Posted inଖେଳ

ଧୋନୀଙ୍କ ନିଶ

ନୂଆଦିଲ୍ଲୀ, ୨୦।୭: ଭାରତୀୟ କ୍ରିକେଟ୍‌ର ସବୁଠାରୁ ସଫଳ ଅଧିନାୟକ ବିବେଚିତ ହୋଇଥିବା ମହେନ୍ଦ୍ର ସିଂ ଧୋନୀ ଗତ ଏକବର୍ଷ ଧରି କ୍ରିକେଟ୍‌ରୁ ଦୂରେଇ ରହିଛନ୍ତି। ଶେଷଥର ପାଇଁ ଗତ ବର୍ଷ ଇଂଲଣ୍ଡରେ ଅନୁଷ୍ଠିତ ଆଇସିସି ଏକଦିବସୀୟ ବିଶ୍ୱକପ୍‌ରେ ଧୋନୀ ଖେଳୁଥିବାର ନଜର ଆସିଥିଲେ। ଏହି ବର୍ଷକ ମଧ୍ୟରେ ଧୋନୀ ବିଭିନ୍ନ କାର୍ଯ୍ୟକ୍ରମରେ ନିଜକୁ ଜଡ଼ିତ ରଖିଥିଲେ, ଯାହାର ଫଟୋ ଓ ଭିଡିଓ ସବୁ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ନିକଟରେ ଧୋନୀଙ୍କ ଆଉ ଏକ ଫଟୋ ସୋସିଆଲ ବେଶ୍‌ ଭାଇରାଲ ହୋଇଛି।

ଯେଉଁଥିରେ ଏହି ଝାଡ଼ଖଣ୍ଡ କ୍ରିକେଟର୍‌ ନୂଆ ଲୁକ୍‌ରେ ନଜରକୁ ଆସିଛନ୍ତି। ଏହି ଫଟୋରେ ଧୋନୀ ନିଶ ରଖିଥିବା ଦେଖିବାକୁ ମିଳିଛି। ଧୋନୀଙ୍କ ଏହି ଫଟୋ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। କୁହାଯାଉଛି ଏହି ଲୁକ୍‌ ଧୋନୀ ଏକ ବିଜ୍ଞାପନ ପାଇଁ କରିଛନ୍ତି। ଏହାରି ମଧ୍ୟରେ ମୋଟର ସାଇକେଲ କମ୍ପାନୀ ଟିଭିଏସ୍‌ ପକ୍ଷରୁ ଏକ ଟିଜର ଭିଡିଓ ଜାରି କରାଯାଇଛି। ଯେଉଁଥିରେ ବଲିଉଡ୍‌ର ସୁପର୍‌ ଷ୍ଟାର୍‌ ଅମିତାଭ ବଚ୍ଚନଙ୍କ ସହ ଧୋନୀ ଏକାଠି ନଜରକୁ ଆସିଛନ୍ତି। କିନ୍ତୁ ଏହି ଭିଡିଓଟି ବହୁ ପୂର୍ବରୁ ଶୁଟିଂ ହୋଇଥିବା ଜଣାପଡ଼ିଛି। କାରଣ କିଛିଦିନ ତଳେ ଅମିତାଭ କରୋନା ଆକ୍ରାନ୍ତ ହୋଇ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତେବେ ନିଶ ଥିବା ଧୋନୀଙ୍କ ଭାଇରାଲ ଫଟୋ ଏହି ଭିଡିଓରେ ନାହିଁ। ତେଣୁ ଏହି ଫଟୋ ଉକ୍ତ ଭିଡିଓର କି ନାହିଁ ତାହା ସ୍ପଷ୍ଟ ହୋଇପାରିନାହିଁ। କାରଣ ଉଭୟ ଫଟୋ ଓ ଭିଡିଓରେ ଧୋନୀଙ୍କ ଲୁକ୍‌ ଭିନ୍ନ ଭିନ୍ନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri