Posted inଖେଳ

ଆସନ୍ତାବର୍ଷ ମଧ୍ୟ ଆଇପିଏଲ୍‌ ଖେଳିବେ ଧୋନୀ

ଆବୁଧାବି: ଆସନ୍ତା ବର୍ଷ ମଧ୍ୟ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଖେଳିବେ ମହେନ୍ଦ୍ର ସିଂ ଧୋନୀ। ରବିବାର କିଙ୍ଗ୍ସ ଇଲେଭେନ ପଞ୍ଜାବ ବିପକ୍ଷରେ ଚଳିତ ସିଜନର ଶେଷ ମ୍ୟାଚ ଖେଳିବା ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଅଧିନାୟକ ଏହା ସ୍ପଷ୍ଟ କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଥିବା ଧୋନୀଙ୍କୁ ପରବର୍ତ୍ତୀ ଆଇପିଏଲ୍‌ରେ ଦେଖିବାକୁ ମିଳିବ କି ନା ସେ ନେଇ ତାଙ୍କ ଅଗଣିତ ପ୍ରଶଂସକଙ୍କ ମନରେ ଉତ୍ସୁକତା ଥିଲା। ଟସ୍‌ ବେଳେ ନ୍ୟୁଜିଲାଣ୍ଡର ପୂର୍ବତନ ପେସ୍‌ ବୋଲର ଡ୍ୟାନି ମୋରିସନଙ୍କ ପ୍ରଶ୍ନର ଉତ୍ତରରେ ଧୋନୀ କହିଥିଲେ, ଆଇପିଏଲ୍‌ରେ ଏହା ତାଙ୍କର ଶେଷ ମ୍ୟାଚ ନୁହେଁ। ସେ ଆସନ୍ତା ସିଜନରେ ମଧ୍ୟ ସିଏସ୍‌କେ ତରଫରୁ ଖେଳିବେ। କୋଭିଡ୍‌ ଯୋଗୁ ଚଳିତବର୍ଷ ଅକ୍ଟୋବର-ନଭେମ୍ବରରେ ହେବାକୁଥିବା ଟି୨୦ ବିଶ୍ୱକପ୍‌କୁ ସ୍ଥଗିତ ରଖାଯିବା ପରେ ଅଗଷ୍ଟ ୧୫ରେ ୩୯ ବର୍ଷୀୟ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ତାଙ୍କର ଅବସର ଘୋଷଣା କରିଥିଲେ। ସେ ଅତିକମ୍‌ରେ ଦୁଇ ସିଜନ ଆଇପିଏଲ୍‌ ଖେଳିବେ ବୋଲି ଆଶା କରାଯାଉଥିଲା। ଧୋନୀ ଶେଷ ଥର ପାଇଁ ଭାରତ ତରଫରୁ ନ୍ୟୁଜିଲାଣ୍ଡ ବିପକ୍ଷ ୨୦୧୯ ବିଶ୍ୱକପ୍‌ ସେମିଫାଇନାଲ ଖେଳିଥିଲେ। ଚଳିତବର୍ଷ ଆଇପିଏଲ୍‌ରେ ସିଏସ୍‌କେ ସବୁଠାରୁ ନିକୃଷ୍ଟ ପ୍ରଦର୍ଶନ କରିଛି। ପଏଣ୍ଟ ଟେବୁଲର ନିମ୍ନ ଭାଗରେ ରହିଛି। ୩ଥର ଚାମ୍ପିୟନ ଦଳ କ୍ରମାଗତ ସ୍ଥିର ପ୍ରଦର୍ଶନ କରିବା ପରେ ପ୍ରଥମ ଥର ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିପାରି ନାହିଁ। ଆସନ୍ତା ବର୍ଷ ଆଇପିଏଲ୍‌ ସ୍ବାଭାବିକ ଏପ୍ରିଲ-ମେରେ କରିବା ଲାଗି ଯୋଜନା ରହିଛି। ତେବେ ସେ ସମୟରେ ସମଗ୍ର ବିଶ୍ୱରେ କୋଭିଡ୍‌ ପରିସ୍ଥିତିକୁ ଦେଖି ତାରିଖରେ ପରିବର୍ତ୍ତନ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୧ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri