Posted inଖେଳ

ଧୋନି ଛାଡିଲେ ଚେନ୍ନାଇ ସୁପର କିଙ୍ଗ୍ସର କ୍ୟାପଟେନଶିପ

ନୂଆଦିଲ୍ଲୀ,୨୧।୩: ଆଇପିଏଲ ୨୦୨୪ ଆରମ୍ଭର ଠିକ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ ଏକ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି ନେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ର ୧୭ତମ ସିଜନ ପାଇଁ ସିଏସକେ ଦଳର କ୍ୟାପେଟେନ ଋତୁରାଜ ଗାୟକୱାଡ ହୋଇଛନ୍ତି। ଏହାର ଅର୍ଥ ଏମଏସ ଧୋନି ଚଳିତ ସିଜନରେ ଚେନ୍ନାଇର ଅଧିନାୟକ ନଜର ଆସିବେ ନାହିଁ। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ ଚେନ୍ନାଇକୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ସାମ୍ନା କରିବାକୁ ପଡିବ। ଆଇପିଏଲର ଅଫିସିଆଲ ସୋସିଆଲ ମିଡିଆ ହ୍ୟାଣ୍ଡେଲରୁ ଏହା ନିଶ୍ଚିତ ହୋଇଛି। ଏମଏସ ଧୋନିଙ୍କ ଅଧିନାୟକତ୍ୱରେ ସିଏସକେ ୫ ଥର ଆଇପିଏଲ ଟାଇଟଲ ଜିତିଛି। ଧୋନି ୨୦୨୨ପୂର୍ବରୁ ସିଏସକେର ଅଧିନାୟକତ୍ୱ ଛାଡିଥିଲେ। ଯେତେବେଳେ ଫ୍ରାଞ୍ଚାଇଜ ରବିନ୍ଦ୍ର ଜାଡେଜାଙ୍କୁ ଅଧିନାୟକ କରିଥିଲା, ତାଙ୍କ ନେତୃତ୍ୱରେ ସିଏସକେ କ୍ରମାଗତ ଅନେକ ମ୍ୟାଚ ହାରିଗଲା, ଏହା ପରେ ଧୋନିଙ୍କୁ ପୁଣି ଟୁର୍ନାମେଣ୍ଟ ମଝିରେ ଅଧିନାୟକ କରାଗଲା।
ଆପିଏଲ ୨୦୨୪ ଶୁକ୍ରବାର (୨୨ ମାର୍ଚ୍ଚ)ରୁ ଆରମ୍ଭ ହେଉଛି। ଉଦଘାଟନୀ ମ୍ୟାଚର ଗୋଟିଏ ଦିନ ପୂର୍ବରୁ ଚେନ୍ନାଇରେ ଆୟୋଜିତ ପ୍ରି-ଆଇପିଏଲ କ୍ୟାପଟେନ୍ସ କନକ୍ଲେଭରେ ସିଏସକେ ଋତୁରାଜ ଗାୟକୱାଡଙ୍କୁ ଅଧିନାୟକ ଭାବରେ ଉପସ୍ଥାପନ କରିଥିଲେ। ସିଏସକେରେ ଏହି ପରିବର୍ତ୍ତନ ହଠାତ୍‌ ଘଟିଛି। ଯାହାକୁ କେହି ଏହା ଆଶା କରି ନ ଥିଲେ। ତଥାପି, ଏମଏସ ଧୋନି ସବୁବେଳେ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି ନେଉଛନ୍ତି। ଧୋନି ପୁଣି ଥରେ ଅଧିନାୟକତ୍ୱ ଛାଡି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି।
ମାର୍ଚ୍ଚ ୪ରେ ସୋସିଆଲ ମିଡିଆରେ ଏମଏସ ଧୋନି ଏକ କ୍ରିପ୍ଟିକ ପୋଷ୍ଟ କରିଥିଲେ। ସେ ଲେଖିଛନ୍ତି ଯେ ସେ ଆଉ ନୂଆ ସିଜନ ଏବଂ ନୂଆ ଭୂମିକା ପାଇଁ ଅପେକ୍ଷା କରିପାରିବେ ନାହିଁ । ତାଙ୍କ ପୋଷ୍ଟର ଦୁଇ ସପ୍ତାହ ପରେ ଧୋନି ଯାହା ପ୍ରକାଶ କରିବାକୁ ଚାହୁଁଛନ୍ତି ତାହା ଜଣା ପଡିଛି। ଫ୍ରାଞ୍ଚାଇଜ ମଧ୍ୟ ଏହାକୁ ଆନୁଷ୍ଠାନିକ ଭାବେ ନିଶ୍ଚିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri