Posted inଖେଳ

ଚୌକା-ଛକା ବର୍ଷା କଲେ ଧୋନୀ

ଚେନ୍ନାଇ,୫।୩: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୧୬ତମ ସିଜନ ଅର୍ଥାତ୍‌ ଆଇପିଏଲ ୨୦୨୩ ମାର୍ଚ୍ଚ ୩୧ରୁ ଆରମ୍ଭ ହେବ। ଏଥିରେ ଡିଫେଣ୍ଡିଂ ଚାମ୍ପିଅନ ଗୁଜରାଟ ଟାଇଟାନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯିବ। ଚେନ୍ନାଇ ସୁପର କିଙ୍ଗ୍ସ ଆସନ୍ତା ସିଜିନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ଏବଂ ଦଳର ଅଧିକାଂଶ ଖେଳାଳି ବର୍ତ୍ତମାନ ଚେନ୍ନାଇରେ ଚାଲିଥିବା ପ୍ରଶିକ୍ଷଣ ଶିବିରରେ ଅଭ୍ୟାସ କରୁଛନ୍ତି। ଅଭ୍ୟାସ ସମୟରେ ସମସ୍ତଙ୍କ ନଜର ସିଏସକେ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଉପରେ ଥିଲା। ସେ ନେଟ୍ସରେ ଲମ୍ବା ଛକା ମାରି ସମସ୍ତଙ୍କ ହୃଦୟ ଜିତିଥିଲେ।
ଚେନ୍ନାଇ ସୁପର କିଙ୍ଗ୍ସ ଦଳ ଅଭ୍ୟାସ କରିବାକୁ ଷ୍ଟାଡିୟମରେ ପହଞ୍ଚିଥିଲେ। ଷ୍ଟାଡିୟମ ବାହାରେ ଲକ୍ଷ ଲକ୍ଷ ପ୍ରଶଂସକ ଧୋନୀଙ୍କ ଝଲକ ଦେଖିବାକୁ ଉତ୍ସାହର ସହିତ ଅପେକ୍ଷା କରିଥିଲେ। ଏହା ବ୍ୟତୀତ ଦଳର ଅଭ୍ୟାସ ଅଧିବେଶନ ଦେଖିବା ପାଇଁ ଷ୍ଟାଡିୟମ ଭିତରେ ଅନେକ ପ୍ରଶଂସକ ମଧ୍ୟ ଉପସ୍ଥିତ ଥିଲେ।
ଷ୍ଟାଡିୟମରେ ଅଭ୍ୟାସ କରୁଥିବାବେଳେ ଧୋନୀ ଷ୍ଟାଡିୟମରେ ଉପସ୍ଥିତ ପ୍ରଶଂସକଙ୍କୁ ନିରାଶ କରି ନ ଥିଲେ। ଆକ୍ରମଣାତ୍ମକ ବ୍ୟାଟିଂ କରି ଧୋନୀ ଷ୍ଟାଡିୟମ ବାହାରେ କିଛି ବଲ ପକାଇ ଥିଲେ। ଯାହାର ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଖୁବ ଭାଇରାଲ ହେଉଛି।
ମହେନ୍ଦ୍ର ସିଂ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟରୁ ବିଦାୟ ଦେଇଥିଲେ। ଏହା ତାଙ୍କର ଶେଷ ଆଇପିଏଲ ସିଜିନ୍‌ ହୋଇପାରେ ବୋଲି ଆଶା କରାଯାଉଛି। ଧୋନି ତାଙ୍କ ପୂର୍ବ ବିବୃତ୍ତିରେ ସ୍ପଷ୍ଟ କରିଛନ୍ତି ଯେ, ସେ ଚେନ୍ନାଇର ପ୍ରଶଂସକଙ୍କ ସାମ୍ନାରେ ଆଇପିଏଲରେ ତାଙ୍କର ଶେଷ ମ୍ୟାଚ ଖେଳିବାକୁ ଚାହୁଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri