ଟସ୍‌ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ଧୋନୀଙ୍କ ନିଷ୍ପତ୍ତି

ଶାରଜା, ୨୨।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୧୩ତମ ସଂସ୍କରଣର ୪ର୍ଥ ମୁକାବିଲାରେ ମଙ୍ଗଳବାର ଗତଥରର ରନର୍ସଅପ୍‌ ଚେନ୍ନାଇ ସୁପର୍‌ କିଙ୍ଗ୍ସ ଓ ରାଜସ୍ଥାନ ରୟାଲ୍ସ ପରସ୍ପରକୁ ଭେଟିଛନ୍ତି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ଚେନ୍ନାଇ ସୁପର୍‌ କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟସ୍‌ ହାରି ଷ୍ଟିଭ ସ୍ମିଥଙ୍କ ନେତୃତ୍ୱାଧୀନ ରାଜସ୍ଥାନ ପ୍ରଥମେ ବ୍ୟାଟିଂ କରିବାର ସୁଯୋଗ ପାଇଛି। ପୂର୍ବରୁ ଆଇପିଏଲ୍‌ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଚେନ୍ନାଇ ୫ ଉଇକେଟ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଥିଲା।
ଚେନ୍ନାଇ ସୁପର୍‌ କିଙ୍ଗ୍ସ: ମୂରଲୀ ବିଜୟ, ଶେନ୍‌ ଓ୍ବାଟ୍‌ସନ, ଫାଫ୍‌ ଡୁ ପ୍ଲେସିସ, ରୁତୁରାଜ ଗାଏକ୍ୱାଡ, କେଦାର ଯାଦବ, ମହେନ୍ଦ୍ର ସିଂ ଧୋନୀ (ଅଧିନାୟକ/ଉଇକେଟ୍‌କିପର), ରବୀନ୍ଦ୍ର ଜାଡେଜା, ସାମ୍‌ କୁରାନ, ଦୀପକ ଚହର, ପିୟୂଷ ଚାଓ୍ବଲା ଓ ଲୁନ୍‌ଗୀ ଏନ୍‌ଗିଡି।
ରାଜସ୍ଥାନ ରୟାଲ୍ସ: ଯଶବୀର ଜୟସ୍ବାଲ, ରବିନ୍‌ ଉଥପ୍ପା, ସଞ୍ଜୁ ସାମସନ (ଉଇକେଟ୍‌କିପର), ଷ୍ଟିଭ ସ୍ମିଥ (ଅଧିନାୟକ), ଡେଭିଡ୍‌ ମିଲର, ରିୟାନ ପରାଗ, ଶ୍ରେୟାସ ଗୋପାଳ, ଟମ୍‌ କୁରାନ, ରାହୁଲ ତଓ୍ବୋତିଆ, ଜୋଫ୍ରା ଆର୍ଚର ଓ ଜୟଦେବ ଉନାଡକଟ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri