Posted inଖେଳ

ଆଇପିଏଲକୁ ଗୁଡବାଏ କହିବେନି ଧୋନି !…

କୋଲକାତା,୧୫।୫ : ଆଇପିଏଲ ୨୦୨୩ ଏହାର ଶେଷ ହେବାକୁ ଯାଉଛି । ଟୁର୍ନାମେଣ୍ଟରେ କେବଳ ୯ ଟି ଲିଗ ମ୍ୟାଚ ବାକି ଅଛି । ଏହା ପରେ ଚାରିଟି ଦଳ ଫାଇନାଲ ପାଇଁ ଲଢ଼ିବେ। ଏହି ସମୟରେ ଚେନ୍ନାଇ ସୁପର କିଙ୍ଗ୍ସର ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର ଆସିଛି। ଦଳର ଅଧିନାୟକ ମହେନ୍ଦ୍ର ସିଂ ଧୋନି ଆଇପିଏଲରୁ ବିଦାୟ ଦେବେ ନାହିଁ। ଚେନ୍ନାଇର ସିଇଓ କାଶୀ ବିଶ୍ୱନାଥନ ଧୋନିଙ୍କ ପରବର୍ତ୍ତୀ ଆଇପିଏ ଖେଳିବାର ଆଶା ପ୍ରକାଶ କରିଛନ୍ତି।

ଚେନ୍ନାଇ ୧୪ ମେରେ ଚେପାକ ଷ୍ଟାଡିୟମରେ କେକେଆର୍‌ ବିପକ୍ଷରେ ଆଇପିଏଲ ୨୦୨୩ ର ଶେଷ ଘରୋଇ ମ୍ୟାଚ ଖେଳିଥିଲା। ଏହି ମ୍ୟାଚ ପରେ ମହେନ୍ଦ୍ର ସିଂ ଧୋନି ସମଗ୍ର ଗ୍ରାଉଣ୍ଡ ବୁଲି ପ୍ରଶଂସକମାନଙ୍କୁ ଦସ୍ତଖତ କରିଥିବା ବଲ ଦେଇଥିଲେ। ଏହା ପରେ ପ୍ରଶଂସକମାନେ ଅନୁମାନ କରିବା ଆରମ୍ଭ କଲେ, ଏହା ଧୋନିଙ୍କର ଶେଷ ସିଜନ। ଏହି ସମୟରେ ଦଳର ସିଇଓ କହିଛନ୍ତି. ଆମେ ଆଶା କରୁଛୁ ମହେନ୍ଦ୍ର ସିଂ ଧୋନି ପରବର୍ତ୍ତୀ ଆଇପିଏଲ ମଧ୍ୟ ଖେଳିବେ।

ଏହି ସିଜିନ ଆରମ୍ଭରୁ ଏମଏସ ଧୋନିଙ୍କ ଅବସର ନେଇ କଳ୍ପନାଜଳ୍ପନା କରାଯାଉଥିଲା। ଏକ ମ୍ୟାଚରେ ଟସ ସମୟରେ ଟିଭି ଉପସ୍ଥାପକ ଡାନି ମୋରିସନ ତାଙ୍କୁ ପଚାରିଥିଲେ ତୁମର ଶେଷ ଆଇପିଏଲ ସିଜନ ଖେଳିବାରେ ତୁମେ କିପରି ଅନୁଭବ କରୁଛ? ଏହାର ପ୍ରତିକ୍ରିୟାରେ ଧୋନି କହିଥିଲେ ତୁମେ ନିଷ୍ପତ୍ତି ନେଇଛ ଏହା ମୋର ଶେଷ ସିଜିନ କିନ୍ତୁ, ମୁଁ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?