ଆଇପିଏଲ୍‌ ପୂର୍ବରୁ ଚେନ୍ନାଇରେ ଅଭ୍ୟାସ କରିବେ ଧୋନୀ, ରାଇନା

ଚେନ୍ନାଇ, ୯।୮: ବିଶ୍ୱର ସବୁଠାରୁ ବ୍ୟୟ ବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୯ରୁ ୟୁଏଇରେ ଆରମ୍ଭ ହେବ। କରୋନା ମହାମାରୀ ଲାଗି ଚଳିତ ବର୍ଷ ଆଇପିଏଲ୍‌କୁ ଭାରତ ବଦଳରେ ୟୁଏଇରେ ଆୟୋଜନ କରିବାକୁ ବିସିସିଆଇ ନିଷ୍ପତ୍ତି ନେଇଥିଲା। ସରକାର ମଧ୍ୟ ଆଇପିଏଲ୍‌ ଆୟୋଜନ ନେଇ ସବୁଜ ସଙ୍କେତ ପ୍ରଦାନ କରିସାରିଛନ୍ତି। ତେବେ ଆଇପିଏଲ୍‌ ଆରମ୍ଭ ହେବାକୁ ଆଉ କମ୍‌ ସମୟ ରହିଥିବାବେଳେ ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ) ଦଳ ଏହାର ପ୍ରସ୍ତୁତି ଆରମ୍ଭ କରି ଦେଇଛି। ୟୁଏଇ ଗସ୍ତ କରିବା ପୂର୍ବରୁ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ସୁପର୍‌କିଙ୍ଗ୍ସ ଦଳ ଘରୋଇ ଗ୍ରାଉଣ୍ଡ ଏମ. ଚିଦାମ୍ବରମ ଷ୍ଟାଡିୟମରେ ଅଭ୍ୟାସ କରିବ। ଏଥିଲାଗି ତାମିଲନାଡ଼ୁ ସରକାର ସିଏସ୍‌କେ ଦଳକୁ ଅନୁମତି ପ୍ରଦାନ କରିଛନ୍ତି। ଚେନ୍ନାଇ ଦଳ ଆସନ୍ତା ୧୫ରୁ ସ୍ଥାନୀୟ ଏମ୍‌. ଚିଦାମ୍ବରମ ଷ୍ଟାଡିୟମରେ କ୍ୟାମ୍ପ୍‌ ଆରମ୍ଭ କରିବ। ଏହି କ୍ୟାମ୍ପରେ ଅଧିନାୟକ ଧୋନୀଙ୍କ ସମେତ ସୁରେଶ ରାଇନା, ହରଭଜନ ସିଂ, ଅମ୍ବାତି ରାୟୁଡୁଙ୍କ ପରି ବରିଷ୍ଠ ଖେଳାଳି ଯୋଗ ଦେବେ ବୋଲି ଜଣାପଡ଼ିଛି। କ୍ୟାମ୍ପ୍‌ ଅବସରରେ ଖେଳାଳିମାନଙ୍କୁ ହୋଟେଲ ଓ ପଡ଼ିଆ ବାହାରକୁ ଯିବା ଲାଗି ଅନୁମତି ଦିଆଯିବ ନାହିଁ। କ୍ୟାମ୍ପ୍‌ ପରେ ଚେନ୍ନାଇ ଦଳ ଅଗଷ୍ଟ ୨୧ରେ ୟୁଏଇ ଅଭିମୁଖେ ଗସ୍ତ କରିବ। ୟୁଏଇ ଗସ୍ତ ପୂର୍ବରୁ ଖେଳାଳିଙ୍କ ୨ଥର କରୋନା ଟେଷ୍ଟ ହେବ। ଯାହାର ରିପୋର୍ଟ ନେଗେଟିଭ ଆସିବ ସେହି ଖେଳାଳି ହିଁ ଆଇପିଏଲ୍‌ ଖେଳିବା ଲାଗି ୟୁଏଇ ଗସ୍ତ କରିବ। ଏଠାରେ ପ୍ରକାଶଯୋଗ୍ୟ, ଚେନ୍ନାଇ ବ୍ୟତୀତ ମୁମ୍ବାଇ ଇଣ୍ଡିଆନ୍ସ ଦଳ ମଧ୍ୟ ମୁମ୍ବାଇରେ ଖେଳାଳିଙ୍କ କ୍ୟାମ୍ପ୍‌ ଆୟୋଜନ କରିବାରେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

ଏମ୍‌କେସିଜିରେ ଭର୍ତ୍ତି ହେଲେ ବିକ୍ରମ: ହୋଇପାରେ ଅସ୍ତ୍ରୋପଚାର

ବ୍ରହ୍ମପୁର,୧୦ା୨(ସୁବାସ ଚନ୍ଦ୍ର ପାଢ଼ୀ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ମଙ୍ଗଳବାର ଏମ୍‌କେସିଜି ମେଡିକାଲରେ…

ସୁନା ୩ହଜାର ରୂପା ୯ହଜାର, ୧୦ଦିନରେ ଆହୁରି ଖସିବ…

ନୂଆଦିଲ୍ଲୀ,୧୦।୨: ୧ ଫେବୃଆରୀରୁ ୧୦ ଫେବୃଆରୀ, ୨୦୨୬ ପର୍ଯ୍ୟନ୍ତ ଗତ ୧୦ ଦିନ ମଧ୍ୟରେ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଜାନୁଆରୀ ଶେଷରେ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: କାଫେରେ ତାଲା ଝୁଲୁଥିବା ଦେଖି…

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ପର୍ଯ୍ୟଟନସ୍ଥଳ ବୁଲି ଇଲୋ ରିଟ୍ରିଟ୍‌କୁ ଫେରିବା ସମୟରେ…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ: ଦେଲେ ଚେତାବନୀ, ବିଡିଓଙ୍କ ବଦଳି ନ ହେବା ପର୍ଯ୍ୟନ୍ତ…

ଖୋର୍ଦ୍ଧା,୧୦।୨(ପ୍ରଭାତ ପାଣିଗ୍ରାହୀ) : ବୋଲଗଡ ବିଡିଓ ବିବାଦକୁ ନେଇ ବଢିଲା ଜନ ଅସନ୍ତୋଷ । ବିଡିଓ ସୁମନ ସୁଦ୍ଧା କୁଣ୍ଡୁ ଗତ ସାଧାରଣତନ୍ତ୍ର ଦିବସରେ ଅନୁପସ୍ଥିତ ରହିବାକୁ…

ଅଭଦ୍ର କହିଦେଲେ ସିଏସ୍‌ଓ: ରାଗିକି ପଞ୍ଚମ ହେଲେ ଚାଷୀ,ଜବାବ ମାଗିଲେ ସରପଞ୍ଚ

ବାଲେଶ୍ବର,୧୦।୨(ବାଞ୍ଛାନିଧି ଦେ): ବାଲେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ଚାଷୀଙ୍କୁ ‘ଅଭଦ୍ର’ କହିବା ଅଭିଯୋଗରେ ମଙ୍ଗଳବାର ଚାଷୀମାନେ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ଜିଲା ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri