Posted inଖେଳ

ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଧୋନୀ କିଛି ସମୟ ନେବେ: ଫ୍ଲେମିଂ

ଶାରଜା,୨୪।୯(ପି.ଟି.): ଶ୍ରେଷ୍ଠ ଫିନିଶର ଭାବେ ଜଣାଶୁଣା ଥିବା ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଉପରେ ପ୍ରଶଂସକମାନେ ସବୁବେଳେ ବହୁତ ଆଶା ରଖିଥାନ୍ତି। ପ୍ରଥମ ମ୍ୟାଚ୍‌ରେ ଧୋନୀ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦଳକୁ ଜିତାଇ ପାରି ନ ଥିବାରୁ ଚେନ୍ନାଇ ପ୍ରଶଂସକ ନିରାଶ ହୋଇଛନ୍ତି। ଦଳର ହେଡ୍‌ କୋଚ୍‌ ଷ୍ଟିଫାନ ଫ୍ଲେମିଂ ହୃଦୟଙ୍ଗମ କରିଛନ୍ତି। ନିଜର ଶ୍ରେଷ୍ଠ ପ୍ରଦର୍ଶନ କରିବାକୁ ଧୋନୀ କିଛି ସମୟ ଆବଶ୍ୟକ କରିବେ ବୋଲି ସେ କହିଛନ୍ତି।
ମଙ୍ଗଳବାର ମ୍ୟାଚ୍‌ରେ ଧୋନୀ ୭ ନମ୍ବରରେ ବ୍ୟାଟିଂ କରିବାକୁ ଆସିଥିଲେ। ଫଳରେ ଅଧିକ ବଲ୍‌ ଖେଳିପାରି ନ ଥିଲେ। ଫଳରେ ଦଳ ମାତ୍ର ୧୬ ରନରେ ପରାସ୍ତ ହୋଇଥିଲା। ଧୋନୀ ୧୭ ବଲ୍‌ ଖେଳି ୩ ଛକା ସହ ୨୯ରନ କରି ଅପରାଜିତ ରହିଥିଲେ। ବର୍ଦ୍ଧିତ ଦୁଇ ସପ୍ତାହର କ୍ୱାରାଣ୍ଟାଇନ୍‌ ତାଙ୍କ ପ୍ରସ୍ତୁତିରେ ବାଧା ପହଞ୍ଚାଇଥିଲା ବୋଲି ଧୋନୀ କହିଛନ୍ତି। ଅଧିକ ଅଭ୍ୟାସ କରିବାକୁ ସମୟ ପାଇ ନ ଥିଲେ। ଆଇପିଏଲ୍‌ ପୂର୍ବରୁ ସେ ଅଧିକ ପରିମାଣର କ୍ରିକେଟ ଖେଳି ନ ଥିଲେ ବୋଲି ମ୍ୟାଚ୍‌ ପରେ ଖବରଦାତା ସମ୍ମିଳନୀରେ ଫ୍ଲେମିଂ କହିଛନ୍ତି। ଦଳ ପରାସ୍ତ ହୋଇଥିଲେ ମଧ୍ୟ ବ୍ୟାଟିଂକୁ ନେଇ ଆମେ ସେତେଟା ବ୍ୟସ୍ତ ନୁହଁ । ନିଜ ପୂର୍ବରୁ ଧୋନୀ କେଦାର ଯାଦବ ଓ ସାମ କୁରାନଙ୍କୁ ବ୍ୟାଟିଂ କରିବାକୁ ପଠାଇଥିଲେ। ଆଗାମୀ ମ୍ୟାଚ୍‌ଗୁଡିକରେ ଧୋନୀ ତାଙ୍କ ଚମକ ଦେଖାଇବାକୁ ସକ୍ଷମ ହେବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା, କେନ୍ଦୁଝରରେ ଆଜି ସମସ୍ତ ସ୍କୁଲ ଛୁଟି

ବଞ୍ଚୋ/କେନ୍ଦୁଝର,୨୮।୭(ପ୍ରଦୋଷ ବିଶ୍ୱାଳ /ନରେଶ ପଟ୍ଟନାୟକ ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲାପାଳ…

ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ହାଣିବା ଘଟଣା, ୨୪ଘଣ୍ଟାରେ ଧରିଲା ପୋଲିସ

ପୁରୁଷୋତ୍ତମପୁର,୨୮।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ବଷ୍ଚ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିଲା ।ନିର୍ମମଭାବରେ ହାଣି ହତ୍ଯାଉଦ୍ଯମ କରିବା…

CJP ଆଗରେ ପୁଣି ନଇଁଲେ କି ସରକାର? ସୌରଭ ଦାସଙ୍କ FIR ପ୍ରତ୍ୟାହାରକୁ ନେଇ ବଡ଼ ଦାବି

ନୂଆଦିଲ୍ଲୀ,୨୮ା୭: କୋକ୍ରୋଚ୍ ଜନତା ଦଳ ଦିଲ୍ଲୀର ଜନ୍ତରମନ୍ତରରେ କିଛି ଦିନ ଧରି ପ୍ରତିବାଦ ପ୍ରଦର୍ଶନ କରିଥିଲା। ସଂସଦ ଅଭିମୁଖେ ଯାତ୍ରା ସମୟରେ, ଦିଲ୍ଲୀ ପୋଲିସ ଭିଡ଼କୁ ନିୟନ୍ତ୍ରଣ…

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତିକୁ ସ୍ବାଗତ କଲେ କନ୍ଧମାଳ ଏମପି: କହିଲେ, ଏହା ଏକ ମାଇଲଖୁଣ୍ଟ

ଦାରିଙ୍ଗବାଡି,୨୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ କରିବା ନିଷ୍ପତ୍ତିକୁ ନେଇ ଦାରିଙ୍ଗବାଡି ଅଞ୍ଚଳରେ…

ବଢୁଛି ବନ୍ୟା ଜଳ: ବିପଦପୂର୍ଣ୍ଣ ଭାବେ ଚାଲୁଛି ଡଙ୍ଗା

ମହାକାଳପଡ଼ା,୨୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀରେ ବଢୁଛି ବନ୍ୟା ଜଳ। ଏହା ଦ୍ବାରା ମହାନଦୀ – ବାହାକୁଦ – ମୂଷାଡିଆ ଫେରିଘାଟରେ…

କରୁର ଦଳାଚକଟା ଘଟଣା, ମୃତକ ପରିବାରକୁ ଚାକିରି ନିର୍ଦ୍ଦେଶ ହାଇକୋର୍ଟରେ ରଦ୍ଦ

ଚେନ୍ନାଇ,୨୮।୭: ତାମିଲନାଡୁର କରୁର ଦଳାଚକଟା ଘଟଣାରେ ମୃତକଙ୍କ ପରିବାରକୁ ସରକାରୀ ନିଯୁକ୍ତି ଦେବା ପାଇଁ ତାମିଲନାଡୁ ସରକାରଙ୍କ ଏକ ନିର୍ଦ୍ଦେଶନାମାକୁ ମାଡ୍ରାସ ହାଇକୋର୍ଟ ସୋମବାର ଖାରଜ କରିଦେଇଛନ୍ତି।…

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri