Posted inଖେଳ

ପରଲୋକରେ ଧୋନୀଙ୍କ ମେଣ୍ଟର ଦେବଲ ସହାୟ

ରାଞ୍ଚି,୨୪।୧୧: ବିହାର କ୍ରିକେଟ ଆସୋସିଏସନର ଉପାଧ୍ୟକ୍ଷ ଦେବଲ ସହାୟଙ୍କ ମଙ୍ଗଳବାର ନିଧନ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ଝାଡ଼ଖଣ୍ଡ ରାଞ୍ଚି ସ୍ଥିତ ଏକ ହସ୍ପିଟାଲରେ ମଙ୍ଗଳବାର ସେ ଅନ୍ତିମ ନିଶ୍ୱାସ ତ୍ୟାଗ କରିଥିଲେ। ଗତ ୩ମାସରୁ ସେ ଅସୁସ୍ଥ ଥିଲେ। ତାଙ୍କ ବିୟୋଗରେ ଖେଳ ଜଗତରେ ଶୋକର ଛାୟା ଖେଳିଯାଇଛି। ଦେବଲଙ୍କୁ ରାଞ୍ଚି କ୍ରିକେଟର ଭୀଷ୍ମପିତାମା ବୋଲି କୁହାଯାଉଥିବା ବେଳେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ସେ ମେଣ୍ଟର ମଧ୍ୟ ଥିଲେ। କ୍ରିକେଟରେ ଜଗତରେ ଧୋନୀଙ୍କ ସଫଳତା ପଛରେ ଦେବଲଙ୍କ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। କ୍ରିକେଟ ଓ ଫୁଟବଲର ଜଣେ ଅଗ୍ରଣୀ ଖେଳାଳି ଭାବେ ଜଣାଶୁଣା ଦେବଲ ୨୦୦୬ରେ ସେଣ୍ଟ୍ରାଲ କୋଲଫିଲ୍ଡସ୍‌ ଲିମିଟେଡ (ସିସିଏଲ୍‌)ର କର୍ମଚାରୀ ନିର୍ଦ୍ଦେଶକ ଭାବେ ଅବସର ନେବା ପରେ କ୍ରୀଡା ପ୍ରଶାସନରୁ ସେ ନିଜକୁ ଦୂରେଇ ରଖିଥିଲେ। କ୍ରିକେଟରେ ସେ ଏଭଳି ଏକ ପରିବେଶ ସୃଷ୍ଟି କରିଥିଲେ ଯେ, ତାଙ୍କ ଅଧିନରେ ଅନେକ ଖେଳାଳି ବର୍ତ୍ତମାନ ଦେଶ ତଥା ରାଜ୍ୟକୁ ପ୍ରତିନିଧିତ୍ୱ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri