ ଟ୍ରେନିଂ କ୍ୟାମ୍ପ ୯ରୁ

ଚେନ୍ନାଇ, ୫ା୩ (ପି.ଟି.)-ଆସନ୍ତା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ସିଜନ ପାଇଁ ଚେନ୍ନାଇନ ସୁପର କିଙ୍ଗ୍ସ (ସିଏସ୍‌କେ)ର ଟ୍ରେନିଂ କ୍ୟାମ୍ପ ମାର୍ଚ୍ଚ ୯ରୁ ଆରମ୍ଭ ସମ୍ଭାବନା ରହିଛି। ଏଥିରେ ଯୋଗ ଦେବାଲାଗି ଦଳର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବୁଧବାର ଚେନ୍ନାଇରେ ପହଞ୍ଚତ୍ସାରିଛନ୍ତି। ସେ ୫ ଦିନ କ୍ୱାରାଣ୍ଟାଇନ୍‌ରେ ରହିବେ। ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ଅମ୍ବାଟି ରାୟୁଡୁ ମଧ୍ୟ ଆସିସାରିଥିବା ସିଏସ୍‌କେ ସିଇଓ କେ.ଏସ୍‌. ବିଶ୍ୱନାଥନ ପ୍ରକାଶ କରିଛନ୍ତି। ଟ୍ରେନିଂ ପୂର୍ବରୁ ସମସ୍ତ ଖେଳାଳି ୫ ଦିନି କ୍ୱାରାଣ୍ଟାଇନ୍‌ରେ ରହିବେ। ଆଇପିଏଲ୍‌-୧୪ ସଂସ୍କରଣର କାର୍ଯ୍ୟସୂଚୀ ଓ ଭେନ୍ୟୁ ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ। ଏହି ବ୍ୟୟବହୁଳ ଟି୨୦ ଲିଗ୍‌ ପାଇଁ ଚଳିତ ବର୍ଷ ହୋଇଥବବା ମିନି ଖେଳାଳି ନିଲାମରେ ସିଏସ୍‌କେ ଇଂଲଣ୍ଡ ଅଲରାଉଣ୍ଡର ମୋଇନ ଅଲିଙ୍କୁ ୭କୋଟି ଟଙ୍କାରେ କ୍ରୟ କରିଛି। ଏହାଛଡ଼ା କର୍ନାଟକ ଅଲରାଉଣ୍ଡର କେ. ଗୋଥାମ (୯.୨୫ କୋଟି ଟଙ୍କା) ଏବଂ ଚେତେଶ୍ୱର ପୂଜାରା (୫୦ ଲକ୍ଷ ଟଙ୍କା)ଙ୍କୁ ମଧ୍ୟ କ୍ରୟ କରିଛି। ଦଳ ଅନଞ କେତେଜଣ ଖେଳାଳିଙ୍କୁ ମଧ୍ୟ ନେଇଛି। ସେମାନଙ୍କ ମଧ୍ୟରେ ରହିଛନ୍ତି ତାମିଲନାଡୁ ବ୍ୟାଟ୍ସମ୍ୟାନ ସି. ହରି ନିଶାନ୍ଥ, ହରିଶଙ୍କାର ରେଡ୍ଡୀ ଓ ଭଗନ ବର୍ମା। ଏହି ସମସ୍ତ ଖେଳାଳିଙ୍କୁ ଜଣ ପିଛା ୨୦ ଲକ୍ଷ ଟଙ୍କା ଲେଖାଏଁ କ୍ରୟ କରିଛି। ଗତ ଆଇପିଏଲରେ ସିଏସ୍‌କେ ଆଶାନୁରୂପ ପ୍ରଦର୍ଶନ କରିପାରି ନ ଥିଲା। ଦଳ ପ୍ରଥମ ଥର ପ୍ଲେ-ଅଫ୍‌ ପାଇଁ ଯୋଗ୍ୟତା ହାସଲ କରିପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri