Posted inଖେଳ

ଧୋନୀଙ୍କ ନିଶ

ନୂଆଦିଲ୍ଲୀ, ୨୦।୭: ଭାରତୀୟ କ୍ରିକେଟ୍‌ର ସବୁଠାରୁ ସଫଳ ଅଧିନାୟକ ବିବେଚିତ ହୋଇଥିବା ମହେନ୍ଦ୍ର ସିଂ ଧୋନୀ ଗତ ଏକବର୍ଷ ଧରି କ୍ରିକେଟ୍‌ରୁ ଦୂରେଇ ରହିଛନ୍ତି। ଶେଷଥର ପାଇଁ ଗତ ବର୍ଷ ଇଂଲଣ୍ଡରେ ଅନୁଷ୍ଠିତ ଆଇସିସି ଏକଦିବସୀୟ ବିଶ୍ୱକପ୍‌ରେ ଧୋନୀ ଖେଳୁଥିବାର ନଜର ଆସିଥିଲେ। ଏହି ବର୍ଷକ ମଧ୍ୟରେ ଧୋନୀ ବିଭିନ୍ନ କାର୍ଯ୍ୟକ୍ରମରେ ନିଜକୁ ଜଡ଼ିତ ରଖିଥିଲେ, ଯାହାର ଫଟୋ ଓ ଭିଡିଓ ସବୁ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ନିକଟରେ ଧୋନୀଙ୍କ ଆଉ ଏକ ଫଟୋ ସୋସିଆଲ ବେଶ୍‌ ଭାଇରାଲ ହୋଇଛି।

ଯେଉଁଥିରେ ଏହି ଝାଡ଼ଖଣ୍ଡ କ୍ରିକେଟର୍‌ ନୂଆ ଲୁକ୍‌ରେ ନଜରକୁ ଆସିଛନ୍ତି। ଏହି ଫଟୋରେ ଧୋନୀ ନିଶ ରଖିଥିବା ଦେଖିବାକୁ ମିଳିଛି। ଧୋନୀଙ୍କ ଏହି ଫଟୋ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। କୁହାଯାଉଛି ଏହି ଲୁକ୍‌ ଧୋନୀ ଏକ ବିଜ୍ଞାପନ ପାଇଁ କରିଛନ୍ତି। ଏହାରି ମଧ୍ୟରେ ମୋଟର ସାଇକେଲ କମ୍ପାନୀ ଟିଭିଏସ୍‌ ପକ୍ଷରୁ ଏକ ଟିଜର ଭିଡିଓ ଜାରି କରାଯାଇଛି। ଯେଉଁଥିରେ ବଲିଉଡ୍‌ର ସୁପର୍‌ ଷ୍ଟାର୍‌ ଅମିତାଭ ବଚ୍ଚନଙ୍କ ସହ ଧୋନୀ ଏକାଠି ନଜରକୁ ଆସିଛନ୍ତି। କିନ୍ତୁ ଏହି ଭିଡିଓଟି ବହୁ ପୂର୍ବରୁ ଶୁଟିଂ ହୋଇଥିବା ଜଣାପଡ଼ିଛି। କାରଣ କିଛିଦିନ ତଳେ ଅମିତାଭ କରୋନା ଆକ୍ରାନ୍ତ ହୋଇ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତେବେ ନିଶ ଥିବା ଧୋନୀଙ୍କ ଭାଇରାଲ ଫଟୋ ଏହି ଭିଡିଓରେ ନାହିଁ। ତେଣୁ ଏହି ଫଟୋ ଉକ୍ତ ଭିଡିଓର କି ନାହିଁ ତାହା ସ୍ପଷ୍ଟ ହୋଇପାରିନାହିଁ। କାରଣ ଉଭୟ ଫଟୋ ଓ ଭିଡିଓରେ ଧୋନୀଙ୍କ ଲୁକ୍‌ ଭିନ୍ନ ଭିନ୍ନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍‌, ଆଉ ତା’ପରେ…

ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…

ସମ୍ଭାବନାର ଉପପାଦ୍ୟ

ବହୁତ ଦିନ ତଳର କଥା। ଥରେ ହରିଣଟିଏ ବାଣୁଆଠାରୁ ନିଜକୁ ରକ୍ଷା କରିବାକୁ ପ୍ରାଣ ବିକଳରେ ଖୁବ୍‌ ଜୋର୍‌ରେ ଦୌଡୁଥାଏ। ବାଣୁଆ ମଧ୍ୟ ହରିଣକୁ ଶିକାର କରିବାକୁ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

ଆଜି ଅମାବାସ୍ୟାରେ ସୂର୍ଯ୍ୟଗ୍ରହଣ: ୫ ରାଶିଙ୍କୁ ମିଳିବ ବଡ଼ ସୁଯୋଗ, ଏହି ରାଶି ଉପରେ ମାଡିଆସୁଛି ବିପଦ!

୧୨ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର କୃଷ୍ଣ ପକ୍ଷର ଅମାବାସ୍ୟା ତିଥି ଏବଂ ବାର ବୁଧବାର ଅଟେ। ଏହା ଚାତୁର୍ମାସର ୧୯ ତମ ଦିନ, ଯାହାକି…

ହୀରାପୁର ଛକରେ ହେବ ଇଞ୍ଜିନିୟରିଂ କଲେଜ: ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର

ଲୋଇସିଂହା,୧୨।୮(ସୁଶାନ୍ତ ବାରିକ):ସ୍ବାଧୀନତା ଦିବସ ପୂର୍ବରୁ ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର ଆସିଛି। ଲୋଇସିଂହା ଥାନା ହୀରାପୁର ଛକ ଅଞ୍ଚଳରେ ଚିହ୍ନଟ ଜାଗାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri